Posted inରାଜ୍ୟ

ଆଜିଠୁ ଯୁକ୍ତ୩ ଆବେଦନ: ୨୫ ପର୍ଯ୍ୟନ୍ତ ଚାଲିବ, ୩୧ରେ ପ୍ରଥମ ମେରିଟ ଲିଷ୍ଟ

ଭୁବନେଶ୍ୱର, ୧୧।୮(ବ୍ୟୁରୋ) – ରାଜ୍ୟର ସମସ୍ତ ଡିଗ୍ରୀ କଲେଜରେ ଯୁକ୍ତ୩ ନାମଲେଖା ପାଇଁ ଗୁରୁବାରଠାରୁ ଆବେଦନ ଆରମ୍ଭ ହେବ। ସାମ୍ସ ଓ୍ବେବ୍‌ସାଇଟ୍‌ www.samsodisha.gov.inରେ ଛାତ୍ରୀଛାତ୍ର ଗୁରୁବାର ପୂର୍ବାହ୍ନ ୧୧ଟାରୁ ୨୫ ତାରିଖ ରାତି ୧୧ଟା ୪୫ ମଧ୍ୟରେ ଆବେଦନ କରିପାରିବେ। ୩୧ ତାରିଖ ପୂର୍ବାହ୍ନ ୧୧ଟାରେ ପ୍ରଥମ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ଚୟନ ହୋଇଥିବା ଛାତ୍ରୀଛାତ୍ର ସେପ୍ଟେମ୍ବର ୨ରୁ ୫ (ରବିବାର ବ୍ୟତୀତ) ଅପରାହ୍ନ ୫ଟା ମଧ୍ୟରେ ନାମ ଲେଖାଇବେ। ସେପ୍ଟେମ୍ବର ୧୧ରେ ଦ୍ୱିତୀୟ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ ଓ ମନୋନୀତ ଛାତ୍ରୀଛାତ୍ର ୧୨ରୁ ୧୪ ତାରିଖ ଅପରାହ୍ନ ୫ଟା ଭିତରେ ନାମ ଲେଖାଇବେ। ଦୁଇଟି ପର୍ଯ୍ୟାୟ ନାମଲେଖା ପରେ ସ୍ପଟ୍‌ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ। ସୂଚନାଯୋଗ୍ୟ, ଚଳିତବର୍ଷ ଯୁକ୍ତ୨ ପାସ୍‌ହାର ତୁଳନାରେ ରାଜ୍ୟର ପ୍ରମୁଖ ଡିଗ୍ରୀ କଲେଜଗୁଡିକରେ ସିଟ୍‌ ସଂଖ୍ୟା କମ୍‌ ରହିଛି। ରାଜ୍ୟରେ ଏଥର ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ବିଷୟରେ ମୋଟ ୨,୬୬,୫୬୮ଜଣ ପାସ୍‌ କରିଛନ୍ତି। ତେବେ ରାଜ୍ୟରେ ଥିବା ଡିଗ୍ରୀ କଲେଜରେ ୨ଲକ୍ଷ ୪୯ହଜାର ୪୫୩ ସିଟ୍‌ ରହିଛି। ତେଣୁ ସିଟ୍‌ ସଂଖ୍ୟାଠାରୁ ପାସ୍‌ ହୋଇଥିବା ପିଲାଙ୍କ ସଂଖ୍ୟା ୧୭,୧୧୫ ଅଧିକ ରହିଛି। ତେଣୁ ନାମଲେଖାରୁ ଯେପରି ଛାତ୍ରୀଛାତ୍ର ବଞ୍ଚତ୍ତ ନ ହେବେ, ତାହା ଉପରେ ଗୁରୁତ୍ୱ ଦେବାର ଆବଶ୍ୟକତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri