ବାହାବେଦିରୁ ମଶାଣି ଭୂଇଁରେ ନବବଧୂ

ବିନିକା,୫।୩: ସରିଥିଲା ବିବାହ, ଯିବାକୁ ଥିଲା ଶାଶୁଘର। ହେଲେ ନବବଧୂ ବର ସହିତ ସଜ୍ଜିତ ଗାଡ଼ିରେ ଯିବା ବଦଳରେ କୋକେଇରେ ଯାଇଥିଲେ ମଶାଣି ଭୂଇଁ । ଏଭଳି ଏକ ଦୁଃଖଦ ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଜୁଲୁଣ୍ଡା ଗ୍ରାମରେ
ମେନକା ସାହୁଙ୍କ ଏକମାତ୍ର ଝିଅ ଗୁପ୍ତେଶ୍ବରୀ ଓରଫ ରୋଜିଙ୍କ ବିବାହ ବଲାଙ୍ଗୀର ଜିଲା ତେନ୍ତୁଳିଗାଁର ରାଧେଶ୍ୟାମ ପଧାନଙ୍କ ଏକମାତ୍ର ପୁତ୍ର ବିଶିକେଶନଙ୍କ ସହିତ ଗୁରୁବାର ସ୍ଥିର ହୋଇଥିଲା। ବନ୍ଧୁବାନ୍ଧବ ସମସ୍ତେ ଆସିଥିଲେ। ଘର ହସଖୁସିରେ ପୂରି ଉଠିଥିଲା। ରାତିରେ ବରଯାତ୍ରୀ ଆସି କନ୍ୟା ଘରେ ପହଞ୍ଚିଥିଲେ। ରୀତିନୀତିରେ ହାତଗଣ୍ଠି ପଡ଼ି ବିବାହ କାର୍ଯ୍ୟ ସମ୍ପନ୍ନ ହୋଇଥିଲା। ଶୁକ୍ରବାର ପ୍ରତ୍ୟୁଷରେ ଝିଅ ବିଦାୟ ଦେବା ବେଳେ ପରିବାର ଲୋକେ କାନ୍ଦିଥିଲେ। ଏହି ସମୟରେ ବାପଘର ଲୋକଙ୍କୁ ଛାଡ଼ି ଯାଉଥିବାରୁ ରୋଜି ମଧ୍ୟ କାନ୍ଦିଥିଲେ। ସେ କାନ୍ଦିକାନ୍ଦି ଚେତାଶୁନ୍ୟ ହୋଇପଡିଥିଲେ। ତାଙ୍କୁ ତୁରନ୍ତ ଡ଼ୁଙ୍ଗୁରିପାଲି ଡାକ୍ତରଖାନା ନିଆଯାଇଥିଲା। ହେଲେ ଡାକ୍ତର ରୋଜିଙ୍କୁ ହୃଦ୍‌ଘାତରେ ମୃତ୍ୟୁ ଘଟିଥିବା ଘୋଷଣା କରିଥିଲେ। ଏହି ଖବର ପ୍ରଚାରିତ ହେବା ପରେ ଗାଁ ଲୋକେ ସ୍ତବ୍ଧ ହୋଇଯାଇଥିଲେ। ନବବଧୂ ସାଜି ଅଳତା, ସିନ୍ଦୂର ପିନ୍ଧି ଶାଶୁଘର ଯିବା ବଦଳରେ ଚାଲିଗଲେ ଆରପାରିକୁ। ରୋଜିଙ୍କ ବାପାଙ୍କ ଗତ କିଛିଦିନ ତଳେ ମୃତ୍ୟୁ ଘଟିଥିଲା। ସମସ୍ତେ ଭାବିଥିଲେ ରୋଜି ବାହା ହୋଇ ଶାଶୁଘରକୁ ଯାଇ ସୁଖରେ ଦିନ କାଟିବ। ବାପାଙ୍କ ମୃତ୍ୟୁର ଦୁଃଖ ଭୁଲିଯିବ। କିନ୍ତୁ ଶାଶୁଘର ଯିବା ତାଙ୍କ ଭାଗ୍ୟରେ ନ ଥିଲା। ବିନିକା ମେଡିକାଳରେ ମୃତଦେହ ବ୍ୟବଚ୍ଛେଦ ପରେ ପୋଲିସ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ ବିନିକା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri