ଭୁବନେଶ୍ୱର,୩୦।୪: ଛାତ୍ରୀଛାତ୍ର ଅଧାରୁ ପାଠ ଛାଡ଼ିବା ନେଇ ବୁଧବାରଠୁ ସର୍ଭେ ଆରମ୍ଭ ହୋଇଛି। ଏହି ସର୍ଭେ ଆଜିଠାରୁ ୫ ତାରିଖ ପର୍ଯ୍ୟନ୍ତ ହେବ। ଘରକୁ ଘର ବୁଲି ସର୍ଭେ କରିବେ ଶିକ୍ଷକ, ଶିକ୍ଷୟିତ୍ରୀ। ଶୂନରୁ ୧୮ ବର୍ଷର ପିଲାଙ୍କ ତଥ୍ୟ ସଂଗ୍ରହ କରାଯିବ । ଅଧାରୁ ପାଠ ଛାଡ଼ିଥିବା ପିଲାଙ୍କୁ ଦିଆଯିବ ଅଧିକ ଗୁରୁତ୍ୱ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚିଠି ଜାରି ହୋଇଛି।


