ଭୁଲ୍‌ ଇଞ୍ଜେକ୍ସନରୁ ଗର୍ଭସ୍ଥ ଶିଶୁ, ମା’ ମୃତ

ବାରିପଦା ଅଫିସ,୨୪।୭: ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପିଆର୍‌ଏମ୍‌ ମେଡିକାଲ କଲେଜ ଓ ହସ୍ପିଟାଲରେ ଭୁଲ୍‌ ଇଞ୍ଜେକ୍ସନ ଯୋଗୁ ଶନିବାର ଗର୍ଭସ୍ଥ ଶିଶୁ ସମେତ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଏଥିସହ ପ୍ରସବକାଳୀନ ଚିକିତ୍ସାରେ ଅବହେଳା ଓ ମୃତଦେହ ବ୍ୟବଚ୍ଛେଦ ବିଳମ୍ବ ନେଇ ମୃତା ମହିଳାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏନେଇ ସନ୍ଧ୍ୟାରେ ମେଡିକାଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା। ଚିକିତ୍ସାରେ ଅବହେଳା କରିଥିବା ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସେମାନେ ଦାବି କରିଛନ୍ତି। ଖବରପାଇ ଟାଉନ ଥାନା ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ ରିପୋର୍ଟ ଲେଖାହେବା ବେଳକୁ ସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଥିଲା।
ସୂଚନା ଅନୁଯାୟୀ, ବେତନଟୀ ବ୍ଲକ ହାତୀକୋଟ ଗ୍ରାମର ସସ୍ମିତା ମହାନ୍ତ(୨୭)ଙ୍କୁ ପ୍ରସବକାଳୀନ ଚିକିତ୍ସା ନିମନ୍ତେ ପରିବାର ଲୋକେ ଗତ ୧୮ତାରିଖରେ ଏହି ମେଡିକାଲରେ ଭର୍ତ୍ତି କରିଥିଲେ। ୫ ଦିନ ଧରି ଚିକିତ୍ସା ଚାଲିଥିବା ବେଳେ ଶୁକ୍ରବାର ବିଳମ୍ବିତ ରାତିରେ ସସ୍ମିତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇଥିଲା। ଦାୟିତ୍ୱରେ ଥିବା କର୍ମଚାରୀମାନେ ତାଙ୍କୁ ତୁରନ୍ତ ଚିକିତ୍ସା ଯୋଗାଇଥିବା ବେଳେ ଡାକ୍ତରଙ୍କ ଭୁଲ୍‌ ଇଞ୍ଜେକ୍ସନ ପାଇଁ ଶନିବାର ଦିନ ପ୍ରାୟ ୧୨ଟା ୪୮ମିନିଟରେ ସସ୍ମିତାଙ୍କ ମୃତ୍ୟୁ ଘଟିଥିବା ତାଙ୍କ ସମ୍ପର୍କୀୟ କନକଲତା ମହାନ୍ତ ଅଭିଯୋଗ କରିଛନ୍ତି। ଦିନତମାମ ମୃତଦେହ ପଡ଼ି ରହିବା ପରେ ସନ୍ଧ୍ୟାରେ ବ୍ୟବଚ୍ଛେଦ କରାଯାଇପାରିବ ନାହିଁ ବୋଲି କର୍ମଚାରୀମାନେ କହିବାରୁ ପାଟିତୁଣ୍ଡ ହୋଇଥିଲା। ଏ ସମ୍ପର୍କରେ ବେତନଟୀ ପୋଲିସକୁ ଅବଗତ କରିଥିଲେ। ମାତ୍ର ପୋଲିସ ନ ପହଞ୍ଚିବାରୁ ଏପରି ସ୍ଥିତି ସୃଷ୍ଟି ହୋଇଥିବା ମୃତା ସସ୍ମିତାଙ୍କ ଦିଅର ସୌମ୍ୟରଞ୍ଜନ କହିଛନ୍ତି। ତେବେ ରାତିରେ ବ୍ୟବଚ୍ଛେଦ କରିବାକୁ ନିର୍ଦ୍ଦେଶ ରହିଥିଲେ ହେଁ ଡାକ୍ତରଖାନା ପକ୍ଷରୁ ଆବଶ୍ୟକ ପଦକ୍ଷେପ ନ ନେବାରୁ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

ନିର୍ମାଣର ବର୍ଷକ ମଧ୍ୟରେ ରାସ୍ତା ଦବିଲା

ଡେରାବିଶ,୨୩ା୪ (ବେବର୍ତ୍ତା ଅଜୟ ଦାସ):କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଡେରାବିଶ ଅଞ୍ଚଳର ମୁଖ୍ୟ ରାସ୍ତା କୁହାଯାଉଥିବା ୫୩ ନଂ. ଜାତୀୟ ରାଜପଥର ପଞ୍ଚୁପାଣ୍ଡବ ଛକ...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୨୩ା୪ (କଳ୍ପତରୁ ନାୟକ):ସରକାରୀ ଅନୁଦାନରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପଞ୍ଚାୟତ ସମିତିରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଆସୁଛି। ମାତ୍ର...

ପୋଲ ନିର୍ମାଣରେ ୧୧ କେଭି ବିଦ୍ୟୁତ୍‌ ଖୁଣ୍ଟ ବାଧକ

କୁଜଙ୍ଗ,୨୩।୪(ମନୋଜ ପ୍ରଧାନ):କୁଜଙ୍ଗ ବ୍ଲକ ବାଲିଆ ପଞ୍ଚାୟତ ଅନ୍ତର୍ଗତ ବଡ଼ଙ୍ଗ ଗ୍ରାମକୁ ସଂଯୋଗ କରୁଥିବା ତତ୍କାଳୀନ ଲୁଣା ନଦୀ ଉପରେ ଥିବା ଏକ ଅଣଓସାରିଆ ପୋଲକୁ ଓସାରିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri