ଜୁଲାଇ ୧୩ରୁ ଅନ୍‌ଲାଇନରେ ପାଠ ପଢିବେ କଲେଜ ପିଲା

ଭୁବନେଶ୍ୱର,୨।୭(ବ୍ୟୁରୋ)- କୋଭିଡ୍‌-୧୯କୁ ଦୃଷ୍ଟିରେ ରଖି ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ଶିକ୍ଷାନଷ୍ଠାନରେ ପାଠ ପଢ଼ା ବନ୍ଦ ରଖିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏଭଳିସ୍ଥଳେ ପଛାଇ ଯାଉଥିବା ପାଠପଢା ଏବଂ ଉଚିତ୍‌ ସମୟରେ ପାଠ୍ୟକ୍ରମ ଶେଷ କରିବାକୁ ଅନ୍‌ଲାଇନରେ କ୍ଲାସ୍‌ କରିବାକୁ ଉଚ୍ଚଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି। ଏନେଇ ବିଭାଗ ପକ୍ଷରୁ ଗୁରୁବାର ସ୍ବତନ୍ତ୍ର ଗାଇଡ୍‌ଲାଇନ ଜାରି କରାଯାଇଛି। ଆସନ୍ତା ୧୩ ତାରିଖରୁ ଉଚ୍ଚଶିକ୍ଷା ବିଭାଗ ଅଧିନରେ ଥିବା ରାଜ୍ୟର ସମସ୍ତ ଡିଗ୍ରୀ କଲେଜ ୟୁଜି(ଯୁକ୍ତ ୩) ଏବଂ ପିଜି ପିଲାଙ୍କ ପାଇଁ ଅନ୍‌ଲଇନ୍‌ କ୍ଲାସ୍‌ ଆରମ୍ଭ କରିବାକୁ କୁହାଯାଇଛି। ବିଭାଗ ପକ୍ଷରୁ କଲେଜ ଅଧ୍ୟକ୍ଷମାନଙ୍କୁ ଏନେଇ ଅବଗତ କରାଯାଇଛି।
ଜାରି ହୋଇଥିବା ଗାଇଡ୍‌ଲାଇନ୍‌ ଅନୁଯାୟୀ, ଆଗାମୀ ସେମିଷ୍ଟର ପାଇଁ ଏବେଠାରୁ ଅନ୍‌ଲାଇନରେ ପାଠପଢା ଆରମ୍ଭ ହେବ। ଅଧ୍ୟାପକ ମାନେ ୩୨ ଜଣ ଛାତ୍ରୀଛାତ୍ରଙ୍କୁ ନେଇ ଏକ ହ୍ବାଟ୍‌ସଆପ୍‌ କିମ୍ବା ଇ-ମେଲ୍‌ ଗ୍ରୁପ୍‌ କରି ପାଠ ପଢ଼ାଇବେ। ଏହାଠାରୁ ଅଧିକ ପିଲାଙ୍କୁ ଗ୍ରୁପ୍‌ରେ ସାମିଲ କରାଯିବ ନାହିଁ। ଘରେ ପଢିବା ପାଇଁ ଶିକ୍ଷକମାନେ ପିଲାଙ୍କୁ ନୋଟ୍‌ସର ସଫ୍ଟକପି, ଟେକ୍ସଟ୍‌ ବୁକ୍‌, ରେଫ୍‌ରେନ୍ସ ବୁକ୍‌, ପିପିଟି ଭଳି ଇ-ମ୍ୟାଟେରିଆଲ ଏବଂ ଇ-କଣ୍ଟେଣ୍ଟ୍‌ ହ୍ବାଟ୍‌ସଆପ୍‌ କିମ୍ବା ଇ-ମେଲ୍‌ ଯୋଗେ ପଠାଇବେ। ସେହିପରି ଗୁଗଲ ମିଟ୍‌, ଜୁମ୍‌, ସ୍କାଏପି ଭଳି ଡିଜିଟାଲ ପ୍ଲାଟ୍‌ଫର୍ମ ଜରିଆରେ ଦିନକୁ ଅତିକମ୍‌ରେ ୨ରୁ ୩ ଘଣ୍ଟାଏ ଲେଖା ସପ୍ତାହକୁ ୩ଦିନ ପାଠ ପଢାଇବେ। ଅନ୍‌ଲାଇନ୍‌ କ୍ଲାସ୍‌ରେ ଯୋଗଦେଉଥିବା ପିଲାମାନଙ୍କର ଆଟେଣ୍ଡାନ୍ସ ରେଜିଷ୍ଟାର ବା ଉପସ୍ଥାନ ରଖାଯିବ ବୋଲି ନିଷ୍ପତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri