Posted inରାଜ୍ୟ

ଆଜିଠାରୁ କମିବ ଶୀତର ପ୍ରଭାବ; ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ସମ୍ଭାବନା

ଭୁବନେଶ୍ୱର,୨୪ା୧୨: ବାୟୁମଣ୍ଡଳର ଉପରିଭାଗରେ ପଶ୍ଚିମା-ନିମ୍ନ ଚାପରେଖା ସହ ଜଡ଼ିତ ବାୟୁ ଚଳାଚଳ ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାର ଆକାଶ ମେଘୁଆ ରହିଛି । ତେବେ ବର୍ଷାର କୌଣସି ସମ୍ଭାବନା ନାହିଁ । ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଅନ୍ୟ ଜିଲ୍ଲାମାନଙ୍କରେ ରାତ୍ରି ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହେବାର ସମ୍ଭାବନା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଗତକାଲି ରାଜ୍ୟର ୮ଟି ସ୍ଥାନର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିଲା । ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲ୍ଲାରେ ସର୍ବନିମ୍ନ ୬ ଦଶମିକ ୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଅନ୍ୟପଟେ ଆସନ୍ତା ଦୁଇ ଦିନ ପାଇଁ ଉପକୂଳ, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ କୁହୁଡ଼ି ପାଇଁ ସତର୍କତା ଜାରି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୬ ସହରରେ ଆରମ୍ଭ ହେଲା ଇଣ୍ଡିଆ ପୋଷ୍ଟ’ର ୨୪ ଘଣ୍ଟିଆ ଗ୍ୟାରେଣ୍ଟେଡ୍‌ ଡେଲିଭରି ସେବା

ନୂଆଦିଲ୍ଲୀ ,୧୮ା୩:ଭାରତୀୟ ଡାକ ସେବା ପକ୍ଷରୁ ଦେଶର ୬ ସହରରେ ୨୪ ଘଣ୍ଟିଆ ନିଶ୍ଚିତ ଡେଲିଭରି(ସ୍ପିଡ୍‌ପୋଷ୍ଟ) ସେବା ଆରମ୍ଭ ହୋଇଛି। କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ…

ଘଟିବ କି କିଛି ଅଶୁଭ: ପୁଣି ନୀଳଚକ୍ର ଉପରେ ବସିଲା ଚିଲ

ପୁରୀ,୧୮ା୩(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ନୀଳଚକ୍ର ଉପରେ ମଙ୍ଗଳବାର ଅପରାହ୍ନରେ କିଛି ସମୟ ଧରି ଚିଲ ବସିଥିବା ଦେଖିବାକୁ ମିଳିଥିଲା। କିଛିଦିନ ହେବ ଲଗାତର ଏପରି ଘଟଣା ଦେଖିବାକୁ…

ରାତିରେ ଶୋଇଥିଲେ ସାଙ୍ଗ, ଛୁରି ଭୁସିଦେଲେ ଗଣ୍ଡ: ବିଶ୍ୱାସଘାତକତାର କରୁଣ ପରିଣତି

ଔପଦା, ୧୮।୩(ଧରିତ୍ରୀ ପଣ୍ଡା): ପୂର୍ବ ଶତ୍ରୁତାର ପ୍ରତିଶୋଧ ନେବାକୁ ଯାଇ ଜଣେ ବ୍ୟକ୍ତି ନିଜ ବନ୍ଧୁଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ଔପଦା…

ଡାକ୍ତରଖାନା ଆଗରେ ଜେଏମ୍‌ଏମ୍‌ର ଧାରଣା  

ମୋରଡ଼ା,୧୮ା୩(ସ୍ମାରକ ମାଜୀ):ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌) ତରଫରୁ ୨ ଦଫା ଦାବି ନେଇ ମଙ୍ଗଳବାରଠାରୁ…

ସ୍କୁଲ ଗଡାଣି ନିକଟରେ ଓଲଟିଲା ଅଟୋ

ନନ୍ଦପୁର,୧୮।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଦେଗନ୍ଧନା ଗ୍ରାମ ସ୍କୁଲ ଗଡାଣି ନିକଟରେ ଭାରସାମ୍ୟ ହରାଇ ଅଟୋ ଓଲଟି ୧୦ ଯାତ୍ରୀ ମଙ୍ଗଳବାର…

୩ ମହଲା କୋଠାରେ ଲାଗିଲା ନିଆଁ: ୭ ଜଣ ଜୀବନ୍ତ ଜଳିଗଲେ

ଇନ୍ଦୋର,୧୮।୩: ମଧ୍ୟପ୍ରଦେଶର ଇନ୍ଦୋରରେ ଏକ ବଡ଼ ଅଗ୍ନିକାଣ୍ଡ ଘଟଣାରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ସର୍ଟସର୍କିଟ ଯୋଗୁ ଘଟିଥିଲା। ରିପୋର୍ଟ ଅନୁଯାୟୀ, ଘର ବାହାରେ…

ଅଭିଯୋଗ ପରେ ଆସିଲା ଚାଉଳ

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ…

ମିଳିଲାନି ଧାନବିକ୍ରି ଟୋକନ: ନାତୁଣୀ ବାହାଘର ପାଇଁ ବନ୍ଧା ପକାଇଲେ ଧାନ

ବରଗଡ଼/ଗାଇସିଲେଟ୍‌,୧୮।୩(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଖରିଫ୍‌ ଧାନବିକ୍ରି ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri