ଘୁମୁସର ବନଖଣ୍ଡରୁ ରଥଯାତ୍ରା ପାଇଁ ପୁରୀ ଗଲା କାଠ: ରାସ୍ତାକଡ଼ରେ ଭକ୍ତିମୟ ପରିବେଶ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳରୁ ପୁରୀ ଅଭିମୁଖେ ୧୬ ଖଣ୍ଡ ଫାଶୀ କାଠ ଯାଇଛି। ଉକ୍ତ ସମସ୍ତ କାଠ ଲୋକେ ଦାନ କରିଥିଲେ। ବନ ବିଭାଗ ଅଧିକାରୀ ଏଥିରେ ସହଯୋଗ କରିଥିଲେ। ରଥକାଠ ଯିବା ସମୟରେ ଲୋକେ ରାସ୍ତାକଡ଼ରେ ପୂଜାର୍ଚ୍ଚନା କରିଥିଲେ। ଏହି ସମୟରେ ଡିଏଫଓ ହିମାଂଶୁ ଶେଖର ମହାନ୍ତି, ଏସିଏଫ ବିମଳ କୁମାର ଦାସ, ରେଞ୍ଜର ପୃଥିବୀ ରାଜ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ ଯେ, ପୁର୍ବରୁ ଏହି ବନଖଣ୍ଡରୁ ଚଳିତବର୍ଷ ପୁରୀ ରଥଯାତ୍ରା ପାଇଁ ର୍ନିମାଣ ହେଉଥିବା ରଥ ପାଇଁ ୩ ଥର କାଠ ପୁରୀ ଗଲାଣି।

 

Dharitri – Odisha’s No.1 Odia Daily

 

Share