ସ୍ନାନଯାତ୍ରାରୁ ନୀଳାଦ୍ରିବିଜେ ଯାଏ ନୀତିନିର୍ଘଣ୍ଟ ଚୂଡ଼ାନ୍ତ

ପୁରୀ ଅଫିସ,୨୧ା୫: ଆସନ୍ତା ୩୦ତାରିଖରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ପଡୁଥିବା ବେଳେ ଜୁନ ୪ତାରିଖ ସ୍ନାନଯାତ୍ରା, ଜୁନ ୨୦ରେ ଘୋଷଯାତ୍ରା ଓ ୨୮ରେ ବାହୁଡ଼ା, ୨୯ରେ ସୁନାବେଶ ଏବଂ ଜୁଲାଇ ୧ରେ ନୀଳାଦ୍ରି ବିଜେ ଅନୁଷ୍ଠିତ ହେବ। ତେବେ ଚଳିତବର୍ଷ ମହାପ୍ରଭୁଙ୍କ ନୀତି ଯେପରି ଶୃଙ୍ଖଳିତ ହେବ ସେନେଇ ଶନିବାର ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇଛି। ବଡ଼ଦାଣ୍ଡସ୍ଥିତ ନୀଳାଦ୍ରି ଭକ୍ତନିବାସ ପରିସରରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ ରଥଯାତ୍ରା ସମ୍ପର୍କିତ ବିଭିନ୍ନ ବିଷୟରେ ଆଲୋଚନା ହେବା ସହ ଏହି ବୈଠକ ପୂର୍ବରୁ ଅପରାହ୍ନରେ ହୋଇଥିବା ନୀତି ସବ୍‌କମିଟି ବୈଠକର ସମସ୍ତ ଆଲୋଚନାରତ ପ୍ରସଙ୍ଗ ସହ ରାଜେନ୍ଦ୍ର ଅଭିଷେକଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟକୁ ଚୂଡ଼ାନ୍ତ କରାଯାଇଛି। ଶୃଙ୍ଖଳିତ ନୀତିକାନ୍ତି ସହ ମହାପ୍ରଭୁଙ୍କ ଘୋଷଯାତ୍ରା କିଭଳି ସୁରୁଖୁରୁରେ ସମ୍ପନ୍ନ ହେବ ସେନେଇ ଛତିଶା ନିଯୋଗ ସେବାୟତ ସଦସ୍ୟଙ୍କ ସହଯୋଗ ଲୋଡ଼ିଛି ଶ୍ରୀମନ୍ଦିର ପ୍ରଶାସନ। ଆସନ୍ତା ୪ତାରିଖରେ ଦେବସ୍ନାନ ପୂର୍ଣ୍ଣିମାରେ ବିଶେଷ ନୀତିକାନ୍ତି ଥିବାରୁ ଏହାକୁ କିଭଳି ଶୃଙ୍ଖଳିତ ଭାବେ ପରିଚାଳନା କରାଯିବ ସେନେଇ ବିଶେଷ ଗୁରୁତ୍ୱ ଦିଆଯାଇଛି। ତେବେ ରଥଯାତ୍ରାରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ ହେବାକୁ ଥିବାରୁ ଏହାକୁ ଦୃଷ୍ଟିରେ ରଖି ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଜୋରସୋରରେ ଆଗେଇ ଚାଲିଛି। ରଥଯାତ୍ରା ପୂର୍ବରୁ ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଶେଷ ହେବ। ମହାପ୍ରଭୁଙ୍କ ଦର୍ଶନରେ ଶ୍ରୀମନ୍ଦିର ଆସୁଥିବା ଭକ୍ତମାନଙ୍କୁ କେବଳ ସିଂହଦ୍ୱାରରେ ପ୍ରବେଶ ଅନୁମତି ଥିବାରୁ ଭକ୍ତ ଓ ସହରବାସୀ ନାନା ହଇରାଣ ହେଉଛନ୍ତି। ତେଣୁ ଭକ୍ତମାନଙ୍କୁ ଚାରିଦ୍ୱାରରେ ପ୍ରବେଶ ପାଇଁ ଅନୁମତି ମିଳୁ ବୋଲି ବୈଠକରେ ଦାବି ହୋଇଛି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ସରିବା ପରେ ଏନେଇ ଆଲୋଚନା କରାଯାଇ ନିଷ୍ପତ୍ତି ନିଆଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି। ଆସନ୍ତା ସ୍ନାନ ପୂର୍ଣ୍ଣିମା ଓ ଘୋଷଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ସେବାୟତଙ୍କ ପକ୍ଷରୁ ସମସ୍ତ ପ୍ରକାର ସହଯୋଗ କରାଯିବ ବୋଲି ବୈଠକରେ ପ୍ରତିଶ୍ରୁତି ଦେଇଛନ୍ତି ସେବାୟତ ସଂଘ।
ସମ୍ପର୍କରେ ସୂଚନା ଦେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାସ କହିଥିଲେ, ଶ୍ରୀମନ୍ଦିର ନୀତି ସବ୍‌ କମିଟି ବୈଠକ ଅନୁଷ୍ଠିତ ହେବା ପରେ ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇଥିଲା। ଛତିଶା ନିଯୋଗ ବୈଠକରେ ସ୍ନାନ ଯାତ୍ରା ଏବଂ ରଥଯାତ୍ରା କିପରି ଶୃଙ୍ଖଳିତ ଭାବରେ ସମ୍ପନ୍ନ ହେବ ସେନେଇ ଆଲୋଚନା କରାଯାଇଥିଲା। ସମସ୍ତ ସଦସ୍ୟ ଓ ସେବାୟତମାନେ ଉପସ୍ଥିତ ରହି ମୂଲ୍ୟବାନ ମତାମତ ପ୍ରଦାନ କରିଥିଲେ। ବୈଠକରେ ନୀତି ନିଘର୍ଣ୍ଟ ଚୂଡ଼ାନ୍ତ କରାଗଲା। ସମସ୍ତଙ୍କ ମତାମତ ଓ ସର୍ବସମ୍ମତିକ୍ରମେ ନୀତି ନିର୍ଘଣ୍ଟକୁ ଅନୁମୋଦନ କରାଯାଇଛି। ଚଳିତବର୍ଷ ଶୃଙ୍ଖଳିତ ଭାବେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଓ ରଥଯାତ୍ରା ସମ୍ପନ୍ନ ହେବ। ଯେପରି ନୀତି ସମୟରେ ବିଶୃଙ୍ଖଳା ନ ହେବ ସେ ଉପରେ ଗୁରୁତ୍ୱ ଦିଆଯାଇଛି ବୋଲି ଦାସ କହିଛନ୍ତି। ଅପରପକ୍ଷେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତି ବିଳମ୍ବ ନେଇ ପ୍ରଶ୍ନର ଉତ୍ତର ଦେଇ ଦାସ କହିଥିଲେ, କିଛି କାରଣକୁ ନେଇ ମହପ୍ରଭୁଙ୍କ ନୀତିରେ ବିଳମ୍ବ ହେଉଛି। ତେବେ ସମସ୍ତ ନିଯୋଗ ସହ ଆଲୋଚନା କରାଯାଇ ସମନ୍ବୟ ରଖାଯାଇ ନୀତିକୁ ଶୃଙ୍ଖଳିତ କରିବା ପାଇଁ ଚେଷ୍ଟା କରାଯିବ। ସେହିପରି ଶ୍ରୀମନ୍ଦିର ଚାରିଦ୍ୱାର ଦେଇ ଭକ୍ତମାନଙ୍କ ପ୍ରବେଶ ପ୍ରସଙ୍ଗ ଉପରେ ବାହାର ପରିକ୍ରମା ମାର୍ଗ ନିର୍ମାଣ କାର୍ଯ୍ୟ ପ୍ରାୟ ଶେଷ ହେବା ଉପରେ। ତେଣୁ କାର୍ଯ୍ୟ ସରିବା ପରେ ସମସ୍ତଙ୍କ ସହ ଆଲୋଚନା କରାଯାଇ ପର୍ଯ୍ୟାୟକ୍ରମେ ଦ୍ୱାର ଖୋଲାଯିବା ନେଇ ନିଷ୍ପତ୍ତି ନିଆଯିବ ବୋଲି ଦାସ କହିଛନ୍ତି। ବୈଠକରେ ଛତିଶା ନିଯୋଗ କମିଟି ସମ୍ପାଦକ, ପରିଚାଳନା କମିଟି ସଦସ୍ୟ, ଭାରପ୍ରାପ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ, ଏସ୍‌ପି କେ.ବିଶାଲ ସିଂ, ସେବାୟତ ସଂଘର ସଭାପତି, ସଦସ୍ୟ ପ୍ରମୁଖ ଯୋଗଦେଇଥିଲେ। ଅପରପକ୍ଷେ ଛତିଶା ନିୟୋଗ ବୈଠକ ପୂର୍ବରୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ନୀତି ସବ୍‌ କମିଟି ବୈଠକ ଅନୁଷ୍ଠିତ ହୋଇଥିଲା। ଉକ୍ତ ବୈଠକରେ ରାଜେନ୍ଦ୍ର ଅଭିଷେକଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଥିଲା। ସେହିପରି ନୀତି ବିଳମ୍ବ ନେଇ ମଧ୍ୟ ବିସ୍ତୃତ ଆଲୋଚନା କରାଯାଇଥିଲା। ଶାଢ଼ିବନ୍ଧା, ଗାରଦରେ ଅଭିଜ୍ଞ କର୍ମଚାରୀଙ୍କ ନିଯୁକ୍ତି ସହ ଅନ୍ୟାନ୍ୟ ବିଷୟରେ ଆଲୋଚନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri