ସରସ୍ବତୀ ଶିଶୁ ମନ୍ଦିର ଶିକ୍ଷକରୁ ସରପଞ୍ଚ, ଏବେ ଓଡ଼ିଶାର ଭାବି ମୁଖ୍ୟମନ୍ତ୍ରୀ; କିଛି ଏଭଳି ଥିଲା ମୋହନ ମାଝୀଙ୍କ ରାଜନୈତିକ କ୍ୟାରିୟର

ଭୁବନେଶ୍ୱର,୧୧।୬: ଦୀର୍ଘଦିନର ଚର୍ଚ୍ଚାରେ ଲାଗିଛି ବିରାମ। କେନ୍ଦୁଝର ମାଟିର ଆଦିବାସୀ ପୁଅ ମୋହନ ଚରଣ ମାଝୀ ହେବେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ ଚେହେରା। ଏନେଇ ମଙ୍ଗଳବାର ବିଧାୟକ ଦଳ ବୈଠକରେ ମୋହର ବାଜିଛି। ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିବା ମୋହନଙ୍କ ଉପରେ ଦଳ ଆସ୍ଥା ପ୍ରକଟ କରିଥିବା ବେଳେ କିଭଳି ଥିଲା ତାଙ୍କର ରାଜନୈତିକ ଜୀବନର ଆରମ୍ଭ ସେନେଇ ଜାଣିବାକୁ ଉତ୍କଣ୍ଠା ବଢ଼ିଛି।

ପତ୍ନୀ ପ୍ରିୟଙ୍କା ମାରାଣ୍ଡି ଦେଇଥିବା ସାକ୍ଷାତକାରରେ ମୋହନଙ୍କୁ ନେଇ ବଡ଼ ସୂଚନା ଦେଇଛନ୍ତି। ସେ ପ୍ରଥମେ ସରସ୍ବତୀ ଶିଶୁ ମନ୍ଦିରରେ ଶିକ୍ଷକ ଭାବେ କାର୍ଯ୍ୟ କରିଥିଲେ। ପରେ ସେ ସରପଞ୍ଚ ପାଇଁ ଲଢ଼ି ବିଜୟୀ ହୋଇଥିଲେ। ସେବେଠାରୁ ରାଜନୀତିରେ ତାଙ୍କର ମୂଳଦୁଆ ପଡ଼ିଥିଲା।

ପରେ ସେ ୨୦୦୦ରେ ଓଡ଼ିଶା ବିଧାନସଭା ଲାଗି ଭାଜପା ଟିକେଟରେ କେନ୍ଦୁଝର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଲଢ଼ି ବିଜେତା ହୋଇଥିଲେ। ୨୦୦୪ରେ ମଧ୍ୟ ସେ ସମାନ ଆସନରୁ ଲଢ଼ି ନିର୍ବାଚିତ ହୋଇଥିଲେ। ହେଲେ ୨୦୦୯, ୨୦୧୪ ନିର୍ବାଚନରେ ତାଙ୍କୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଥିଲା। ଏଥିରେ ସେ ହାର ମାନି ନ ଥିଲେ। ସେ ପୁନର୍ବାର ୨୦୧୯ରେ ନିର୍ବାଚନ ଲଢ଼ି ବିଜେତା ହୋଇଥିଲେ। ୨୦୨୪ରେ ମଧ୍ୟ ଭାଜପା ତାଙ୍କୁ ପ୍ରାର୍ଥୀ କରିଥିଲା। ଏଥିରେ ସେ ୮୭୮୧୫ ଖଣ୍ଡ ଭୋଟରେ ବିଜୟୀ ହୋଇଥିଲେ। ବିଜେଡି ପ୍ରାର୍ଥୀ ମୀନା ମାଝୀଙ୍କୁ ସେ ପରାସ୍ତ କରି ୧୭ଶ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

ଦୀର୍ଘ ବର୍ଷର ରାଜନୈତିକ କ୍ୟାରିୟର ସହ ନିର୍ମଳ ଭାବମୂର୍ତ୍ତୀ, ଦଳ ପ୍ରତି ସମର୍ପଣ ଭାବକୁ ଦୃଷ୍ଟିରେ ରଖି ତାଙ୍କୁ ନେତା ଭାବେ ଚୟନ କରାଯାଇଥିବା ଚର୍ଚ୍ଚା ହେଉଛି। ସେ ପ୍ରତିକ୍ରିୟା ରଖି ଓଡ଼ିଶାକୁ ଏକ ନମ୍ବର ରାଜ୍ୟରେ ପରିଣତ କରିବାକୁ ସଂକଳ୍ପ ନେଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ, ୫ ଜଣଙ୍କୁ ପୋଲିସ ଅଟକ ରଖି…

ବଲାଙ୍ଗୀର,୨୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଥରମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ନଦୀରେ ବୁଡ଼ିଗଲେ ନାବାଳିକା କାଉଡ଼ିଆ: ଶିବ ମନ୍ଦିରରେ ଜଳଲାଗି ପାଇଁ….

ବାଲେଶ୍ୱର, ୨୭ (ବାଞ୍ଛାନିଧି ଦେ): ଶ୍ରାବଣ ମାସର ପ୍ରଥମ ସୋମବାରରେ ଘଟିଛି ଏକ ଅଭାବନୀୟ ଘଟଣା। ଶିବ ମନ୍ଦିରରେ ଜଳଲାଗି ପାଇଁ ନଦୀରୁ ପାଣି ଆଣିବାକୁ ଯାଇଥିବା…

ଫାଶୀ ଖୁଣ୍ଟର ସମ୍ମୁଖୀନ ହେବେ ବାଂଲାଦେଶର ପୂର୍ବତନ ରାଷ୍ଟ୍ରପତି? ଅଡୁଆରେ ଶେଖ ହାସିନାଙ୍କ ଶେଷ ସହଯୋଗୀ

ଢାକା,୨୭।୭: ବାଂଲାଦେଶର ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ସମ୍ପ୍ରତି ଇସ୍ତଫା ଦେଇଛନ୍ତି। ବାଂଲାଦେଶରେ ବିପ୍ଳବ ପରେ, ସେ ଶେଖ ହାସିନାଙ୍କ ଅନ୍ତର୍ନିହିତ ସଦସ୍ୟ ମଧ୍ୟରୁ କ୍ଷମତାରେ ଥିବା ଶେଷ…

ସୁପ୍ରିମକୋର୍ଟଙ୍କ ବଡ଼ ମନ୍ତବ୍ୟ: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ବେଳେ ପୋଲିସର ଲାଠିମାଡ଼ ଠିକ୍‌ ନୁହେଁ

ନୂଆଦିଲ୍ଲୀ,୨୭।୮: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରିବା ସମସ୍ତଙ୍କ ଅଧିକାର ରହିଛି। ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କଲେ ଲାଠିଚାର୍ଜ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଏବେ CJPର କାହା ଉପରେ ନଜର? ନେଲା ନୂଆ ପଦକ୍ଷେପ, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୨୭॥୭: ନିଟ୍‌ ପେପର ଲିକ୍‌ ମାମଲାରେ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ପରେ କକ୍ରୋଚ ଜନତା ପାର୍ଟି (CJP) ଉତ୍ତରପ୍ରଦେଶରେ ମୋର୍ଚ୍ଚା ଖୋଲିଛି। ୟୁପି ସରକାର ରାମପୁରର ଜୌହର…

ସ୍ତ୍ରୀଙ୍କ ସାମ୍ନାରେ ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରି ଜେଲ୍‌ ଗଲେ ବାପ-ପୁଅ

ଜୟପାଟଣା,୨୭ା୭(ଓମ୍‌ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ କୁମଜୋର ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଘଟିଥିବା ହତ୍ୟାକାଣ୍ଡରେ ପୋଲିସ ବଡ଼ ସଫଳତା ପାଇଛି।…

‘ମ୍ୟାନ ଅଫ ଦି ସିରିଜ’ ବିବେଚିତ ହେବା ପରେ ହୃଦୟସ୍ପର୍ଶୀ ବୟାନ ଦେଇ ମନ କିଣିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୭।୭: ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତର ତିକ୍ତ ସ୍ମୃତିକୁ ପଛରେ ପକାଇ, ଟିମ ଇଣ୍ଡିଆ ଜିମ୍ବାୱେରେ ବିଜୟୀ ହୋଇଥିଲା। ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ…

ସଂସଦରେ ପହଞ୍ଚିବା ପରେ ହଠାତ୍‌ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଘଟିଲା ଏମିତି, ଯାହା କେବେ ସେ ଭାବିନଥିଲେ…

ନୂଆଦିଲ୍ଲୀ, ୨୭॥୭: ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଦାବି କରି ଦେଶବ୍ୟାପୀ ଚାଲିଥିବା କକ୍ରୋଚ ଜନତା ପାର୍ଟିର ଛାତ୍ର ଆନ୍ଦୋଳନ ନିକଟରେ ଶେଷ ହୋଇଛି। ଏହି ଆନ୍ଦୋଳନ NEET-UG…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri