Posted inଫୁରସତ

ପରିବାର ସମ୍ଭାଳିବାଠାରୁ ଆରମ୍ଭକରି ମହାକାଶ ଗବେଷଣା

ସମାଜ ତଥା ପରିବାରରେ ମହିଳାଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ପରିବାର, ସମାଜ, ଦେଶ ତଥା ପୃଥିବୀର ବିକାଶରେ ମହିଳାଙ୍କ ଭୂମିକା ଅପରିହାର୍ଯ୍ୟ ହୋଇଥାଏ। ମହିଳାଙ୍କ ବିକାଶ ମାଧ୍ୟମରେ ଯେକୌଣସି ଦେଶର ବିକାଶ ସମ୍ଭବ ହୋଇପାରିଥାଏ।
କିନ୍ତୁ ମହିଳାଙ୍କ ଉପରେ ବୃଦ୍ଧି ପାଉଥିବା ବିଭିନ୍ନ ହିଂସା ଘଟଣା ଯୋଗୁ ବିକାଶ ବାଧାପ୍ରାପ୍ତ ହୋଇଥାଏ। ଏନେଇ ସଚେତନତା ସୃଷ୍ଟି ଲାଗି ବିଶ୍ୱସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ସମ୍ପ୍ରତି ପରିବାର ସମ୍ଭାଳିବାଠାରୁ ଆରମ୍ଭକରି ପ୍ରତିରକ୍ଷା ଏବଂ ମହାକାଶ ଗବେଷଣା କ୍ଷେତ୍ରରେ ସବୁଠି ମହିଳା ନିଜର କ୍ଷମତା ପ୍ରଦର୍ଶନ କରିପାରିଛନ୍ତି।
ପ୍ରତିବର୍ଷ ନଭେମ୍ବର ୨୫ରେ ଅନ୍ତର୍ଜାତୀୟ ମହିଳା ହିଂସା ଦୂରୀକରଣ ଦିବସ ପାଳିତ ହୋଇଥାଏ। ୧୯୭୯ରେ ଜାତିସଂଘ ସାଧାରଣ ସଭା ପକ୍ଷରୁ ମହିଳାଙ୍କ ପ୍ରତି ହେଉଥିବା ସମସ୍ତ ପ୍ରକାରର ଭେଦଭାବ ବିଲୋପ ସମ୍ମିଳନୀ (ସିଇଡିଏଡବ୍ଲ୍ୟୁ)ରେ ଏ ସମ୍ପର୍କରେ ଘୋଷଣା କରାଯାଇଥିଲା।
ମହିଳା ଅଧିକାର କର୍ମୀମାନଙ୍କ ପକ୍ଷରୁ ୧୯୮୧ଠାରୁ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୨୫ ନଭେମ୍ବରରେ ଏହି ଦିବସ ପାଳନ କରାଯିବାକୁ ପ୍ରସ୍ତାବ ଆଗତ କରାଯାଇଥିଲା। ଶେଷରେ ୭ ଫେବୃୟାରୀ ୨୦୦୦ରେ ଜାତିସଂଘର ସାଧାରଣ ସଭା ପକ୍ଷରୁ ୫୪/୧୩୪ ରେଜୋଲ୍ୟୁଶନ ଗ୍ରହଣ କରାଯାଇ ଆନୁଷ୍ଠାନିକ ଭାବରେ ୨୫ ନଭେମ୍ବରକୁ ମହିଳାଙ୍କ ପ୍ରତି ହେଉଥିବା ହିଂସାକୁ ଦୂର କରିବା ପାଇଁ ଅନ୍ତର୍ଜାତୀୟ ଦିବସ ଭାବେ ପାଳନ କରିବାକୁ ଘୋଷଣା କରାଯାଇଥିଲା।
୨୦୦୮ରେ ମହିଳାଙ୍କ ପ୍ରତି ହିଂସାକୁ ଶେଷ କରିବା ପାଇଁ ୟୁନିଟ ନାମକ ଏକ ସଂଗଠନ ଗଠନ କରାଯାଇଥିଲା। ସମଗ୍ର ବିଶ୍ୱରେ ମହିଳାଙ୍କ ପ୍ରତି ହେଉଥିବା ହିଂସାକୁ ସମାପ୍ତ କରିବା ପାଇଁ ସ୍ବତନ୍ତ୍ର ନୀତି ପରିପ୍ରକାଶ ପାଇଁ ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଲାଗି ଏହି ଦିବସ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଗ୍ରହଣ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri