ଏଣିକି ଛାତ୍ରୀଛାତ୍ର ହେବେ ଆତ୍ମନିର୍ଭରଶୀଳ: କେନ୍ଦ୍ର ସରକାରଙ୍କ ଯୋଜନା ଅନୁଯାୟୀ…

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ): କଲେଜ ପଢୁଥିବା ଛାତ୍ରୀଛାତ୍ରମାନେ ପାଠ ପଢା ସରିବା ପରେ କିଭଳି ଆତ୍ମନିର୍ଭରଶୀଳ ହୋଇପାରିବେ ସେଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନେକ ଯୋଜନା କାର୍ଯ୍ୟକାରୀ କରାଯାଉଛି। ତେଣୁ ଛାତ୍ରୀଛାତ୍ରଙ୍କୁ ତାଲିମ ଦିଆଯାଉଛି । ଏହିଭଳି ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ବୁଧବାରଠାରୁ ଛାତ୍ରୀଛାତ୍ରଙ୍କୁ ଆତ୍ମନିର୍ଭରଶୀଳ ପାଇଁ ତାଲିମ ଦିଆଯାଉଛି। ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ତାଲିମ ଶିବିରକୁ ଉଦଘାଟନ କରିବା ସହ ଛାତ୍ରୀଛାତ୍ରଙ୍କୁ ଫାଇଲ କଭର, ପେନ, ଖାତା ପ୍ରଦାନ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ପ୍ରଶାସନିକ ଅଧିକାରୀ ବିଭାସ ଦାସ, ଅଧ୍ୟାପକ ରଜତ ମିଶ୍ର, ଦୁର୍ଗା ପ୍ରସାଦ ସାହୁ, ବିଦେଶୀ ରାଉତ, ଦେବାଶିଷ ସାଇଁ ପ୍ରମୁଖ ଅତିଥି ଭାବେ ଯୋଗଦେଇ ୩୦ ଦିନ ଧରି ହେବାକୁ ଥିବା ଶିବିରର ଲକ୍ଷ୍ୟ ସମ୍ପର୍କରେ କହିଥିଲେ। ନିଯୁକ୍ତି, ବ୍ୟବସାୟ, ଶିକ୍ଷା ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ଦକ୍ଷତା ଥିବା ଦକ୍ଷ ଏବଂ ଅଭିଜ୍ଞ ଅଧ୍ୟାପକ, ଅଧ୍ୟାପିକା ଏବଂ ବାହାରୁ ଆସିବାକୁ ଥିବା ତାଲିମଦାତାମାନେ ଛାତ୍ରୀଛାତ୍ରଙ୍କୁ ଆତ୍ମନିର୍ଭରଶୀଳ ପାଇଁ ବିଭିନ୍ନ ତାଲିମ ଦେବେ । ଏନେଇ ତାଲିମ ଦାତାଙ୍କୁ ପ୍ରୋତ୍ସାହନ ରାଶି ସରକାର ପ୍ରଦାନ କରିବେ। ଏଥିସହ ଛାତ୍ରୀଛାତ୍ରଙ୍କୁ ମଧ୍ୟ କିଟ ପ୍ରଦାନ କରାଯିବ। ୬ ମାସ ଧରି ବିଭିନ୍ନ ପର୍ଯ୍ୟାୟରେ ଶତାଧିକ ଛାତ୍ରୀଛାତ୍ରଙ୍କୁ ତାଲିମ ଦିଆଯିବ। ବିଭିନ୍ନ ଦିବସରେ କେଏସୟୁବି କଲେଜର ଇଲୋକ୍ଟ୍ରୋନିକସ, ଜୁଲୋଜୀ, ବଟନି, ଫିଜିକ୍ସ, ବାଣିଜ୍ୟ, କେମିଷ୍ଟ୍ରି, ଇତିହାସ ବିଭାଗର ଦକ୍ଷ ଏବଂ ଅଭିଜ୍ଞ ଅଧ୍ୟାପିକା, ଅଧ୍ୟାପକମାନେ ତାଲିମ ଦେବାର କାର୍ଯ୍ୟକ୍ରମ ରହିଛି। ପ୍ରଥମ ପର୍ଯ୍ୟାୟରେ ୨୫ ଛାତ୍ରୀଛାତ୍ରଙ୍କୁ ତାଲିମ ପ୍ରଦାନ କରାଯାଉଛି।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

କ୍ଷମା ମାଗିଲେ ଜୁକରବର୍ଗ: ମୋଦି ସରକାରଙ୍କୁ କହିଲେ, ବହୁତ ଟଙ୍କା ମିଳିଥିଲା…

ନୂଆଦିଲ୍ଲୀ,୫।୮: ମାର୍କ ଜୁକରବର୍ଗ CSAM କଣ୍ଟେଣ୍ଟ, ଡିପଫେକ୍ କଣ୍ଟେଣ୍ଟ ଏବଂ ପ୍ଲାଟଫର୍ମ ପରିଚାଳନାରେ ହୋଇଥିବା ଭୁଲ୍ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି। ସେମାନଙ୍କୁ ସ୍ପଷ୍ଟ କରାଯାଇଥିଲା ଯେ…

୨୦୨୭ ODI ବିଶ୍ୱକପକୁ ନେଇ ଆସିଲା ବଡ଼ ଅପଡେଟ: କାର୍ଯ୍ୟସୂଚୀ ଘୋଷଣା କଲା ICC

ନୂଆଦିଲ୍ଲୀ,୫।୮: 2027 ODI ବିଶ୍ୱକପର କାର୍ଯ୍ୟସୂଚୀକୁ ନେଇ ଏକ ବଡ଼ ଅପଡେଟ ପ୍ରକାଶ ପାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଟୁର୍ଣ୍ଣାମେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ପାଇଁ ତାରିଖ…

ବିଭିନ୍ନ ସରକାରୀ ଅନୁଷ୍ଠାନକୁ ଅଚାନକ ଗସ୍ତ କଲେ ଜିଲାପାଳ, କାର୍ଯ୍ୟପ୍ରଣାଳୀ ଅନୁଧ୍ୟାନ କରି…

ନବରଙ୍ଗପୁର,୫ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାପାଳ ଡ. ମହେଶ୍ୱର ସ୍ବାଇଁ ବୁଧବାର ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ନନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (CHC), ନିସ୍ନାହାଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ…

ବେକରେ ଓଢ଼ଣୀ ବାନ୍ଧି ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ, ପଢ଼ା ଖାତା ଜବତ କରି ପୋଲିସ…

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ବେକରେ ଓଢ଼ଣୀ ଦେଇ ଝୁଲି ପଡ଼ିଛନ୍ତି ଜଣେ ଦଶମ ଶ୍ରେଣୀ ଛାତ୍ରୀ। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା…

ସୁପ୍ରିମକୋର୍ଟ ଛାତ୍ରମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ସପକ୍ଷରେ ନାହାନ୍ତି

ନୂଆଦିଲ୍ଲୀ,୫।୮: ଜଣେ ଆବେଦନକାରୀ କୌଣସି ରାଜନୈତିକ ସମାଧାନ ଆଧାରରେ ଛାତ୍ର ପ୍ରତିବାଦ ସମୟରେ ବିଶୃଙ୍ଖଳା ସମ୍ବନ୍ଧୀୟ ମାମଲା ପ୍ରତ୍ୟାହାର କରିବାକୁ ବିରୋଧ କରିଛନ୍ତି। ଆବେଦନରେ ଆୟୋଜକଙ୍କ ଉପରେ…

ଫିଲ୍ମ ନା ଆଉ କିଛି…କେଉଁଥିରୁ ଏତେଟଙ୍କା କମାନ୍ତି ଉଦୟନିଧି ଷ୍ଟାଲିନ୍‌? ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୫।୮: ତାମିଲନାଡୁ ରାଜନୀତିରେ ଆଜିକାଲି ପ୍ରବଳ ହଲଚଲ ଦେଖିବାକୁ ମିଳୁଛି। ତାଞ୍ଜାଭୁରରେ ଆୟୋଜିତ ଏକ ଜନସଭା ସମୟରେ ଅଭିନେତ୍ରୀ ତ୍ରିଷା କୃଷ୍ଣନଙ୍କୁ ନେଇ ଦିଆଯାଇଥିବା ବିବାଦୀୟ ବକ୍ତବ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri