ନଭେମ୍ବର ୨୦ରୁ ଆରମ୍ଭ ହେବ ଧାନ ସଂଗ୍ରହ, ଉଚ୍ଚ ପଦାଧିକାରୀ, ଜିଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ବୈଠକ

ଭୁବନେଶ୍ୱର,୧୩।୧୧: ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଲୋକସେବା ଭବନ ଠାରେ, ଆଗାମୀ ଧାନ ସଂଗ୍ରହ ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରିବା ପାଇଁ ଆଭାସୀ ଜରିଆରେ ଜିଲ୍ଲାପାଳମାନଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନାରୁ ଜଣାଯାଇଛି ଯେ, ତ୍ରୁଟିଶୁନ୍ୟ ଧାନ ସଂଗ୍ରହ ପାଇଁ ରାଜ୍ୟ ସରକାରଙ୍କ ସମସ୍ତ ସମ୍ପୃକ୍ତ ବିଭାଗ ଓ ଜିଲ୍ଲାପାଳ ମାନେ ସମସ୍ତ ପ୍ରସ୍ତୁତି କରିଛନ୍ତି।
ବୈଠକରୁ ଜଣାଯାଇଛି ଯେ, ଆସନ୍ତା ୨୦ ତାରିଖରେ ବରଗଡ ଜିଲ୍ଲାରୁ ଏହି ଧାନ ସଂଗ୍ରହ କାର୍ଯ୍ୟ  ଆରମ୍ଭ ହେବ।  ୨୨ ତାରିଖରେ ସମ୍ବଲପୁର ଏବଂ  ପରେ ରାଜ୍ୟର ସବୁ ଜିଲ୍ଲାରେ ଏହି ଧାନ ସଂଗ୍ରହ ବ୍ୟବସ୍ଥା ଆରମ୍ଭ ହେବ।  ନଭେମ୍ବର ୨୦ ତାରିଖରୁ  ଡିସେମ୍ବର ୭ ତାରିଖ ମଧ୍ୟରେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କୁଇଣ୍ଟାଲ ପିଛା ୨୩୦୦ ଟଙ୍କା ପ୍ରଦାନ କରାଯିବ।
ଡିସେମ୍ବର ମାସ ୮ ତାରିଖରେ ବରଗଡ ଜିଲ୍ଲା ସୋହେଲା ଠାରେ ଏକ ରାଜ୍ୟ ସ୍ତରୀୟ କୃଷକ ସମାବେଶ ଆୟୋଜନ ମାଧ୍ୟମରେ ମୁଖ୍ୟମନ୍ତ୍ରୀ କୃଷକ ମାନଙ୍କୁ ଧାନର କୁଇଣ୍ଟାଲ ପିଛା ଅତିରିକ୍ତ ୮୦୦ ଟଙ୍କା ପ୍ରଦାନ କରିବେ। ଡିସେମ୍ବର ୮ ତାରିଖ ଠାରୁ ୨୩୦୦ ଟଙ୍କା ସହିତ ଅତିରିକ୍ତ ୮୦୦ ଟଙ୍କା ଚାଷୀଙ୍କ ବ୍ୟାଙ୍କ ଖାତାକୁ ୪୮ ଘଣ୍ଟା ମଧ୍ୟରେ DBT ଜରିଆରେ ପ୍ରଦାନ କରାଯିବ।
କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ସୁବିଧା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଚାଷୀମାନଙ୍କୁ ଧାନ ସଂଗ୍ରହ ବ୍ୟବସ୍ଥା ପାଇଁ ନିଆଯାଇଥିବା ସରକାରୀ ପଦକ୍ଷେପ ସମ୍ପର୍କରେ ବିଭିନ୍ନ ସୂଚନା, ଶିକ୍ଷା ଓ ସଂଚାର କାର୍ଯ୍ୟକ୍ରମ ମାଧ୍ୟମରେ ସଚେତନ କରାଯାଉଛି।
ମୁଖ୍ୟମନ୍ତ୍ରୀ ଏଥିପାଇଁ ଜିଲ୍ଲାପାଳମାନେ ନେଇଥିବା ପଦକ୍ଷେପ ସମ୍ପର୍କରେ ଅବଗତ ହୋଇ ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବାକୁ ପରାମର୍ଶ ଦେଇଥିଲେ। ବିଭିନ୍ନ ଧାନ ମଣ୍ଡିରେ ଗ୍ରେନ ଆନାଲାଇଜର, Quality Analyst, ମଣ୍ଡି ସୁପରଭାଇଜର ଆଦି ମୁତୟନ ସମ୍ପର୍କରେ ସୂଚନା ଦିଆଯାଇଥିଲା। ଚାଷୀମାନଙ୍କୁ ଟୋକେନ ପ୍ରଦାନ ୧୫ ତାରିଖରୁ ଆରମ୍ଭ ହେବ ବୋଲି ସୂଚନା ଦିଆଯାଇଥିଲା। ଜିଲ୍ଲାପାଳମାନେ ଚାହିଁଲେ ଟୋକେନର ସମୟସୀମାକୁ ୭ ଦିନ ପର୍ଯ୍ୟନ୍ତ ବୃଦ୍ଧି କରିପାରିବେ।

ପଡୋଶୀ ରାଜ୍ୟ ସହିତ ଲାଗି ରହିଥିବା ଜିଲା ଗୁଡିକରେ ଯେପରି ବାହାର ରାଜ୍ୟର ଧାନ ନ ପଶିବ, ସେଥିପ୍ରତି ଜିଲ୍ଲାପାଳମାନେ ପ୍ରତ୍ୟକ୍ଷ ଭାବେ ନଜର ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ସୀମାବର୍ତ୍ତୀ ଅଞ୍ଚଳରେ କ୍ୟାମେରା ସଂଯୁକ୍ତ ଥିବା ଯାନ ମାଧ୍ୟମରେ ପେଟ୍ରୋଲିଂ ବ୍ୟବସ୍ଥାକୁ କଡାକଡି କରିବା ପାଇଁ ଏବଂ ମଣ୍ଡିମାନଙ୍କରେ ସିସିଟିଭି ଲଗାଇବା ଓ କଟନି-ଛଟନି କୁ ରୋକିବା ପାଇଁ ପଦକ୍ଷେପ ନେବାକୁ ମଧ୍ୟ ଗୁରୁତ୍ୱ ଦେଇଥିଲେ।

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ଏବଂ ସମବାୟ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ରାଜେଶ ପ୍ରଭାକର ପାଟିଲ ନିଜ ନିଜ ବିଭାଗ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ଜିଲ୍ଲାପାଳମାନେ ମଧ୍ୟ ଜିଲ୍ଲା ସ୍ତରରେ ପ୍ରସ୍ତୁତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ।

ଆଲୋଚନାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ ପାଢୀ, ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri