ସରପଞ୍ଚରୁ କ୍ୟାବିନେଟ୍‌ ପାହ୍ୟା

ଗୋପାଳପୁର,୧୩ା୬(ନବୀନ ରାଜ ଆଚାରୀ)ଗଞ୍ଜାମ ଜିଲା ଗୋପାଳପୁର ନିର୍ବାଚନ ମଣ୍ଡଳୀର ନବନିର୍ବାଚିତ ଭାଜପା ବିଧାୟକ ବିଭୂତି ଭୂଷଣ ଜେନାଙ୍କୁ ମନ୍ତ୍ରିମଣ୍ଡଳରେ କ୍ୟାବିନେଟ୍‌ ପାହ୍ୟା ମିଳିଛି। ଏହା ଜାଣିବା ପରେ ତାଙ୍କ ସମର୍ଥକ ଓ କର୍ମୀମାନେ ବାଣ ଫୁଟାଇ, ମିଠା ବଣ୍ଟନ କରି ଖୁସି ମନାଇଛନ୍ତି।
ବିଭୂତି ୧୯୬୭ରେ ଏକ ମଧ୍ୟବିତ୍ତ ଚାଷୀ ପରିବାରରେ ଜନ୍ମ ଗ୍ରହଣ କରିଥିଲେ। ବାପା ନିତ୍ୟାନନ୍ଦ ଜେନା ଆରପାରିକୁ ଚାଲି ଯାଇଛନ୍ତି। ବିଭୂତି ଗାଁରେ ପ୍ରାଥମିକ ଓ ଗୋଳନ୍ଥରା ଚଟିରେ ହାଇସ୍କୁଲ ଶିକ୍ଷା ଗ୍ରହଣ କରିଥିଲେ। ପରେ ଗଞ୍ଜାମ ମହାବିଦ୍ୟାଳୟରେ ସ୍ନାତକରେ ଉତ୍ତୀର୍ଣ୍ଣ ହେବା ପରେ ୧୯୯୦ରେ ରାଜନୀତିରେ ପାଦ ଥାପିଥିଲେ। ୧୯୯୨ରେ ସେ ଭାଜପାରେ ଯୋଗ ଦେଇଥିଲେ। ଅଞ୍ଚଳର ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନ ସହିତ ମିଶି ସାମାଜିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିଥିଲେ। ଭାଜପା ସଂଗଠନକୁ ସୁଦୃଢ଼ କରିବାରେ ତାଙ୍କର ସ୍ବତନ୍ତ୍ର ସ୍ଥାନ ଥିଲା। ଗୋଳନ୍ଥରା ପଞ୍ଚାୟତରେ ୧୯୯୭ରେ କଂଗ୍ରେସ ସମର୍ଥକ ପ୍ରାର୍ଥୀଙ୍କୁ ହରାଇ ସେ ସରପଞ୍ଚ ନିର୍ବାଚିତ ହୋଇଥିଲେ। ବିଜେଡି ଓ ଭାଜପାର ମିଳିତ ସରକାର ଅମଳରେ ୨୦୦୨ରେ ୫୩ ନଂ ଜୋନର ଜିଲା ପରିଷଦ ସଭ୍ୟ ଭାବେ ନିର୍ବାଚିତ ହୋଇଥିଲେ। ୨୦୦୭ରେ ରାଜ୍ୟ ଭାଜପା ଯୁବ ମୋର୍ଚ୍ଚା ସଭାପତି ଥିଲେ। ପର ମୁହୂର୍ତ୍ତରେ ସେ ରାଜ୍ୟ ସଂପାଦକ ହୋଇଥିଲେ। ତାଙ୍କ ସାଙ୍ଗଠନିକ ଦକ୍ଷତାକୁ ବିଶ୍ୱାସ କରି ଦଳ ତାଙ୍କୁ ଜିଲା ସଭାପତି ଆସନ ଦେଇଥିଲା। ଦୀର୍ଘଦିନ ଧରି ଏହି ଆସନରେ ରହି ଭାଜପା ସଂଗଠନକୁ ସୁଦୃଢ଼ କରିବାରେ ଲାଗିଥିଲେ। ୨୦୦୯, ୨୦୧୪ ଓ ୨୦୧୯ରେ ସେ ଭାଜପାରୁ ବିଧାୟକ ପ୍ରାର୍ଥୀ ଭାବେ ଲଢ଼ିଥିଲେ ମଧ୍ୟ ବିଜେଡିରୁ ପ୍ରତିଥର ପ୍ରାର୍ଥୀ ହେଉଥିବା ପ୍ରଦୀପ ପାଣିଗ୍ରାହୀଙ୍କଠାରୁ ହାରି ଯାଉଥିଲେ। ୩ଥର ପରାଜିତ ହୋଇ ମଧ୍ୟ ଭାଜପା ସଂଗଠନକୁ ସୁଦୃଢ଼ କରିବାରେ ସେ ପଛଘୁଞ୍ଚା ଦେଇ ନ ଥିଲେ। ୨୦୨୪ ନିର୍ବାଚନରେ ଦଳ ପୁଣି ତାଙ୍କ ଉପରେ ଆସ୍ଥା ରଖି ଟିକେଟ ଦେଇଥିଲା। ବିଜେଡିର ବିଧାୟକ ପ୍ରାର୍ଥୀ ବିକ୍ରମ ପଣ୍ଡାଙ୍କୁ ସେ ୯,୦୬୨ ଖଣ୍ଡ ଭୋଟରେ ହରାଇ ବିଜୟୀ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଭଞ୍ଜନଗର ବିଧାୟକଙ୍କ ବଡ଼ ସୂଚନା, ସମସ୍ତ ହାଇସ୍କୁଲରେ ଖୋଲିବ ଯୁକ୍ତ ୨

ଭଞ୍ଜନଗର,୧୬।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ୍ ରାସ୍ତାରେ ତ୍ରିରଙ୍ଗା ମିଡ଼ିଆ ଓ ସାମାଜିକ ସଂଗଠନର କାର୍ଯ୍ୟାଳୟ ଶନିବାର ରାତିରେ ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri