ଅବସର ନେଲେ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର

କଟକ,୭ା୮(କାର୍ତ୍ତିକ ସାହୁ): ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ପଦରୁ ଡ. ଏସ୍‌. ମୁରଲୀଧର ସୋମବାର ଅବସର ଗ୍ରହଣ କରିଛନ୍ତି। ଓଡ଼ିଶା ତଥା ଦେଶର ନ୍ୟାୟିକ ବ୍ୟବସ୍ଥାରେ ସେ ଏକ ଆନ୍ଦୋଳନ ସୃଷ୍ଟି କରିଥିବାବେଳେ ତାଙ୍କ କାର୍ଯ୍ୟକାଳ ସମୟରେ ଓଡ଼ିଶା ହାଇକୋର୍ଟ ସମଗ୍ର ଦେଶରେ ଉଦାହରଣ ସୃଷ୍ଟି କରିପାରିଛି। ପ୍ରଥମଥର ପାଇଁ ହାଇକୋର୍ଟ ସମେତ ଜିଲା କୋର୍ଟଗୁଡ଼ିକରେ ପେପରଲେସ୍‌ କୋର୍ଟ ପ୍ରଚଳନ କରିବା ତାଙ୍କ ଦୂରଦର୍ଶିତାର ଏକ ପ୍ରମୁଖ ଦିଗ। ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ କୋର୍ଟ ପ୍ରଥମ ପେପରଲେସ୍‌ କୋର୍ଟ ହେବାପରେ ଅନ୍ୟ କେତେକ ଖଣ୍ଡପୀଠକୁ ମଧ୍ୟ ପେପରଲେସ୍‌ କରାଯାଇଛି। ଭର୍ଚୁଆଲ କୋର୍ଟ ପ୍ରତିଷ୍ଠା ତାଙ୍କର ଅନ୍ୟତମ ପ୍ରଚେଷ୍ଟା। ତାଙ୍କ ଉଦ୍ୟମରେ ରାଜ୍ୟର ବିଭିନ୍ନ ସ୍ଥାନରେ ୨୦ଟି ଭର୍ଚୁଆଲ ହାଇକୋର୍ଟ ପ୍ରତିଷ୍ଠା ହୋଇଛି। ଓଡ଼ିଶାର ନ୍ୟାୟିକ ଇତିହାସ ଓ ଐତିହ୍ୟକୁ ସଂରକ୍ଷଣ କରିବାରେ ମ୍ୟୁଜିୟମ ଅଫ୍‌ ଜଷ୍ଟିସ୍‌ ପ୍ରତିଷ୍ଠା ଭଳି ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ସେ ପ୍ରଶଂସାର ପାତ୍ର ହୋଇଛନ୍ତି। ହାଇକୋର୍ଟ ପକ୍ଷରୁ ରେକର୍ଡ ସଂରକ୍ଷଣ ପାଇଁ ରେକର୍ଡ ଡିଜିଟାଇଜେସନ ସେଣ୍ଟର ସ୍ଥାପନ କରାଯାଇଛି। ୨୦୨୧ ଏପ୍ରିଲ ୫ରେ ଇ-ଫାଇଲିଂ ୱେବ ପୋର୍ଟାଲ ଆରମ୍ଭ କରାଯାଇଥିଲା। ଏଥିସହ ମୁଖ୍ୟ ବିଚାରପତିଙ୍କ କୋର୍ଟରେ ହେଉଥିବା ମାମଲା ଶୁଣାଣିର ସିଧା ପ୍ରସାରଣ ହାଇକୋର୍ଟଙ୍କ ଅଫିସିଆଲ ୟୁଟ୍ୟୁବ ଚାନେଲରେ ୨୦୨୧ ଅଗଷ୍ଟ ୨ରୁ ଆରମ୍ଭ ହୋଇଥିଲା। ଏପରିକି ନ୍ୟାୟିକ ବ୍ୟବସ୍ଥାକୁ ସହଜ କରିବା ଉଦ୍ଦେଶ୍ୟରେ ଡ. ମୁରଲୀଧର ଅବସର ନେବା ଦିନରେ ସୋମବାର ଓ୍ବାରେଣ୍ଟ ପରିଚାଳନା ବ୍ୟବସ୍ଥା ଏବଂ ପିଆଇଏଲ ପୋର୍ଟାଲ ନୂତନ ବ୍ୟବସ୍ଥାର ଉଦ୍‌ଘାଟନ କରିଛନ୍ତି। ୨୦୨୧ ଜାନୁଆରୀ ୪ରେ ସେ ଓଡ଼ିଶା ହାଇକୋର୍ଟର ୩୨ତମ ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ। ୧୯୮୪ରେ ସେ ଚେନ୍ନାଇରେ ଓକିଲାତି ଆରମ୍ଭ କରିଥିଲେ। ପରେ ୧୯୮୭ରେ ସେ ସୁପ୍ରିମକୋର୍ଟ ଓ ଦିଲ୍ଲୀ ହାଇକୋର୍ଟରେ ଆଇନଜୀବୀ ଭାବେ କାର୍ଯ୍ୟାରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୨।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri