ମାର୍ଚ୍ଚ ୨ରୁ ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ୍‌ ପରୀକ୍ଷା, ଗବେଷଣା ପାଇଁ ଛାତ୍ରୀଛାତ୍ରଙ୍କୁ ମିଳିବ ଛାତ୍ରବୃତ୍ତି

ଭୁବନେଶ୍ବର,୨୦।୨: ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ ପାଇଁ ଆସନ୍ତା ମାର୍ଚ୍ଚ ୨ରୁ ପରୀକ୍ଷା ଆରମ୍ଭ ହେବ। ଏହି ପରୀକ୍ଷା ତିନିଦିନ ହେବ। ଛାତ୍ରଛାତ୍ରୀମାନେ ମାର୍ଚ୍ଚ ୨, ୪ ଓ ୬ ତାରିଖରେ ପରୀକ୍ଷା ଦେବେ। ଦୁଇଟି ସିଟିଂରେ ଏହି ପରୀକ୍ଷା ହେବ। ପ୍ରଥମ ସିଟିଂ ସକାଳ ୧୦ଟାରୁ ଓ ଦ୍ୱିତୀୟ ସିଟିଂ ଅପରାହ୍ଣ ୨ଟାରୁ ଆରମ୍ଭ ହେବ। ପରୀକ୍ଷା ପାଇଁ ୨ ଘଣ୍ଟା ସମୟ ରହିଛି। ଭିନ୍ନକ୍ଷମମାନଙ୍କୁ ଅଧିକ ୪୦ ମିନିଟ ଦିଆଯିବ। ମାର୍ଚ୍ଚ ୨ ଓ ୪ ତାରିଖରେ ଦୁଇଟି ଲେଖାଏଁ ସିଟିଂରେ ପରୀକ୍ଷା ହେବାକୁ ଥିବାବେଳେ ୬ ତାରିଖରେ ଗୋଟିଏ ସିଟିଂରେ ପରୀକ୍ଷା ହେବ।

ଏଥିପାଇଁ ଭୁବନେଶ୍ବର ଜୋନ୍‌ର ସମୁଦାୟ ୨୬୮୯ଜଣ ପରୀକ୍ଷାର୍ଥୀ ଥିବାବେଳେ ବାଲେଶ୍ବର ଜୋନରେ ୬୫୨ ଓ ସମ୍ବଲପୁର ଜୋନ୍‌ରେ ୬୯୮ଜଣ ପରୀକ୍ଷାର୍ଥୀ ଅଛନ୍ତି। ବ୍ରହ୍ମପୁର ଓ ଜୟପୁର ଜୋନ୍‌ରେ ମଧ୍ୟ ପରୀକ୍ଷାର୍ଥୀମନେ ରହିଛନ୍ତି। ଭୁବନେଶ୍ବର ଜୋନ ପାଇଁ ବକ୍ସି ଜଗବନ୍ଧୁ (ବିଜେବି) ସୟଂଶାସିତ ମହାବିଦ୍ୟାଳୟ, ବାଲେଶ୍ବର ପାଇଁ କୁନ୍ତଳା କୁମାରୀ ସାବତ ମହିଳା ମହାବିଦ୍ୟାଳୟ ଓ ସମ୍ବଲପୁର ପାଇଁ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ମହାବିଦ୍ୟାଳୟକୁ ପରୀକ୍ଷା କେନ୍ଦ୍ର ଭାବେ ଚୟନ କରାଯାଇଛି।

ସୂଚନାଥାଉ କି, ଚଳିତ ଶିକ୍ଷାବର୍ଷରୁ ପ୍ରଥମଥର ପାଇଁ ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ ପ୍ରଦାନ କରାଯାଉଛି। ଛାତ୍ରୀଛାତ୍ରଙ୍କୁ ଗବେଷଣା ପାଇଁ ପ୍ରୋତ୍ସାହିତ କରିବା ପାଇଁ ଏହି ଫେଲୋସିପ ଦିଆଯାଉଛି। ରାଜ୍ୟର ୩୦୦ ସ୍ନାତ୍ତକୋତର ଛାତ୍ରୀଛାତ୍ରଙ୍କୁ ୫ ବର୍ଷ ପର୍ଯ୍ୟନ୍ତ ଏହି ଛାତ୍ରବୃତ୍ତି ଦିଆଯିବ। ଏହାସହ ବିଜ୍ଞାନରେ ସ୍ନାତକୋତ୍ତର କରୁଥିବା ଛାତ୍ରୀଛାତ୍ରଙ୍କୁ ୫୦ ହଜାର ଓ ସାମାଜିକ ବିଜ୍ଞାନରେ ସ୍ନାତକୋତ୍ତର ପାଇଁ ବାର୍ଷିକ ୩୦ହଜାର ଟଙ୍କା ସହାୟତା ପ୍ରଦାନ କରିବାର ବ୍ୟବସ୍ଥା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri