Posted inଖେଳ

ଆମାଜନ ଡେଲିଭରି ବୟରୁ ଷ୍ଟାର ଅଲ୍‌ରାଉଣ୍ଡର

ମୁସ୍କଟ,୧୮।୧୦: ଚଳିତ ଟି୨୦ ବିଶ୍ୱକପ୍‌ରେ ଆରମ୍ଭରୁ ବାଂଲାଦେଶକୁ ହରାଇ ବିପର୍ଯ୍ୟୟ ସୃଷ୍ଟି କରିଛି ସ୍କଟଲାଣ୍ଡ। ଅଲରାଉଣ୍ଡର କ୍ରିସ ଗ୍ରେଭେସଙ୍କ ଜବରଦସ୍ତ ପ୍ରଦର୍ଶନ ବଳରେ ଏହା ସମ୍ଭବ ହୋଇପାରିଛି। କ୍ରିକେଟରେ ଭାଗ୍ୟ ପରୀକ୍ଷା କରିବା ପୂର୍ବରୁ ସେ ଆମାଜନ ପାଇଁ ପାର୍ସଲ ଡେଲିଭରି କରୁଥିଲେ।

ବାଂଲାଦେଶ ବିପକ୍ଷ ମ୍ୟାଚ୍‌ରେ ଏକଦା ସ୍କଟଲାଣ୍ଡ ୫୩ ରନ୍‌ରେ ୬ ଉଇକେଟ ହରାଇ ସଙ୍କଟରେ ପଡ଼ିଥିଲା। ଏଭଳି ପରିସ୍ଥିତିରେ ୨୮ ବଲରେ ୪୫ ରନ୍‌ର ବିସ୍ଫୋରକ ପାଳି ଖେଳିଥିଲେ ୩୧ ବର୍ଷୀୟ ଗ୍ରେଭେସ। ଫଳରେ ବାଂଲାଦେଶ ଆଗରେ ୧୪୧ ରନ୍‌ର ଟାର୍ଗେଟ ଛିଡ଼ା କରିବାକୁ ସକ୍ଷମ ହୋଇଥିଲା ସ୍କଟଲାଣ୍ଡ। ଏହାପରେ ତାଙ୍କ ଲେଗ୍‌ ସ୍ପିନର ଶିକାର ହୋଇଥିଲେ ଶାକିବ ଅଲ ହାସନ ଓ ମୁଶଫିକର ରହିମଙ୍କ ଭଳି ଅଭିଜ୍ଞ ବ୍ୟାଟ୍ସମ୍ୟାନ।

ଗ୍ରେଭେସଙ୍କୁ ପ୍ରଶଂସା କରି ସ୍କଟଲାଣ୍ଡ ଅଧିନାୟକ କାଇଲ କୋଏଟର କହିଥିଲେ, ଏହା ଗ୍ରେଭେସଙ୍କ ପାଇଁ ଅବିଶ୍ୱସନୀୟ ଦିନ। କିନ୍ତୁ ଏହା ଆମକୁ ଚକିତ କରି ନାହିଁ। କାରଣ ତାଙ୍କ ଦକ୍ଷତା ଆମକୁ ଜଣାଅଛି। ମୁଁ ତାଙ୍କ ପାଇଁ ଗର୍ବିତ, ସେ କ୍ରିକେଟର ହେବା ପାଇଁ ଅନେକ ବଳିଦାନ ଦେଇଛନ୍ତି। ସେ କିଛି ଦିନ ତଳେ ଆମଜନ ପାଇଁ ପାର୍ସଲ ଡେଲିଭର କରୁଥିଲେ। ଆଉ ଏବେ ବାଂଲାଦେଶ ଭଳି ଦଳ ବିପକ୍ଷରେ ତାଙ୍କୁ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ପୁରସ୍କାର ମିଳିଛି। ଉଲ୍ଲେଖଯୋଗ୍ୟ, ଏହା ଗ୍ରେଭେସଙ୍କ ପାଇଁ ଦ୍ୱିତୀୟ ଅନ୍ତର୍ଜାତୀୟ ମ୍ୟାଚ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

ଥମୁନି ଦାଦନ ଦୁଃଖ, ସର୍ଦ୍ଦାର, ମାଲିକଙ୍କ ବିରୋଧରେ ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ନୂଆପଡ଼ା,୨୧ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନାହିଁ। ସରକାରୀସ୍ତରରେ ଶ୍ରମ ଦିବସ ସୃଷ୍ଟି କରାଯାଇ ଶ୍ରମିକଙ୍କୁ କାମ ଯୋଗାଇବା ପାଇଁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri