Posted inଖେଳ

ଟେଷ୍ଟଠାରୁ ଟି-୨୦ ପର୍ଯ୍ୟନ୍ତ ସବୁଠି ଭାରତର ଦବ୍‌ଦବା

ନୂଆଦିଲ୍ଲୀ,୨୬।୧୨: ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜରେ ଭାରତ ବାଂଲାଦେଶକୁ ୨-୦ରେ ପରାସ୍ତ କରିଛି। ଏହାସହ ଟିମ ଇଣ୍ଡିଆ ୨୦୨୨ ବର୍ଷର ଶେଷ ଟେଷ୍ଟ ସିରିଜ ଏବଂ ଶେଷ ମ୍ୟାଚ ଜିତିଥିଲା। ଯଦି ଟିମ ଇଣ୍ଡିଆର ଚଳିତବର୍ଷର ସମଗ୍ର ପ୍ରଦର୍ଶନକୁ ଦେଖାଯାଏ, ତେବେ ଦିନିକିଆ, ଟି-୨୦ ଏବଂ ଟେଷ୍ଟ ସିରିଜରେ ଦଳ ଭଲ ପ୍ରଦର୍ଶନ କରିଥିଲା।
ରୋହିତ ଶର୍ମା, ଶିଖର ଧାୱନ, କେ.ଏଲ ରାହୁଲ ଏବଂ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ଭାରତ ଚଳିତ ବର୍ଷ ତିନୋଟି ଫର୍ମାଟ ଖେଳିଥିଲା। ଟିମ ଇଣ୍ଡିଆ ଚଳିତ ବର୍ଷ ମୋଟ ୭ ଟେଷ୍ଟ ମ୍ୟାଚ ଖେଳିଛି। ଏହି ସମୟରେ ଦଳ ୪ଟି ମ୍ୟାଚ ଜିତିଥିଲା। ୨୪ଟି ଦିନିକିଆ ମ୍ୟାଚ ମଧ୍ୟରୁ ୧୪ଟି ଭାରତ ଜିତିଛି। ସେହିପରି ୪୦ଟି ଟି-୨୦ ମ୍ୟାଚ ମଧ୍ୟରୁ ଭାରତ ୨୮ଟି ମ୍ୟାଚ ଜିତିଥିଲା।
ଚଳିତ ବର୍ଷ ଭାରତୀୟ କ୍ରିକେଟ୍‌ ଦଳର ସମାଗ୍ରିକ ପ୍ରଦର୍ଶନ ଭଲ ହୋଇଥାଇପାରେ। କିନ୍ତୁ ଅନେକ ଗୁରୁତ୍ୱପୂର୍ଣ୍ଣ ଘଟଣାରେ ଦଳ ପରାଜୟର ସମ୍ମୁଖୀନ ହୋଇଥିଲା। ଟି-୨୦ ବିଶ୍ୱକପ ୨୦୨୨ର ସେମିଫାଇନାଲରେ ଟିମ ଇଣ୍ଡିଆକୁ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। ଚଳିତ ବର୍ଷ ଦଳର ସବୁଠାରୁ ବଡ ସମସ୍ୟା ହେଉଛି ଆଘାତ। ଆହତ କାରଣରୁ ଟିମ ଇଣ୍ଡିଆର ଅନେକ ବଡ ଖେଳାଳି ବାହାରେ ରହିଥିଲେ। ଏଥିରେ ରୋହିତ ଶର୍ମା, ଜସପ୍ରୀତ ବୁମ୍‌ରା, ରବିନ୍ଦ୍ର ଜାଡେଜା ଏବଂ ମହମ୍ମଦ ଶାମି ସାମିଲ ଅଛନ୍ତି। ଆଘାତ ଯୋଗୁ ଏହି ଖେଳାଳିମାନେ ବଡ଼ ମ୍ୟାଚ୍‌ ଖେଳିପାରି ନ ଥିଲେ। ନିକଟରେ ବାଂଲାଦେଶ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଅଧିନାୟକ ରୋହିତ ଶର୍ମା ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?