ଭୁଲ୍‌ ଇଞ୍ଜେକ୍ସନରୁ ଗର୍ଭସ୍ଥ ଶିଶୁ, ମା’ ମୃତ

ବାରିପଦା ଅଫିସ,୨୪।୭: ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପିଆର୍‌ଏମ୍‌ ମେଡିକାଲ କଲେଜ ଓ ହସ୍ପିଟାଲରେ ଭୁଲ୍‌ ଇଞ୍ଜେକ୍ସନ ଯୋଗୁ ଶନିବାର ଗର୍ଭସ୍ଥ ଶିଶୁ ସମେତ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଏଥିସହ ପ୍ରସବକାଳୀନ ଚିକିତ୍ସାରେ ଅବହେଳା ଓ ମୃତଦେହ ବ୍ୟବଚ୍ଛେଦ ବିଳମ୍ବ ନେଇ ମୃତା ମହିଳାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏନେଇ ସନ୍ଧ୍ୟାରେ ମେଡିକାଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା। ଚିକିତ୍ସାରେ ଅବହେଳା କରିଥିବା ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସେମାନେ ଦାବି କରିଛନ୍ତି। ଖବରପାଇ ଟାଉନ ଥାନା ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ ରିପୋର୍ଟ ଲେଖାହେବା ବେଳକୁ ସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଥିଲା।
ସୂଚନା ଅନୁଯାୟୀ, ବେତନଟୀ ବ୍ଲକ ହାତୀକୋଟ ଗ୍ରାମର ସସ୍ମିତା ମହାନ୍ତ(୨୭)ଙ୍କୁ ପ୍ରସବକାଳୀନ ଚିକିତ୍ସା ନିମନ୍ତେ ପରିବାର ଲୋକେ ଗତ ୧୮ତାରିଖରେ ଏହି ମେଡିକାଲରେ ଭର୍ତ୍ତି କରିଥିଲେ। ୫ ଦିନ ଧରି ଚିକିତ୍ସା ଚାଲିଥିବା ବେଳେ ଶୁକ୍ରବାର ବିଳମ୍ବିତ ରାତିରେ ସସ୍ମିତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇଥିଲା। ଦାୟିତ୍ୱରେ ଥିବା କର୍ମଚାରୀମାନେ ତାଙ୍କୁ ତୁରନ୍ତ ଚିକିତ୍ସା ଯୋଗାଇଥିବା ବେଳେ ଡାକ୍ତରଙ୍କ ଭୁଲ୍‌ ଇଞ୍ଜେକ୍ସନ ପାଇଁ ଶନିବାର ଦିନ ପ୍ରାୟ ୧୨ଟା ୪୮ମିନିଟରେ ସସ୍ମିତାଙ୍କ ମୃତ୍ୟୁ ଘଟିଥିବା ତାଙ୍କ ସମ୍ପର୍କୀୟ କନକଲତା ମହାନ୍ତ ଅଭିଯୋଗ କରିଛନ୍ତି। ଦିନତମାମ ମୃତଦେହ ପଡ଼ି ରହିବା ପରେ ସନ୍ଧ୍ୟାରେ ବ୍ୟବଚ୍ଛେଦ କରାଯାଇପାରିବ ନାହିଁ ବୋଲି କର୍ମଚାରୀମାନେ କହିବାରୁ ପାଟିତୁଣ୍ଡ ହୋଇଥିଲା। ଏ ସମ୍ପର୍କରେ ବେତନଟୀ ପୋଲିସକୁ ଅବଗତ କରିଥିଲେ। ମାତ୍ର ପୋଲିସ ନ ପହଞ୍ଚିବାରୁ ଏପରି ସ୍ଥିତି ସୃଷ୍ଟି ହୋଇଥିବା ମୃତା ସସ୍ମିତାଙ୍କ ଦିଅର ସୌମ୍ୟରଞ୍ଜନ କହିଛନ୍ତି। ତେବେ ରାତିରେ ବ୍ୟବଚ୍ଛେଦ କରିବାକୁ ନିର୍ଦ୍ଦେଶ ରହିଥିଲେ ହେଁ ଡାକ୍ତରଖାନା ପକ୍ଷରୁ ଆବଶ୍ୟକ ପଦକ୍ଷେପ ନ ନେବାରୁ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri