Posted inଖେଳ

ଟେଷ୍ଟଠାରୁ ଟି-୨୦ ପର୍ଯ୍ୟନ୍ତ ସବୁଠି ଭାରତର ଦବ୍‌ଦବା

ନୂଆଦିଲ୍ଲୀ,୨୬।୧୨: ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜରେ ଭାରତ ବାଂଲାଦେଶକୁ ୨-୦ରେ ପରାସ୍ତ କରିଛି। ଏହାସହ ଟିମ ଇଣ୍ଡିଆ ୨୦୨୨ ବର୍ଷର ଶେଷ ଟେଷ୍ଟ ସିରିଜ ଏବଂ ଶେଷ ମ୍ୟାଚ ଜିତିଥିଲା। ଯଦି ଟିମ ଇଣ୍ଡିଆର ଚଳିତବର୍ଷର ସମଗ୍ର ପ୍ରଦର୍ଶନକୁ ଦେଖାଯାଏ, ତେବେ ଦିନିକିଆ, ଟି-୨୦ ଏବଂ ଟେଷ୍ଟ ସିରିଜରେ ଦଳ ଭଲ ପ୍ରଦର୍ଶନ କରିଥିଲା।
ରୋହିତ ଶର୍ମା, ଶିଖର ଧାୱନ, କେ.ଏଲ ରାହୁଲ ଏବଂ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ଭାରତ ଚଳିତ ବର୍ଷ ତିନୋଟି ଫର୍ମାଟ ଖେଳିଥିଲା। ଟିମ ଇଣ୍ଡିଆ ଚଳିତ ବର୍ଷ ମୋଟ ୭ ଟେଷ୍ଟ ମ୍ୟାଚ ଖେଳିଛି। ଏହି ସମୟରେ ଦଳ ୪ଟି ମ୍ୟାଚ ଜିତିଥିଲା। ୨୪ଟି ଦିନିକିଆ ମ୍ୟାଚ ମଧ୍ୟରୁ ୧୪ଟି ଭାରତ ଜିତିଛି। ସେହିପରି ୪୦ଟି ଟି-୨୦ ମ୍ୟାଚ ମଧ୍ୟରୁ ଭାରତ ୨୮ଟି ମ୍ୟାଚ ଜିତିଥିଲା।
ଚଳିତ ବର୍ଷ ଭାରତୀୟ କ୍ରିକେଟ୍‌ ଦଳର ସମାଗ୍ରିକ ପ୍ରଦର୍ଶନ ଭଲ ହୋଇଥାଇପାରେ। କିନ୍ତୁ ଅନେକ ଗୁରୁତ୍ୱପୂର୍ଣ୍ଣ ଘଟଣାରେ ଦଳ ପରାଜୟର ସମ୍ମୁଖୀନ ହୋଇଥିଲା। ଟି-୨୦ ବିଶ୍ୱକପ ୨୦୨୨ର ସେମିଫାଇନାଲରେ ଟିମ ଇଣ୍ଡିଆକୁ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। ଚଳିତ ବର୍ଷ ଦଳର ସବୁଠାରୁ ବଡ ସମସ୍ୟା ହେଉଛି ଆଘାତ। ଆହତ କାରଣରୁ ଟିମ ଇଣ୍ଡିଆର ଅନେକ ବଡ ଖେଳାଳି ବାହାରେ ରହିଥିଲେ। ଏଥିରେ ରୋହିତ ଶର୍ମା, ଜସପ୍ରୀତ ବୁମ୍‌ରା, ରବିନ୍ଦ୍ର ଜାଡେଜା ଏବଂ ମହମ୍ମଦ ଶାମି ସାମିଲ ଅଛନ୍ତି। ଆଘାତ ଯୋଗୁ ଏହି ଖେଳାଳିମାନେ ବଡ଼ ମ୍ୟାଚ୍‌ ଖେଳିପାରି ନ ଥିଲେ। ନିକଟରେ ବାଂଲାଦେଶ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଅଧିନାୟକ ରୋହିତ ଶର୍ମା ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

World Richest Indian-Origin: ବିଶ୍ୱର ସବଠାରୁ ଧନୀ ଭାରତୀୟ ମୂଳ ବାସିନ୍ଦା CEO ହେଲେ ଜୟଶ୍ରୀ ଉଲ୍ଲାଲ,ପଛରେ ରହିଗଲେ…

ନୂଆଦିଲ୍ଲୀ,୨୭।୧୨: ବହୁ ବର୍ଷ ଧରି, ଯେତେବେଳେ ବି ବିଶ୍ୱ ଟେକ ଇଣ୍ଡଷ୍ଟ୍ରି ବା ଶିଳ୍ପ ସବୁଠାରୁ ଧନୀ ଭାରତୀୟ ବଂଶୋଦ୍ଭବ ସିଇଓଙ୍କ ବିଷୟରେ ଆଲୋଚନା କରୁଥିଲା,...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

୨୦୨୬ରେ ବନ୍ଦ ହୋଇଯିବ ଏସବୁ ସରକାରୀ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୭।୧୨: କେନ୍ଦ୍ର ସରକାର ଏବେ ସାର୍ୱଜନୀନ କ୍ଷେତ୍ର ବ୍ୟାଙ୍କ (PSU ବ୍ୟାଙ୍କ)ର ପ୍ରତିଛବି ଏବଂ ଭାଗ୍ୟ ଉଭୟକୁ ପରିବର୍ତ୍ତନ କରିବାକୁ ପ୍ରସ୍ତୁତ ହେଉଛନ୍ତି। ରିପୋର୍ଟ ଅନୁଯାୟୀ,...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri