ଥରିଲା ବିଶ୍ୱ: ଇନ୍ଦିରା ଗାନ୍ଧୀଙ୍କ ଠାରୁ ସିଞ୍ଜୋ ଆବେଙ୍କ ପରି ବିଶ୍ୱର ବଡ଼ ବଡ଼ ନେତାଙ୍କୁ ହୋଇଛି ମରଣାତ୍ମକ ଆକ୍ରମଣ, ହରାଇଛନ୍ତି ଜୀବନ…

ନୂଆଦିଲ୍ଲୀ,୧୪।୭: ଆମେରିକାରେ ଏକ ରାଲିରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ହୋଇଛି ମରାଣାତ୍ମକ ଆକ୍ରମଣ। ପେନସିଲଭାନିଆରେ ଏକ ନିର୍ବାଚନ ରାଲିରେ ତାଙ୍କୁ ଗୁଳି କରାଯାଇଛି। ଏହି ଗୁଳିମାଡ଼ରେ ଟ୍ରମ୍ପ ଆହତ ହୋଇଛନ୍ତି। ତାଙ୍କ ମୁହଁ ଏବଂ କାନରେ ରକ୍ତ ଦାଗ ଦେଖିବାକୁ ମିଳିଛି। ଟ୍ରମ୍ପଙ୍କ ଗୁଳିମାଡ ଘଟଣା ପରେ ପୁଣିଥରେ ବିଶ୍ୱ ନେତାଙ୍କ ସୁରକ୍ଷା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ତେବେ ଏହି ଆକ୍ରମଣରେ ତାଙ୍କର ଜଣେ ସମର୍ଥକଙ୍କ ମୃତ୍ୟୁ ଖବର ସାମ୍ନାକୁ ଆସୁଛି। ସୁରକ୍ଷା ଦୃଷ୍ଟିକୋଣରୁ ଏହା ଅତ୍ୟନ୍ତ ବିପଜ୍ଜନକ ବୋଲି କୁହାଯାଉଛି। କିନ୍ତୁ ଏହା ପ୍ରଥମ ଘଟଣା ନୁହେଁ ଯେ ଟ୍ରମ୍ପଙ୍କ ପରି ଏତେ ବଡ ବିଶ୍ୱ ନେତାଙ୍କ ଉପରେ ଏଭଳି ମାରାତ୍ମକ ଆକ୍ରମଣ ହୋଇଛି। ଏହାପୂର୍ବରୁ ବିଶ୍ୱର ବିଭିନ୍ନ ଦେଶର ବହୁ ଲୋକପ୍ରିୟ ନେତାଙ୍କ ଉପରେ ଏଭଳି ଆକ୍ରମଣ ହୋଇଛି। ଜାଣନ୍ତୁ ଏ ସମ୍ପର୍କରେ…

ପୂର୍ବତନ ଭାରତୀୟ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ହତ୍ୟା ସାରା ଭାରତକୁ ସ୍ତବ୍ଧ କରି ଦେଇଥିଲା। ଏହି ଆକ୍ରମଣ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା ଯେତେବେଳେ ଇନ୍ଦିରାଙ୍କୁ ନିଜ ବଡିଗାର୍ଡମାନେ ଗୁଳି କରି ହତ୍ୟା କରିଥିଲେ। ଯେଉଁଥିରେ ଘଟଣାସ୍ଥଳରେ ସେ ମୃତ୍ୟୁ ବରଣ କରିଥିଲେ।

ଚଳିତ ବର୍ଷ ମେ ମାସରେ ସ୍ଲୋଭାକିଆର ପ୍ରଧାନମନ୍ତ୍ରୀ ରବର୍ଟ ଫିକୋଙ୍କ ଉପରକୁ ଗୁଳି ଚଳାଇବାରୁ ସେ ଗୁରୁତର ଆହତ ହୋଇଥିଲେ। ହ୍ୟାଣ୍ଡଲୋଭାର ଏକ ସାଂସ୍କୃତିକ କେନ୍ଦ୍ରରେ ଏକ ସଭା ପରେ ସେ ଲୋକଙ୍କୁ ଅଭିବାଦନ ଜଣାଇବା ବେଳେ ତାଙ୍କ ଉପରେ ଏହି ଆକ୍ରମଣ ହୋଇଥିଲା। ଏହି ଆକ୍ରମଣ ପରେ ତାଙ୍କୁ ଆହତ ଅବସ୍ଥାରେ ବାନସ୍କା ବାଇଷ୍ଟ୍ରିକାର ଟ୍ରମା ସେଣ୍ଟରକୁ ନିଆଯାଇଥିଲା ଯେଉଁଠାରେ ସେ ବହୁଦିନ ଧରି ଚିକିତ୍ସିତ ହେଉଥିଲେ। ବର୍ତ୍ତମାନ ତାଙ୍କ ଅବସ୍ଥା ଗୁରୁତର ରହିଛି।

ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ଗୁଳି କରି ହତ୍ୟା କରାଯିବା ଘଟଣାରେ ସାରା ବିଶ୍ୱ ଥରହର ହୋଇଯାଇଥିଲା। ଯେତେବେଳେ ସେ ନାରା ସହରରେ ଏକ ରାଲି କରୁଥିଲେ ସେତେବେଳେ ତାଙ୍କ ଉପରେ ଏହି ଆକ୍ରମଣ ହୋଇଥିଲା। ଆକ୍ରମଣକାରୀମାନେ ତାଙ୍କ ଉପରକୁ ଦୁଇ ରାଉଣ୍ଡ ଗୁଳି ଚଳାଇଥିଲେ, ଯେଉଁଥିରେ ଗୋଟିଏ ଗୁଳି ତାଙ୍କ ଛାତି ଦେଇ ଆରପାର ଯାଇଥିଲା। ଏବଂ ଅନ୍ୟ ଗୁଳିଟି ତାଙ୍କ ବେକରେ ବାଜିଥିଲା।

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଏକ ରାଲିରେ ସାଂଘାତିକ ଆକ୍ରମଣ ହୋଇଥିଲା। ଏହି ସମୟରେ ଆକ୍ରମଣକାରୀମାନେ ତାଙ୍କ ଉପରକୁ ଗୁଳି ଚଳାଇଥିଲେ, ଯାହା ତାଙ୍କ ଗୋଡରେ ବାଜିଥିଲା। ଏହା ପରେ ତାଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଏହି ଆକ୍ରମଣରେ ତାଙ୍କସହ ୧୪ଜଣ ଆହତ ହୋଇଥିଲେ।

୨୦୦୭ରେ ପାକିସ୍ତାନର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ବେନଜୋର ଭୁଟ୍ଟୋଙ୍କୁ ହତ୍ୟା କରାଯାଇଥିଲା। ଏହି ସମୟରେ ସେ ପାକିସ୍ତାନର ରାୱଲପିଣ୍ଡିରେ ଏକ ନିର୍ବାଚନ ରାଲିରେ ଭାଷଣ ଦେଇ ଫେରୁଥିଲେ। ଅତି ନିକଟରୁ ଆକ୍ରମଣକାରୀ ତାଙ୍କ ଉପରକୁ ଗୁଳି ଚଳାଇଥିଲେ।

ହାଇତିର ରାଷ୍ଟ୍ରପତି ଜୋଭେନେଲ ମୋଇସେଙ୍କ ହତ୍ୟାର କାହାଣୀ ଅତି ଭୟଙ୍କର। ମଧ୍ୟରାତ୍ରିରେ ପୋର୍ଟ-ଅ-ପ୍ରିନ୍ସରେ ଥିବା ତାଙ୍କ ବ୍ୟକ୍ତିଗତ ବାସଭବନରେ ସେ ଥିବାବେଳେ ତାଙ୍କୁ ହତ୍ୟା କରାଯାଇଥିଲା। ଏହି ସମୟରେ, ୨୮ଜଣ ବ୍ୟବସାୟୀ ତାଙ୍କ ଉପରକୁ ଗୁଳି ଚଳାଇଥିଲେ, ଯେଉଁଥିପାଇଁ ତାଙ୍କର ମୃତ୍ୟୁ ହୋଇଥିଲା। ତାଙ୍କ ସ୍ତ୍ରୀ ମାର୍ଟିନ ମୋଇସ ତାଙ୍କୁ ଷଡଯନ୍ତ୍ର କରି ହତ୍ୟା କରିଥିଲେ ବୋଲି ତଦନ୍ତରେ ଜଣାପଡିଥିଲା। ପୂର୍ବତନ ପ୍ରଧାନମନ୍ତ୍ରୀ କ୍ଲୋଡ ଜୋସେଫଙ୍କ ସହଯୋଗରେ ସେ ଏହି ହତ୍ୟାକାଣ୍ଡର ଯୋଜନା କରିଥିଲେ। ତେବେ ଏହି ଆକ୍ରମଣରେ ମାର୍ଟିନ ମୋଇସ ମଧ୍ୟ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?