ଅକ୍ଟୋବର ୨ରୁ ସବୁ ସରକାରୀ ସେବା ଅନ୍‌ଲାଇନ

ଭୁବନେଶ୍ୱର,୮ା୭(ବ୍ୟୁରୋ)- ରାଜଧାନୀରେ ଥିବା ବହୁମୂଲ୍ୟ ସରକାରୀ ଜମିକୁ ଜଗିବ ଭୁବନେଶ୍ୱର ଲ୍ୟାଣ୍ଡ ୟୁଜ୍‌ ଇଣ୍ଟେଲିଜେନ୍ସ ସିଷ୍ଟମ(ବ୍ଲୁଇସ) । ଏହା ଏକ ଓ୍ବେବ୍‌ ଓ ମୋବାଇଲ ଆପ ଆଧାରିତ ବ୍ୟବସ୍ଥା। ଉଚ୍ଚ ଶକ୍ତିସମ୍ପନ୍ନ ଉପଗ୍ରହ ଚିତ୍ର ମାଧ୍ୟମରେ ଭୁବନେଶ୍ୱର ଅଞ୍ଚଳରେ ଥିବା ସମସ୍ତ ସରକାରୀ ଜମିକୁ ତଦାରଖ କରାଯିବ। କେଉଁ ସରକାରୀ ଜମିକୁ କେଉଁଠି ଜବରଦଖଲରେ ରଖାଯାଇଛି। ସେହି ଜମିକୁ କେଉଁ ଉଦ୍ଦେଶ୍ୟରେ ବ୍ୟବହାର କରାଯାଇଛି, ସେ ସମସ୍ତ ସୂଚନା ଉପଗ୍ରହ ଚିତ୍ର ଜରିଆରେ ସରକାର ଖବର ପାଇବେ। ତୁରନ୍ତ ଏହା ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହି ବ୍ୟବସ୍ଥାରେ ଥିବା ମୋବାଇଲ ଆପ୍‌ ଜରିଆରେ ଜନସାଧାରଣ ସରକାରୀ ଜମିକୁ ଜବରଦଖଲ ରଖିଥିବା ଲୋକମାନଙ୍କ ବିଷୟରେ ସୂଚନା ଦେଇପାରିବେ। ଭୁବନେଶ୍ୱରରେ ଥିବା ମୂଲ୍ୟବାନ ସରକାରୀ ଜମିଗୁଡିକର ସୁରକ୍ଷା ପାଇଁ ସ୍ପେଶ ଟେକ୍ନୋଲୋଜି ଏବଂ କୃତ୍ରିମ ଗୋଇନ୍ଦା ବ୍ୟବସ୍ଥା ଲାଗୁ କରିବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟରେ ପରିଣତ ହୋଇଛି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଗୃହ ବିଭାଗ ଏବଂ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ବିଭିନ୍ନ କାର୍ଯ୍ୟକୁ ସହଜ କରିବା ପାଇଁ ୫-ଟି ଅଭିନବ ବ୍ୟବସ୍ଥା ଅଧୀନରେ ୮ଟି ବୈଷୟିକ ସମାଧାନ ବ୍ୟବସ୍ଥାକୁ ଉଦ୍‌ଘାଟନ କରିଛନ୍ତି।
ଏହି ସେବାକୁ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୫-ଟି (ଟେକ୍ନୋଲୋଜି, ଟ୍ରାନ୍ସପରେନ୍ସି, ଟିମ୍‌ଓ୍ବାର୍କ, ଟାଇମ, ଟ୍ରାନ୍ସଫର୍ମେଶନ) ମଡେଲ ୨୦୧୯ରେ ଆରମ୍ଭ କରାଯାଇଥିଲା। ଏହି ବ୍ୟବସ୍ଥା ଦ୍ୱାରା ପ୍ରତ୍ୟେକ ବିଭାଗ ନିଜର ଲକ୍ଷ୍ୟ ହାସଲ ପାଇଁ ଦ୍ରୁତ ଗତିରେ ଜନସାଧାରଣଙ୍କୁ ଉତ୍ତମ ସେବା ପ୍ରଦାନ କରିବା ବ୍ୟବସ୍ଥା ଯୋଗାଇ ଦେବାକୁ ବାର୍ଷିକ ଯୋଜନା ପ୍ରସ୍ତୁତ କରିବା ଆବଶ୍ୟକ।
ଲୋକମାନଙ୍କୁ ହାତପାହାନ୍ତାରେ ସରକାରୀ ସୁବିଧା ଯୋଗାଇବା ଓ ପ୍ରଶାସନିକ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ୫-ଟି ଏବଂ ମୋ ସରକାର ପ୍ରଶାସନିକ ବ୍ୟବସ୍ଥାରେ ଆଖିଦୃଶିଆ ଉନ୍ନତି ଆଣିବାରେ ସହାୟକ ହୋଇଛି। ଭୁବନେଶ୍ୱରରେ ଥିବା ମୂଲ୍ୟବାନ ସରକାରୀ ଜମିଗୁଡିକର ସୁରକ୍ଷା ପାଇଁ ସ୍ପେଶ ଟେକ୍ନୋଲୋଜି ଏବଂ କୃତ୍ରିମ ଗୋଇନ୍ଦା ବ୍ୟବସ୍ଥା ଲାଗୁ କରିବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟରେ ପରିଣତ ହୋଇଛି। ଏହି ନୂତନ ବ୍ୟବସ୍ଥା ଦ୍ୱାରା ସରକାରୀ ସମ୍ପତ୍ତିର ସୁରକ୍ଷାକୁ ଦୃଢୀଭୂତ କରିବା ସହ ଲୋକମାନଙ୍କୁ ସରକାରୀ ସମ୍ପତ୍ତିର ଉପଭୋଗ ପାଇଁ ସୁବିଧା ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଓଡ଼ିଶା ପାଇଁ ଆଗାମୀ ଦିନର ଲକ୍ଷ୍ୟ ସମ୍ପର୍କରେ ସୂଚନା ଦେଇ ମୁଖ୍ୟନ୍ତ୍ରୀ କହିଛନ୍ତି ଯେ, ଯେପରି କୌଣସି ବ୍ୟକ୍ତିଙ୍କୁ ସରକାରୀ କାର୍ଯ୍ୟାଳୟକୁ ନ ଆସିବାକୁ ପଡିବ ସେଥିପାଇଁ ଆମକୁ ସମସ୍ତ ସରକାରୀ ସେବାକୁ ଅନଲାଇନ ବ୍ୟବସ୍ଥା ନିଶ୍ଚିତ କରିବାକୁ ପଡିବ। ଏଥିପାଇଁ ୨୦୨୦ ଅଗଷ୍ଟ ୧୫ ଧାର୍ଯ୍ୟ କରାଯାଇଥିଲା। ମାତ୍ର କୋଭିଡ୍‌-୧୯ ମହାମାରୀ ପାଇଁ ଉକ୍ତ ସମୟକୁ ଗାନ୍ଧୀ ଜୟନ୍ତୀ ଅର୍ଥାତ୍‌ ଆସନ୍ତା ଆକ୍ଟୋବର ୨ ତାରିଖ ଯାଏ ବୃଦ୍ଧି କରାଯାଇଛି। ଏହି ସମୟ ମଧ୍ୟରେ ସମସ୍ତ ସରକାରୀ ସେବାକୁ ଅନଲାଇନରେ ପରିଣତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

ରାଜ୍ୟରେ ଆଣ୍ଟି ଟିବି ଔଷଧ ଅଭାବ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ): ଜାତୀୟ ଯକ୍ଷ୍ମା ବିଲୋପ କାର୍ଯ୍ୟକ୍ରମ(ଏନ୍‌ଟିଇପି) ହେଉଛି ଏକ ଫ୍ଲାଗ୍‌ଶିପ କାର୍ଯ୍ୟକ୍ରମ। ଏଥିରେ ଯକ୍ଷ୍ମା ବା ଟିବି ରୋଗର ଶୀଘ୍ର ଚିହ୍ନଟ, ଚିକିତ୍ସା...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ବିଜେଡିର ୩୪ ମହିଳା ପ୍ରାର୍ଥୀଙ୍କ ମଧ୍ୟରୁ ୧୨ ବିଧାୟକଙ୍କ ସ୍ତ୍ରୀ

ଭୁବନେଶ୍ୱର,୨୪ା୪(ଅନିଲ ଦାସ):ବିଜୁ ଜନତା ଦଳ ସପ୍ତମ ପର୍ଯ୍ୟାୟ ସୁଦ୍ଧା ୧୪୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ୩୪ ଜଣ ମହିଳାଙ୍କୁ ଦଳ...

ମିଶନ ଶକ୍ତିକୁ ବନ୍ଦ ପାଇଁ ଷଡ଼ଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୪ା୪(ଅନିଲ ଦାସ): ରାଜ୍ୟର ୭୦ ଲକ୍ଷ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ୬ ଲକ୍ଷ ମିଶନ ଶକ୍ତି ଏସ୍‌ଏଚ୍‌ଜି ସାରା ଓଡ଼ିଶାର ଅନେକ ଲକ୍ଷ...

ଏପର୍ଯ୍ୟନ୍ତ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିପାରୁନାହାନ୍ତି ରାଜ୍ୟର ୩ ପ୍ରମୁଖ ଦଳ:ଜାଣନ୍ତୁ କାହାର କେତେ ଆସନ ବାକି ଅଛି

ଭୁବନେଶ୍ୱର,୨୪।୪(ସୁନିତ୍‌ ମିଶ୍ର):ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ ରହିଛି। ହେଲେ ଏପର୍ଯ୍ୟନ୍ତ ରାଜ୍ୟର ୩ ପ୍ରମୁଖ...

ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା

ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri