ଆଜିଠୁ ସମଲେଇ ମନ୍ଦିରରେ ମାଦକଦ୍ରବ୍ୟ ନିଷେଧ

ସମ୍ବଲପୁର,୧୪ା୪(ପ୍ରମୋଦ ବହିଦାର)ସମ୍ବଲପୁରର ଆରାଧ୍ୟ ଦେବୀ ମା’ ସମଲେଇଙ୍କ ପୀଠରେ ମାଦକ ଦ୍ରବ୍ୟ ବ୍ୟବହାର ଉପରେ ନିଷେଧାଦେଶ ଜାରି କରାଯାଇଛି। ମନ୍ଦିର ଟ୍ରଷ୍ଟବୋର୍ଡର ନିଷ୍ପତ୍ତି ଅନୁସାରେ ପୀଠ ପରିସରରେ ପାନ, ଗୁଟ୍‌ଖା, ଭାଙ୍ଗ, ବିଡ଼ି, ସିଗାରେଟ୍‌ ଭଳି ମାଦକ ଦ୍ରବ୍ୟ ବ୍ୟବହାରକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। ସମଲେଶ୍ୱରୀ ମନ୍ଦିର ଟ୍ରଷ୍ଟବୋର୍ଡ ସଭାପତି ସଞ୍ଜୟ ବାବୁ ଏକ ପ୍ରେସ୍‌ ବିବୃତିରେ ଏହି ସୂଚନା ଦେଇଛନ୍ତି। ଏହି ନିୟମକୁ ମନ୍ଦିରରେ ରବିବାରଠାରୁ କଡ଼ାକଡ଼ି ଭାବେ ଲାଗୁ କରାଯିବ। ଏହାକୁ ଅବମାନନା କଲେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଅର୍ଥଦଣ୍ଡରେ ଦଣ୍ଡିତ କରାଯିବ। ମା’ଙ୍କ ପୀଠକୁ ଆସୁଥିବା ସମସ୍ତ ଶ୍ରଦ୍ଧାଳୁଙ୍କ ସମେତ ମନ୍ଦିର ପୂଜକ, ସେବାୟତ ଓ କର୍ମଚାରୀଙ୍କ କ୍ଷେତ୍ରରେ ଏହି ନିୟମ ଲାଗୁ ହେବ। ମନ୍ଦିର ପରିବେଶର ପବିତ୍ରତା ରକ୍ଷା, ସ୍ବଚ୍ଛତା ଓ ପରିଚ୍ଛନ୍ନତା ବଜାୟ ରଖିବା ଲକ୍ଷ୍ୟରେ ଏହି ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri