ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ ସଚେତନ ରହିବାକୁ ରାଜ୍ୟ ପରିବହନ ପ୍ରାଧିକରଣ (ଏସ୍‌ଟିଏ) ପକ୍ଷରୁ ପରାମର୍ଶ ଦିଆଯାଇଛି। ବିଭିନ୍ନ ରାଜପଥରେ ସ୍ଥାପିତ ଟୋଲ ଗେଟ୍‌ରେ ଅଟୋମେଟେଡ୍‌ ଇଲେକ୍ଟ୍ରୋନିକ ବ୍ୟବସ୍ଥା ମାଧ୍ୟମରେ ଇ-ଚାଲାଣ କଟିବ। ଏଥିସହ ମୋଟରଯାନର ଅନ୍ୟାନ୍ୟ ଯାଞ୍ଚ ବେଳେ ପିୟୁସିସି ନ ଥିବା ଜଣାପଡ଼ିଲେ ଅଟୋମେଟେଡ୍‌ ବ୍ୟବସ୍ଥା ମାଧ୍ୟମରେ ବି ଇ-ଚାଲାଣ କଟିବ।
ସୂଚନାନୁସାରେ, କେନ୍ଦ୍ରୀୟ ମୋଟରଯାନ ଆଇନ ଅନୁଯାୟୀ ପିୟୁସିସି ନ ଥିଲେ ଇ-ଚାଲାଣ ମୋଟା ଅଙ୍କରେ କଟିବା ପ୍ରକ୍ରିୟା ଗତ ଡିସେମ୍ବରରେ କଡ଼ାକଡ଼ି କରାଯାଇଥିଲା। ଏଥିସହ ପିୟୁସିସି ନ ଥିଲେ ଟାଙ୍କିରେ ପେଟ୍ରୋଲ ମିଳିବ ନାହିଁ ବୋଲି ମଧ୍ୟ କଡ଼ା ସରକାରୀ ନିର୍ଦ୍ଦେଶନାମା ଜାରି ହୋଇଥିଲା। ଏହାକୁ ନେଇ ଗାଡ଼ି ବ୍ୟବହାରକାରୀମାନେ ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ। ଏନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ରୁଜୁ ହୋଇଥିଲା। ହାଇକୋର୍ଟରେ ମାମଲାର ଶୁଣାଣି ଚାଲିଥିବା ବେଳେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ପିୟୁସିସି ଚାଲାଣ କଟିବାକୁ ଏପ୍ରିଲ ପହିଲା ଯାଏ କୋହଳ କରାଯାଇଥିବା ଘୋଷଣା କରିଥିଲେ। ପରେ ହାଇକୋର୍ଟରେ ମଧ୍ୟ ରାଜ୍ୟ ସରକାର ସତ୍ୟପାଠ ଦାଖଲ କରିଥିଲେ। ଏହା ମଧ୍ୟରେ ପିୟୁସିସି ସଂକ୍ରାନ୍ତୀୟ ମାମଲାର ଅନ୍ତ ଘଟିଛି। ତେବେ ସଂସଦରେ ଅନୁମୋଦନ ଲାଭ କରିଥିବା କେନ୍ଦ୍ରୀୟ ଆଇନ ଦ୍ୱାରା ପିୟୁସିସି ଚାଲାଣ କାର୍ଯ୍ୟକାରୀ ହେଉଥିବାରୁ ତାହାକୁ ଠିକ୍‌ ବୋଲି ହାଇକୋର୍ଟ ରାୟରେ ଉଲ୍ଲେଖ କରିଥିଲେ। ଏବେ ସେହି କୋହଳ ଅବଧି ସରିଯାଇଥିବାରୁ ସ୍ବାଭାବିକ ଭାବେ ଏପ୍ରିଲ ୨ରୁ ମୋଟର ଯାନ ଆଇନର ଅନ୍ୟାନ୍ୟ ନିୟମ ସହ ପିୟୁସିସି ଯାଞ୍ଚ ମଧ୍ୟ କରାଯିବା ସ୍ପଷ୍ଟ ହୋଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri