ଆଜିଠୁ ବରଗଡ଼ ଧନୁଯାତ୍ରା, ଚାଲିବ କଂସ ରାଜୁତି

ବରଗଡ଼,୩ା୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାରରୁ ଆରମ୍ଭ ହେବ। ପରମ୍ପରା ଦୃଷ୍ଟିରୁ ବିଗତ ବର୍ଷ ଭଳି ଏଥର ମଧ୍ୟ ବରଗଡ଼ ଲୋକ ସଭା ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ ବରଗଡ଼ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ ସନ୍ଧ୍ୟା ୭ଟାରେ ହାଟପଦାସ୍ଥିତ ରାଜ ଦରବାରରେ ଧନୁଯାତ୍ରା ମହୋତ୍ସବକୁ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଜାନୁଆରୀ ୧୩ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ଏହି ୧୧ ଦିନ ଅବଧି ମଧ୍ୟରେ ବରଗଡ଼ରେ କଂସ ଶାସନ ଚାଲିବ। ବରଗଡ଼ ସହର ମଥୁରାନଗରୀ ଏବଂ ଅମ୍ବାପାଲି ଗୋପପୁର ପାଲଟିବ। ଉଭୟ ସ୍ଥାନ ମଧ୍ୟରେ ପ୍ରବାହିତ ଜୀରାନଦୀ ଯମୁନା ହେବ। ତେବେ ବିଗତ ବର୍ଷ ଭଳି ଏଥର ମଧ୍ୟ ମହୋତ୍ସବର ପ୍ରଥମ ୭ଦିନ ହାଟପଦାରେ ନିର୍ମିତ ମଞ୍ଚ ଏବଂ ଶେଷ ୪ଦିନ ଲୋକମଣ୍ଡପ ପଡ଼ିଆରେ ନିର୍ମିତ ମଞ୍ଚ ରାଜ ଦରବାର ପାଲଟିବ। ଅନ୍ୟପଟେ ପ୍ରଥମ ୭ଦିନ ଲୋକମଣ୍ଡପ ପଡ଼ିଆ ଏବଂ ଶେଷ ୪ଦିନ ହାଟପଦାରେ ନିର୍ମିତ ମଞ୍ଚରେ ରଙ୍ଗ ମହଲ ଦୃଶ୍ୟାଭିନୟ ଅଭିନୀତ ହେବ।
ଧନୁଯାତ୍ରା ମହୋତ୍ସବକୁ ଅନ୍ୟବର୍ଷ ଅପେକ୍ଷା ଏଥର ଅଧିକ ଆକର୍ଷଣୀୟ କରିବାର ପ୍ରୟାସ କରାଯାଇଛି। ସ୍ଥାନୀୟ ହାଟପଦାରେ ରାଜ ଦରବାର ଏବଂ ନିଶାମଣି ସ୍କୁଲ ସମ୍ମୁଖ ଲୋକମଣ୍ଡପ ପଡ଼ିଆରେ ସୁଦୃଶ୍ୟ ରଙ୍ଗ ମହଲ ନିର୍ମିତ ହୋଇଛି। ସହରର ପ୍ରମୁଖ ପ୍ରବେଶ ଦ୍ୱାରଗୁଡ଼ିକ ନିକଟରେ ଆକର୍ଷଣୀୟ ସ୍ବାଗତ ତୋରଣ ମଧ୍ୟ ନିର୍ମାଣ କରାଯାଇଛି।

ସେହିପରି ଧନୁଯାତ୍ରା ମହୋତ୍ସବକୁ ସ୍ବାଗତ କରିବା ପାଇଁ ଶୁକ୍ରବାର ଅପରାହ୍ନ ୨ଟାରୁ ସାଂସ୍କୃତିକ ଶୋଭାଯାତ୍ରା ସହର ପରିକ୍ରମା କରି ଗ୍ରାମ୍ୟଦେବୀ ସମଲେଶ୍ୱରୀଙ୍କ ମନ୍ଦିର ଅଭିମୁଖେ ଯିବ। ସେଠାରେ ପୂଜାର୍ଚ୍ଚନା ପରେ ଏକ ବର୍ଣ୍ଣାଢ଼୍ୟ ଶୋଭାଯାତ୍ରା ସ୍ଥାନୀୟ ହାଟପଦାସ୍ଥିତ ରାଜ ଦରବାରକୁ ପହଞ୍ଚିବ ଏବଂ ଶୋଭାଯାତ୍ରା ପହଞ୍ଚିବା ପରେ ଧନୁଯାତ୍ରା ମହୋତ୍ସବ ଉଦ୍‌ଘାଟନ ହେବ।

ସେହିପରି ଗତବର୍ଷ ଭଳି ଏଥର ମଧ୍ୟ ସ୍ଥାନୀୟ ଲମ୍ବା ବିଲ୍ଡିଂ ପାର୍ଶ୍ୱସ୍ଥ ଜି.ଡ଼ି ଗୋୟଲ ଧର୍ମଶାଳା ରାଜ ମହଲ ପାଲଟିବ ବୋଲି ଧନୁଯାତ୍ରା ମହୋତ୍ସବ ସମିତିର ଆବାହକ ତଥା ସମ୍ପାଦକ ସୁରେଶ୍ୱର ଶତପଥୀ କହିଛନ୍ତି। ଏହା ସହିତ ଧନୁଯାତ୍ରା ପାଇଁ ଉତ୍ତରପ୍ରଦେଶରୁ ଗୋଟିଏ ହାତୀ, ୬ ଘୋଡ଼ା ଗାଡ଼ି ଏବଂ ୬ ଓଟ ପହଞ୍ଚି ସାରିଥିବା ସେ ସୂଚନା ଦେଇଛନ୍ତି। ଧନୁଯାତ୍ରା ମହୋତ୍ସବକୁ ସୁରକ୍ଷିତ ଏବଂ ନିରାପଦ ଭାବେ ସମାପନ ପାଇଁ ପୋଲିସ ପକ୍ଷରୁ ମଧ୍ୟ ବ୍ୟାପକ ପଦକ୍ଷେପ ନିଆଯାଇଥିବା ଏସ୍‌ପି ପି.ଏସ୍‌ ମୀନା କହିଛନ୍ତି। ସବୁ ଜାଗାରେ ପୋଲିସ ମୁତୟନ ସହିତ ଏଠାକୁ ଆସୁଥିବା ରାଜ୍ୟ ଏବଂ ରାଜ୍ୟ ବାହାର ଲୋକେ ଯେଭଳି ଭଲଭାବେ ଧନୁଯାତ୍ରା ମହୋତ୍ସବକୁ ଉପଭୋଗ କରି ପାରିବେ, ସେଥିପାଇଁ ଟ୍ରାଫିକ, ପାର୍କିଂ, ରୁଟ୍‌ ଲାଇନ୍‌ ସୁବ୍ୟସ୍ଥିତ କରାଯାଇଛି। ସିସିଟିଭି ସ୍ଥାପନ କରାଯାଇଛି, ସବୁ ଦିଗ ପ୍ରତି ନଜର ରଖାଯିବ ଏବଂ ବିଗତ ବର୍ଷ ଭଳି ଏଥର ମଧ୍ୟ ସୁରକ୍ଷିତ ଏବଂ ନିରାପଦ ଭାବେ ଧନୁଯାତ୍ରା ମହୋତ୍ସବ ସରିବ ବୋଲି ଏସ୍‌ପି ମୀନା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri