ଆଜିଠୁ ଜମିବ ପ୍ରଚାର

ଭୁବନେଶ୍ବର,୨୮ା୧୦(ବ୍ୟୁରୋ):ଧାମନଗର ଉପନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ଚଳଚଞ୍ଚଳ ହୋଇଉଠିଛି। ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସଙ୍କୁ ଟିକେଟ ନ ମିଳିବା ପରେ ସେ ସ୍ବାଧୀନ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହା ବର୍ତ୍ତମାନ ଶାସକ ଦଳ ଲାଗି ମୁଣ୍ଡବିନ୍ଧାର କାରଣ ପାଲଟିଛି। ସେପଟେ ମାଳମାଳ ବିଜେଡି ନେତା ବୁଲି ପ୍ରଚାର ଚଳାଇଥିବା ବେଳେ ଭାଜପା ଏଥିରେ ପଛରେ ପଡ଼ିବାକୁ ଚାହୁଁନାହିଁ। ଅନ୍ୟପଟେ ଆସନ୍ତା ୩୧ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମୋଡ୍‌ରେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କ ଲାଗି ପ୍ରଚାର କରିବା କାର୍ଯ୍ୟକ୍ରମ ରହିଛି। କଂଗ୍ରେସ ପକ୍ଷରୁ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସମେତ ଅନ୍ୟମାନେ ପ୍ରଚାର କାର୍ଯ୍ୟ ଜୋର୍‌ଦାର ଚଳାଇଛନ୍ତି। ସେହିପରି ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କ ପାଇଁ ଧାମନଗର ନିର୍ବାଚନମଣ୍ଡଳୀର ବିଭିନ୍ନ ପଞ୍ଚାୟତରେ ପ୍ରଚାର କରିବାକୁ କେନ୍ଦ୍ରମନ୍ତ୍ରୀମାନେ ଶୁକ୍ରବାରଠାରୁ ମଇଦାନକୁ ଓହ୍ଲାଇବେ। ନିର୍ବାଚନ ଲାଗି ଆଉ ମାତ୍ର ୫ ଦିନ ଥିବାବେଳେ ପ୍ରଚାର ମଇଦାନରେ ପ୍ରବଳ ଭିଡ଼ ଜମିବାକୁ ଯାଉଛି। ଶୁକ୍ରବାର ଠାରୁ ଦୁଇଦିନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଚାରକୁ ଓହ୍ଲାଇବେ। ଆଗକୁ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ, ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର, ଏମ୍‌ପି ଜୁଏଲ ଓରାମ ଓ ଅନ୍ୟ ବରିଷ୍ଠ ନେତାମାନେ ପ୍ରଚାରକରିବାକୁ ଆସିବେ। ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ଯାଜପୁର ଜିଲାର ଯେଉଁ ବିଜେଡି ନେତାମାନେ ଚକ୍ରାନ୍ତ କରି ଭଦ୍ରକରେ ହେବାକୁ ଥିବା ମେଡିକାଲ କଲେଜକୁ ତାଙ୍କ ଜିଲାକୁ ନେଇଯାଇଥିଲେ ଏବେ ସେମାନେ ଧାମନଗରରେ ଅଛନ୍ତି। ଧାମନଗରରେ ସେମାନେ ବିଜେଡିର ନିର୍ବାଚନ ପରିଚାଳନା କରୁଛନ୍ତି। ସେହିଭଳି ବୈତରଣୀରେ ଭଦ୍ରକବାସୀଙ୍କୁ ବନ୍ୟା ମୁହଁକୁ ଠେଲିଦେଇ ଯାଜପୁର ଜିଲାର ନଦୀବନ୍ଧକୁ ସଶକ୍ତ କରିଥିବା ବିଜେଡି ନେତାମାନଙ୍କୁ ଏବେ ଧାମନଗରବାସୀ ଉଚିତ ଜବାବ ଦେବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri