ଆରମ୍ଭରୁ ଏମିତି…

ଢେଙ୍କାନାଳ, ୨୬।୬(ରତନ ନାୟାର): ସାରା ରାଜ୍ୟକୁ ଛୁଇଁଛି ମୌସୁମୀ। ଦୁଇଦିନ ହେଲା ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଛି ଲଗାଣ ବର୍ଷା। ତେବେ ରବିବାର ଅବିଶ୍ରାନ୍ତ ବର୍ଷା ଢେଙ୍କାନାଳ ସହରତଳି ଅଞ୍ଚଳବାସୀଙ୍କ ଦୁଃଖ ବଢ଼ାଇଦେଇଛି। ଟାଉନ ପ୍ଲାନିଂ ଅଞ୍ଚଳରେ ପାଣି ପଶି କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସମଗ୍ର ଅଞ୍ଚଳ ଜଳବନ୍ଦୀ ଅବସ୍ଥାରେ ରହିଛି। ବର୍ଷା ଆରମ୍ଭରୁ ସମ୍ପୃକ୍ତ ଅଞ୍ଚଳବାସୀ ଏଭଳି ଯନ୍ତ୍ରଣା ଭୋଗୁଥିବାବେଳେ ଆଗକୁ ସ୍ଥିତି ଆହୁରି ଜଟିଳ ହେବ ବୋଲି ଅଭିଯୋଗ ହୋଇଛି।
ବର୍ଷା ଆସିଲେ ଢେଙ୍କାନାଳ ଟାଉନ୍‌ ପ୍ଲାନିଂ ଅଞ୍ଚଳବାସୀଙ୍କ ଦୁଃଖ ବଢ଼ିଯାଏ। ଅବ୍ୟବସ୍ଥିତ ଡ୍ରେନେଜ୍‌ ସମସ୍ୟା ପାଇଁ ବର୍ଷ ବର୍ଷ ଧରି ଲୋକେ ଏଭଳି ସମସ୍ୟା ଭୋଗି ଆସୁଛନ୍ତି। ତେବେ ରବିବାର ଦିନତମାମ ହୋଇଥିବା ବର୍ଷାରେ ଜନଜୀବନ ପ୍ରଭାବିତ ହୋଇଛି। ସମଗ୍ର ଅଞ୍ଚଳ ପାଣିଘେରରେ ରହିଛି। ଲୋକମାନେ ବାହାରକୁ ବାହାରି ପାରୁନାହାନ୍ତି। ଅନେକ ଘରେ ପାଣି ପଶିଛି। ରାସ୍ତାରେ ଆଣ୍ଠୁଏ ଉଚ୍ଚତାର ବର୍ଷାଜଳ ପ୍ରବାହିତ ହେବାରୁ ଯାନବାହନ ଚଳାଚଳ ବ୍ୟାହତ ହୋଇଛି। ବର୍ଷାଦିନ ପୂର୍ବରୁ ଡ୍ରେନେଜ୍‌ ସମସ୍ୟା ସୁଧାରିବାକୁ ଅଞ୍ଚଳବାସୀ ପୌର କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। ହେଲେ ଏହାକୁ କେହି ଗୁରୁତ୍ୱର ସହ ନେଲେନାହିଁ। ତେଣୁ ଏଭଳି ସମସ୍ୟା ଉପୁଜିଥିବା ଟାଉନ ପ୍ଲାନିଂବାସୀ ଅଭିଯୋଗ କରିଛନ୍ତି।
ଗାୟତ୍ରୀ ନଗରରେ ମଧ୍ୟ ଅନୁରୂପ ସ୍ଥିତି ସୃଷ୍ଟି ହୋଇଛି। ଏଠାରେ ପ୍ରାୟ ୩୦୦୦ରୁ ଊର୍ଦ୍ଧ୍ୱ ଲୋକ ଜଳବନ୍ଦୀ ହୋଇ ରହିଛନ୍ତି। ଜଳ ନିଷ୍କାସନ ଲାଗି ପୌରସଂସ୍ଥା ପକ୍ଷରୁ ଦିନତମାମ କୌଣସି ବ୍ୟବସ୍ଥା ଗ୍ରହଣ କରାଯାଇ ନ ଥିଲା, ଯାହାକୁ ନେଇ ଅସନ୍ତୋଷ ତେଜିଥିଲା। ଅପରାହ୍ନରେ ପୌର ଅଧିକାରୀ ପହଞ୍ଚତ୍ ଜଳ ନିଷ୍କାସନ ପାଇଁ ପଦକ୍ଷେପ ନେଇଥିଲେ।
ଏ ସଂକ୍ରାନ୍ତରେ ପୌର ନିର୍ବାହୀ ଯନ୍ତ୍ରୀ ରଶ୍ମିତା ମିଶ୍ର କୁହନ୍ତି, ଅପରାହ୍ନରେ ଯାଇ ଜଳ ନିଷ୍କାସନ କରାଯାଇଛି। ଡ୍ରେନେଜ୍‌ ନିର୍ମାଣ ପାଇଁ ଜମି ଅଧିଗ୍ରହଣର ଆବଶ୍ୟକତା ରହିଛି। ଏହା ପରେ ସମସ୍ୟାର ସ୍ଥାୟୀ ସମାଧାନ ଲାଗି ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ପାଟପୁର ଥାନା ପକ୍ଷରୁ ନିଆରା ପ୍ରୟାସ, ନିଶା ଦ୍ରବ୍ୟ ସେବନ ବିରୋଧରେ ନେଲେ ଶପଥ 

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଆମ ପୋଲିସ ସମିତି ପକ୍ଷରୁ ବୁଧବାର ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୁଲ୍ୟରେ ସଚେତନତା ସଭା…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri