ଆଜିଠୁ ଜମିବ ପ୍ରଚାର

ଭୁବନେଶ୍ବର,୨୮ା୧୦(ବ୍ୟୁରୋ):ଧାମନଗର ଉପନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ଚଳଚଞ୍ଚଳ ହୋଇଉଠିଛି। ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସଙ୍କୁ ଟିକେଟ ନ ମିଳିବା ପରେ ସେ ସ୍ବାଧୀନ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହା ବର୍ତ୍ତମାନ ଶାସକ ଦଳ ଲାଗି ମୁଣ୍ଡବିନ୍ଧାର କାରଣ ପାଲଟିଛି। ସେପଟେ ମାଳମାଳ ବିଜେଡି ନେତା ବୁଲି ପ୍ରଚାର ଚଳାଇଥିବା ବେଳେ ଭାଜପା ଏଥିରେ ପଛରେ ପଡ଼ିବାକୁ ଚାହୁଁନାହିଁ। ଅନ୍ୟପଟେ ଆସନ୍ତା ୩୧ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମୋଡ୍‌ରେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କ ଲାଗି ପ୍ରଚାର କରିବା କାର୍ଯ୍ୟକ୍ରମ ରହିଛି। କଂଗ୍ରେସ ପକ୍ଷରୁ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସମେତ ଅନ୍ୟମାନେ ପ୍ରଚାର କାର୍ଯ୍ୟ ଜୋର୍‌ଦାର ଚଳାଇଛନ୍ତି। ସେହିପରି ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କ ପାଇଁ ଧାମନଗର ନିର୍ବାଚନମଣ୍ଡଳୀର ବିଭିନ୍ନ ପଞ୍ଚାୟତରେ ପ୍ରଚାର କରିବାକୁ କେନ୍ଦ୍ରମନ୍ତ୍ରୀମାନେ ଶୁକ୍ରବାରଠାରୁ ମଇଦାନକୁ ଓହ୍ଲାଇବେ। ନିର୍ବାଚନ ଲାଗି ଆଉ ମାତ୍ର ୫ ଦିନ ଥିବାବେଳେ ପ୍ରଚାର ମଇଦାନରେ ପ୍ରବଳ ଭିଡ଼ ଜମିବାକୁ ଯାଉଛି। ଶୁକ୍ରବାର ଠାରୁ ଦୁଇଦିନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଚାରକୁ ଓହ୍ଲାଇବେ। ଆଗକୁ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ, ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର, ଏମ୍‌ପି ଜୁଏଲ ଓରାମ ଓ ଅନ୍ୟ ବରିଷ୍ଠ ନେତାମାନେ ପ୍ରଚାରକରିବାକୁ ଆସିବେ। ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ଯାଜପୁର ଜିଲାର ଯେଉଁ ବିଜେଡି ନେତାମାନେ ଚକ୍ରାନ୍ତ କରି ଭଦ୍ରକରେ ହେବାକୁ ଥିବା ମେଡିକାଲ କଲେଜକୁ ତାଙ୍କ ଜିଲାକୁ ନେଇଯାଇଥିଲେ ଏବେ ସେମାନେ ଧାମନଗରରେ ଅଛନ୍ତି। ଧାମନଗରରେ ସେମାନେ ବିଜେଡିର ନିର୍ବାଚନ ପରିଚାଳନା କରୁଛନ୍ତି। ସେହିଭଳି ବୈତରଣୀରେ ଭଦ୍ରକବାସୀଙ୍କୁ ବନ୍ୟା ମୁହଁକୁ ଠେଲିଦେଇ ଯାଜପୁର ଜିଲାର ନଦୀବନ୍ଧକୁ ସଶକ୍ତ କରିଥିବା ବିଜେଡି ନେତାମାନଙ୍କୁ ଏବେ ଧାମନଗରବାସୀ ଉଚିତ ଜବାବ ଦେବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?