Posted inଜାତୀୟ

୧ ଏପ୍ରିଲ୍‌ରୁ ୮୦୦ ଔଷଧର ଦାମ୍‌ ବୃଦ୍ଧି…

ନୂଆଦିଲ୍ଲୀ, ୨୭।୩ : ଦେଶରେ ପେଟ୍ରୋଲ-ଡିଜେଲ ଏବଂ ଏଲପିଜିର ଦାମ୍‌ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏବେ ସାଧାରଣ ଲୋକ ଆଉ ଏକ ଅସୁବିଧାର ସମ୍ମୁଖୀନ ହେବାକୁ ଯାଉଛନ୍ତି। ରିପୋର୍ଟ ଅନୁଯାୟୀ, ଏପ୍ରିଲ୍‌ ୧ରୁ ବହୁ ଜରୁରୀ ଔଷଧର ମୂଲ୍ୟ ବୃଦ୍ଧି ପାଇବ। ବାସ୍ତବରେ, ଡ୍ରଗ ପ୍ରାଇସିଂ ଅଥରିଟି ଅଫ ଇଣ୍ଡିଆ ସିଡ୍ୟୁଲ ଔଷଧର ଦାମ୍‌ରେ ୧୦.୭ ପ୍ରତିଶତ ବୃଦ୍ଧି କରିବାକୁ ଅନୁମତି ଦେଇଛନ୍ତି। ଏହା ଯୋଗୁ ପାରାସିଟାମୋଲ ସମେତ ୮୦୦ରୁ ଅଧିକ ଔଷଧର ମୂଲ୍ୟ ବୃଦ୍ଧି ପାଇବ ବୋଲି କୁହାଯାଉଛି।

ନ୍ୟାଶନାଲ ଫାର୍ମାସ୍ୟୁଟିକାଲ ପ୍ରାଇସିଙ୍ଗ ଅଥରିଟି ଅଫ ଇଣ୍ଡିଆ (ଏନପିପିଏ) ଚଳିତ ବର୍ଷ ପାଇଁ ହୋଲସେଲ ମୂଲ୍ୟ ସୂଚକାଙ୍କ (ଡବ୍ଲ୍ୟୁପିଆଇ)ରେ ୧୦.୭ ପ୍ରତିଶତ ବୃଦ୍ଧି ଘୋଷଣା କରିଛି।

ଏନପିପିଏ ଏହାର ବିଜ୍ଞପ୍ତିରେ କହିଛି ଯେ, ଅର୍ଥନୈତିକ ପରାମର୍ଶଦାତା, ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରଣାଳୟର କାର୍ଯ୍ୟାଳୟ ଦ୍ୱାରା ପ୍ରଦାନ କରାଯାଇଥିବା ଡବ୍ଲ୍ୟୁପିଆଇ ତଥ୍ୟକୁ ଆଧାର କରି ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି।

ଏହା ଯୋଗୁ ଏପ୍ରିଲ ୧ ଠାରୁ ଜ୍ୱର, ସଂକ୍ରମଣ, ହୃଦରୋଗ, ଉଚ୍ଚ ରକ୍ତଚାପ, ଚର୍ମ ରୋଗ ଏବଂ ରକ୍ତହୀନତାର ଚିକିତ୍ସା ପାଇଁ ବ୍ୟବହୃତ ଔଷଧ ମହଙ୍ଗା ହେବ। ଏହା ବ୍ୟତୀତ ପାରାସିଟାମୋଲ, ଫେନୋବାର୍ବିଟୋନ, ଫେନିଟୋଇନ ସୋଡିୟମ, ଆଜିଥ୍ରୋମାଇସିନ, ସିପ୍ରୋଫ୍ଲୋକ୍ସାସିନ ହାଇଡ୍ରୋକ୍ଲୋରାଇଡ ଏବଂ ମେଟ୍ରୋନିଡାଜୋଲ ଭଳି ଔଷଧର ଦାମ୍‌ ବଢ଼ିଯିବ।

ମହଙ୍ଗା ଓଷଧ ତାଲିକାରେ ଆଣ୍ଟିବାୟୋଟିକ, ଆଣ୍ଟି-ଇନଫ୍ଲାମେଟୋରୀ, କାନ-ନାକ ଏବଂ ଗଳା ଔଷଧ, ଆଣ୍ଟିସେପ୍ଟିକ୍ସ, ପେନ୍‌ କିଲର, ଗ୍ୟାସଟ୍ରୋ-ଇଣ୍ଟେଷ୍ଟେଣ୍ଟାଲ ଏବଂ ଆଣ୍ଟିଫଙ୍ଗାଲ ଆଦି ଔଷଧ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri