ଶନିବାରଠାରୁ ପହିଲି ଭୋଗ ନୀତି: ରାତି ୨ରେ ଖୋଲିବ ଶ୍ରୀମନ୍ଦିର

ପୁରୀ, ୧୫ା୧୨(ଅଜିତ୍‌ ମହାନ୍ତି): ଶନିବାର ଧନୁ ସଂକ୍ରାନ୍ତି ପଡୁଥିବାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲିଭୋଗ ନୀତି ଅନୁଷ୍ଠିତ ହେବ। ଏହି ନୀତି ଧନୁସଂକ୍ରାନ୍ତି ଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଦୀର୍ଘ ୧ମାସ ଧରି ଚାଲିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି। ପହିଲି ଭୋଗରେ ବିଭିନ୍ନ ବ୍ୟଞ୍ଜନ, ବଡ଼ଝିଲି, ଝିଲି, ବଡ଼ବଡା, କାକେରା, ଅମାଲୁ, ଏଣ୍ଡୁରି, ଲଡୁ, ବଡ଼ି ଓ ଖଇର ଚୁଳ ପ୍ରଭୃତି ଲାଗି କରାଯିବ। ପ୍ରତ୍ୟେକ ଦିନ ସୂର୍ଯ୍ୟୋଦୟ ପୂର୍ବରୁ ଶ୍ରୀମନ୍ଦିର ଦ୍ୱାର ଫିଟାଯାଇ ଭିତରଶୋଧ, ମହାପ୍ରଭୁଙ୍କ ମଙ୍ଗଳ ଆଳତି, ତଡପଲାଗି, ଅବକାଶ କରାଯାଇ ବେଶ ଶେଷ ପରେ ମହାପ୍ରଭୁଙ୍କୁ ପହିଲି ଭୋଗ ଲାଗି କରାଯାଏ। ଚଳିତ ମାସ ୧୬ ତାରିଖରୁ ଆସନ୍ତା ଜାନୁୟାରୀ ୧୪ ତାରିଖ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ପହିଲି ଭୋଗ ନୀତି ଅନୁଷ୍ଠିତ ହେବ। ସେଥିପାଇଁ ପ୍ରତିଦିନ ରାତ୍ର ୨ଟାରେ ଶ୍ରୀମନ୍ଦିର ଦ୍ୱାର ଫିଟାଯାଇ ଭିତରଶୋଧ କରାଯିବ। ମଙ୍ଗଳଆଳତି ୨ଟା ୪୫, ରୋଷହୋମ ୨ଟା ୪୫, ମଇଲମ ଓ ତଡ଼ପ ଲାଗି ୩ଟା ୧୫, ଅବକାଶ ୪ଟା, ସୂର୍ଯ୍ୟ ପୂଜା ୪ଟା ୪୫, ଦ୍ୱାରପାଳ ପୂଜା ୫ଟା, ବେଶ ଶେଷ ୫ଟା, ପହିଲି ଭୋଗ ଓ ଗୋପାଳ ବଲ୍ଲଭ ୫ଟା ୨୦ରୁ ୬ଟା, ସକାଳ ଧୂପ (କେବଳ କୋଠଭୋଗ) ୬ଟା ୩୦ରୁ ୮ଟା, ମଇଲମ ଓ ବେଶ ୮ଟା ୨୦ରୁ ୯ଟା, ଭୋଗମଣ୍ଡପ ୮ଟା ୨୦ରୁ ୧ଟା, ମଧ୍ୟାହ୍ଣ ଧୂପ (କେବଳ କୋଠଭୋଗ) ୧୦.୩୦ରୁ ମଧ୍ୟାହ୍ନ ୧୨ଟା, ଦ୍ୱିତୀୟ ଭୋଗମଣ୍ଡପ ୧୧ଟା ୪୫ରୁ ୧ଟା, ଦକ୍ଷିଣୀଘର ଭୋଗ ଶେଷ ୧ଟା, ମଇଲମ- ବେଶ ୧ଟା ୧୫ରୁ ୨ଟା, ଦିବା ପହୁଡ ୨ଟା ୩୦, ଦ୍ୱାରଫିଟା ୪ଟା ୩୦, ସନ୍ଧ୍ୟା ଆଳତି ୫ଟା, ମଇଲମ – ବେଶ ସନ୍ଧ୍ୟା ୫ଟାରୁ ୬ଟା, ସନ୍ଧ୍ୟା ଧୂପ ୬ଟା ୩୦ରୁ ୮ଟା, ମଇଲମ ୮ଟା ୩୦, ଚନ୍ଦନ ଲାଗି ୯ଟା, ବଡ଼ସିଂହାର ବେଶ ୧୦ଟା, ଭୋଗ ୧୦ଟା ୩୦, ଟୋପରଲାଗି ୧୦ଟା ୪୫ ଏବଂ ରାତ୍ର ପହୁଡ଼ ରାତ୍ର ୧୧ଟାରେ ଅନୁଷ୍ଠିତ ହେବା ନେଇ ନିଷ୍ପତ୍ତି ହୋଇଛି। ଶ୍ରୀମନ୍ଦିର ସହ ପୁରୀରେ ଥିବା ଦେବଦେବୀ ଏବଂ ଯାଗା ଆଖଡ଼ା ପରିସରରେ ମଧ୍ୟ ପହିଲି ଭୋଗ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri