Posted inଜାତୀୟ

ସଂସଦରୁ ରାଜରାସ୍ତା: ୩ ଅଧ୍ୟାଦେଶ ବିରୋଧରେ ଅନ୍ନଦାତାଙ୍କ ପ୍ରଦର୍ଶନ

ନୂଆଦିଲ୍ଲୀ, ୧୬।୯: ସଂସଦରୁ ଆରମ୍ଭ କରି ରାଜରାସ୍ତା ପର୍ଯ୍ୟନ୍ତ ଅନ୍ନଦାତାମାନେ ପ୍ରଦର୍ଶନ ଜାରି ରଖିଛନ୍ତି। ୩ ଅଧ୍ୟାଦେଶକୁ ବିରୋଧ କରି ହରିୟାଣା, ପଞ୍ଜାବ, ଉତ୍ତରପ୍ରଦେଶ ଏବଂ ରାଜସ୍ଥାନ ଆଦି ୪ ରାଜ୍ୟର ଚାଷୀମାନେ ପ୍ରଦର୍ଶନ କରୁଛନ୍ତି। ଭାରତୀୟ କିଷାନ ୟୁନିୟନ(ଭିକେୟୁ) ପକ୍ଷରୁ ସରକାରଙ୍କ ଅଧ୍ୟାଦେଶକୁ ବିରୋଧ କରାଯାଉଛି। ଅନ୍ନଦାତାଙ୍କ ପିଠିରେ ସରକାରୀ ଛାଟକୁ ବିରୋଧ କରି ଭିକେୟୁ ରାଜରାସ୍ତାକୁ ଓହ୍ଲାଇଛି। ଉତ୍ପାଦ ବ୍ୟାପାର ଏବଂ ବାଣିଜ୍ୟ ଆଧ୍ୟାଦେଶ, ଆବଶ୍ୟକ ବସ୍ତୁ ସଂଶୋଧିତ ଅଧ୍ୟାଦେଶ ଏବଂ ସଶକ୍ତିକରଣ ଓ ସଂରକ୍ଷଣ ଅନ୍ତର୍ଗତ କୃଷି ସେବା ବୁଝାମଣା ଅଧ୍ୟାଦେଶକୁ ବିରୋଧ କରାଯାଉଥିବା ଭିକେୟୁ ନେତା ଗୁରନାମ୍‌ ସିଂ କହିଛନ୍ତି। ସରକାର ଜାଣିଶୁଣି ଅନ୍ନଦାତାଙ୍କ ପେଟରେ ଲାତ ମାରୁଥିବା ସେ କହିଛନ୍ତି। ସରକାର ଏସବୁ ଅଧ୍ୟାଦେଶକୁ ସଂସଦରେ ପାରିତ କରାଇବା ଲାଗି ଉଦ୍ୟମ କରୁଛନ୍ତି। ଏହାଦ୍ୱାରା ଚାଷୀଙ୍କର ବହୁ କ୍ଷତି ହେବ ବୋଲି ଗୁରନାମ୍‌ କହିଛନ୍ତି। ସଂସଦରେ ଏସବୁ ଅଧ୍ୟାଦେଶକୁ ବିରୋଧ ଦଳଙ୍କ ପକ୍ଷରୁ ମଧ୍ୟ ବିରୋଧ କରାଯାଉଛି। ଏସମ୍ପର୍କରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା କହିଛନ୍ତି ଯେ, କଂଗ୍ରେସ ପୂର୍ବରୁ ଏହି କୃଷି ବିଲ୍‌କୁ ସମର୍ଥନ କରୁଥିଲା। ମାତ୍ର ରାଜନୈତିକ ପାଇଦା ପାଇଁ ଏବେ ଏହାକୁ ବିରୋଧ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଷୀଙ୍କ ଆର୍ଥିକ ବିକାଶ ପାଇଁ ଏଭଳି କରୁଥିବାବେଳେ କଂଗ୍ରେସ ଜାଣିଶୁଣି ବାଧା ସୃଷ୍ଟି କରୁଥିବା ନଡ୍ଡା ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ

ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍‌ରେ ଭଙ୍ଗାରୁଜା

ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍‌ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍‌ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?