ଦୁଗ୍ଧଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆଜିଠାରୁ ପାଇବେ ଏତିକି ଅଧିକ ଟଙ୍କା, ୧ ଲକ୍ଷର ବୀମା

ଭୁବନେଶ୍ୱର,୧।୬: ଓମ୍‌ଫେଡ୍‌ ଦୁଗ୍ଧ ଚାଷୀଙ୍କ ପାଇଁ ଖୁସିଖବର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରବିବାରଠାରୁ ଚାଷୀମାନେ ଲିଟର ପିଛା ଅଧିକ ୩ ଟଙ୍କା ପାଇବେ। ଏମିତିରେ ଖାଉଟିଙ୍କ ପାଇଁ ବୃଦ୍ଧି ହେବାକୁ ଥିବା ୪ ଟଙ୍କାରୁ ୨ ଟଙ୍କା ସରକାର ବହନ କରିବେ ବୋଲି ଘୋଷଣା କରାଯାଇଛି। ତେବେ ବାକି ୨ ଟଙ୍କା ଖାଉଟିଙ୍କୁ ବହନ କରିବାକୁ ପଡ଼ିବ।

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ରାଜ୍ୟର ୨ ଲକ୍ଷ ୫୦ ହଜାର ଦୁଗ୍ଧଚାଷୀ ଉପକୃତ ହେବେ। ଏହାଛଡ଼ା ଚାଷୀଙ୍କ ଅକାଳ ମୃତ୍ୟୁ ହେଲେ ୧ ଲକ୍ଷ ଟଙ୍କାର ଜୀବନବୀମା ମିଳିବ ବୋଲି କୁହାଯାଇଛି।

Share