Categories: ରାଜ୍ୟ

ଆଜିଠାରୁ କମିବ ଶୀତର ପ୍ରଭାବ; ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ସମ୍ଭାବନା

ଭୁବନେଶ୍ୱର,୨୪ା୧୨: ବାୟୁମଣ୍ଡଳର ଉପରିଭାଗରେ ପଶ୍ଚିମା-ନିମ୍ନ ଚାପରେଖା ସହ ଜଡ଼ିତ ବାୟୁ ଚଳାଚଳ ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାର ଆକାଶ ମେଘୁଆ ରହିଛି । ତେବେ ବର୍ଷାର କୌଣସି ସମ୍ଭାବନା ନାହିଁ । ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଅନ୍ୟ ଜିଲ୍ଲାମାନଙ୍କରେ ରାତ୍ରି ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହେବାର ସମ୍ଭାବନା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଗତକାଲି ରାଜ୍ୟର ୮ଟି ସ୍ଥାନର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିଲା । ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲ୍ଲାରେ ସର୍ବନିମ୍ନ ୬ ଦଶମିକ ୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଅନ୍ୟପଟେ ଆସନ୍ତା ଦୁଇ ଦିନ ପାଇଁ ଉପକୂଳ, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ କୁହୁଡ଼ି ପାଇଁ ସତର୍କତା ଜାରି କରାଯାଇଛି ।