ସରପଞ୍ଚରୁ ଆଇଟିଆଇର ସହକାରୀ ଟ୍ରେନିଂ ଅଫିସର: ରାଜନୀତି ଛାଡ଼ି ଶିକ୍ଷାନୀତିରେ ସାମିଲ ହେଲେ ପ୍ରିୟଙ୍କା

ଭବାନୀପାଟଣା,୧।୧୦(ଉତ୍ତମ କୁମାର ଦାଶ):ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ଗୁଡି଼ଆଳିପଦର ପଞ୍ଚାୟତର ସରପଞ୍ଚ ପ୍ରିୟଙ୍କା ମହାଖୁଡ଼ ନିଜ ପଦବୀରୁ ଇସ୍ତଫା ଦେଇ ସରକାରୀ ଚାକିରୀରେ ଯୋଗ ଦେଇଛନ୍ତି। ଗତ ପଞ୍ଚାୟତ ନିର୍ବାଚନରେ ଜନସାଧାରଣଙ୍କ ସହଯୋଗରେ ସେ ସରପଞ୍ଚ ହୋଇ ପଞ୍ଚାୟତର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକରି ଲୋକପ୍ରିୟତା ଅର୍ଜନ କରିଥିଲେ। ନିଜ ଭବିଷ୍ୟତକୁ ନେଇ ଚିନ୍ତା କରିବା ସହ ସରକାରୀ ଚାକିରୀ ପାଇଁ ଏକ ସାକ୍ଷତକାର ଦେଇ ସରକାରୀ ଆଇଟିଆଇର ସହକାରୀ ଟ୍ରେନିଂ ଅଧିକାରୀ ଭାବେ ନିଯୁକ୍ତି ପାଇଥିଲେ। ନିୟମାନୁଯାୟୀ ସେ ସରପଞ୍ଚ ପଦବୀରୁ ଇସ୍ତଫା ଦେଇଥିଲେ। ଗତ ୨୮ ତାରିଖରେ ଗୁଡ଼ିଆଳିପଦର ପଞ୍ଚାୟତ କାର୍ଯ୍ୟାଳୟଠାରେ ସରପଞ୍ଚ ପ୍ରିୟଙ୍କାଙ୍କୁ ପଞ୍ଚାୟତ ପକ୍ଷରୁ ବିଦାୟକାଳୀନ ସମ୍ବର୍ଦ୍ଧନା ଜଣାଇବା ପାଇଁ ଏକ ସଭାର ଆୟୋଜନ କରାଯାଇଥିଲା। ନାଏବ ସରପଞ୍ଚ ସତ୍ୟନାରାୟଣ ସାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଏଡିଇଓ ଚନ୍ଦ୍ରମଣି ନାଏକ, ପଞ୍ଚାୟତ ନିର୍ବାହୀ ଅଧୁକାରୀ ଗୌରାଙ୍ଗ ମାଝୀ, ୱାର୍ଡ ସଭ୍ୟ କନ୍ଦର୍ପ ତାଣ୍ଡି, ଲୋକନାଥ ମିଶ୍ର ଓ ୱାର୍ଡ ସଭ୍ୟା ଅହଲ୍ୟା ଶବର ମଞ୍ଚରେ ଉପସ୍ଥିତ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଭିନ୍ନ ୱାର୍ଡର ସଭ୍ୟାସଭ୍ୟା, ଜନସାଧାରଣ ଓ ଗଣମାଧ୍ୟମ ପ୍ରତିନିଧ ଉପସ୍ଥିତ ଥିଲେ। ଅତିଥିମାନେ ତାଙ୍କ ବିଭିନ୍ନ କାର୍ଯ୍ୟାବଳୀ ବିଷୟରେ ଆଲୋଚନା କରିବା ସହ ତାଙ୍କ ଉଜ୍ୱଳ ଭବିଷ୍ୟତ କାମନା କରିଥିଲେ। ବିଦାୟୀ ସରପଞ୍ଚ ମହାଖୁଡ ପଞ୍ଚାୟତର ଜନସାଧାରଣ, ବ୍ଲକ ଅଧିକାରୀ, ୱାର୍ଡ ମେମ୍ବରମାନଙ୍କ ଭଲପାଇବା ଓ ସହକର୍ମୀଙ୍କ ସହଯୋଗ ପାଇଁ କୃତଜ୍ଞତା ଜଣାଇଥିଲେ। ଶେଷରେ ଏଡିଇଓ ଚନ୍ଦ୍ରମଣି ନାଏକ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବଙ୍କର ଏହି ଘାତକ କୌଶଳକୁ ଚୋରି କରିବାକୁ ଚାହୁଁଛନ୍ତି ସୂର୍ଯ୍ୟକୁମାର? ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୧।୯: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ରେକର୍ଡ ଭାଙ୍ଗୁଛନ୍ତି। ଆନ୍ତର୍ଜାତୀୟ କ୍ରିକେଟରୁ ଆରମ୍ଭ କରି ଆଇପିଏଲ (IPL) ପର୍ଯ୍ୟନ୍ତ, ସେ ମାତ୍ର ୩୫ ବଲରେ…

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…

ଭାଜପାକୁ ବଡ଼ ଝଟକା, ଦଳ ଛାଡ଼ିଲେ ପୁନାଓ୍ବାଲା ହେଲେ କାହିଁକି? ଜାଣନ୍ତୁ ଏହାର ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତୀୟ ଜନତା ପାର୍ଟି (ଭାଜପା)ର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲାଙ୍କ ଦଳ ଛାଡ଼ିବା ପଛର ପ୍ରକୃତ କାରଣ କ’ଣ ଥିଲା? ସେ ଏହି ବିଷୟରେ ଖୋଲାଖୋଲି…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

ନିର୍ବାଚନ ପ୍ରଚାର ସମୟରେ ପ୍ରାର୍ଥୀଙ୍କୁ ହତ୍ୟା, ଦେଖନ୍ତୁ ଛାତିଥରା ଭିଡ଼ିଓ

ଲିମା,୨୧।୯: ପେରୁର ଆଙ୍କାଶ (Ancash) ଅଞ୍ଚଳରେ ଏକ ନିର୍ବାଚନ ପ୍ରଚାର ସମୟରେ ସାମ୍ବାଦିକା ତଥା ଆଞ୍ଚଳିକ ଗଭର୍ଣ୍ଣର ପ୍ରାର୍ଥୀ ସୁସି ଆପୋଣ୍ଟେ ପୋଲୋଙ୍କୁ ଗୁଳି କରି ହତ୍ୟା…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ଗୋରୁ ବୋଝେଇ ପିକଅପ ଜବତ: ୯ ଗୋରୁ ଉଦ୍ଧାର, ୨ ଜଣ ଅଟକ

ପାଟଣା, ୨୧।୯,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କର୍ମଚାରୀଙ୍କୁ ବଡ ସଫଳତା ମିଳିଛି। ବିଶସ୍ତ ସୂତ୍ରରୁ ଖବର ପାଇ କେନ୍ଦୁଝର ଡି ଏଫ ଓ…

‘ତୁମେ ଭଜା ଚଣା ବିକିବାକୁ ଯାଇଥିଲ…’ ବାବର ଆଜମଙ୍କ ବୟାନ ଉପରେ ବର୍ଷିଲେ ୱାସିମ ଆକ୍ରମ

ଇସଲାମାବାଦ,୨୧।୯: ବାବର ଆଜମଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ ଉଠାଇ ଓ୍ବାସିମ ଆକ୍ରମ କହିଛନ୍ତି ଯେ ଲର୍ଡସରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ପରେ ହିଁ ତାଙ୍କର ତୁରନ୍ତ ପଦରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?