ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା: ଜଳିବ ଝାଡ଼ଦୀପ

ଢେଙ୍କାନାଳ,୧୧ା୨(ରତନ ନାୟାର):ମହିମାଧର୍ମର ବିଶ୍ୱ ପ୍ରସିଦ୍ଧ ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ମଙ୍ଗଳବାର ଠାରୁ ୩ଦିନ ବ୍ୟାପୀ ଅନୁଷ୍ଠିତ ହେବ। ଏଥିପାଇଁ ମହିମା ସାଧୁ ସନ୍ନ୍ୟାସୀ ଓ ଶ୍ରଦ୍ଧାଳୁ୍‌ଙ୍କ ସମାଗମରେ ମହିମାଗାଦି ଯୋରନ୍ଦା ଚଳଚଞ୍ଚଳ ହୋଇଉଠିଛି। ସନ୍ଧ୍ୟା ୫ଟା ୨୦ରେ ବିଶ୍ୱ କଲ୍ୟାଣ ପାଇଁ ଘୃତାହୁତି କରାଯାଇ ଗାଦି ମନ୍ଦିରରେ ମହିମା ସନ୍ନ୍ୟାସୀମାନେ ଝାଡ଼ଦୀପ ପ୍ରଜ୍ୱଳନ କରି ବିଶ୍ୱ କଲ୍ୟାଣ ନିମନ୍ତେ ପ୍ରାର୍ଥନା କରିବେ। ଚଳିତବର୍ଷ ଆଇନ ଶୃଙ୍ଖଳା ରକ୍ଷା ପାଇଁ ୧୦ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି।
ମାଘ ମେଳା ପାଇଁ ମଙ୍ଗଳବାର ଭୋର ସମୟରୁ ମହିମା ସନ୍ନ୍ୟାସୀମାନେ ସମସ୍ତ ନୀତିକାନ୍ତି ଆରମ୍ଭ କରିବେ। ଚଳିତବର୍ଷ ଓଡ଼ିଶା ସମେତ ଆନ୍ଧ୍ର, ଛତିଶଗଡ଼, ପଶ୍ଚିମବଙ୍ଗ, ବିହାର ଓ ଆସାମ ଆଦି ରାଜ୍ୟରୁ ବହୁ ସଂଖ୍ୟାରେ ସାଧୁସନ୍ନ୍ୟାସୀ ଓ ଶ୍ରଦ୍ଧାଳୁଙ୍କ ଆଗମନ ହେଲାଣି। ସେହିପରି ଚଳିତବର୍ଷ ପ୍ରଥମ କରି ଜିଲା ପ୍ରଶାସନ ପକ୍ଷରୁ ମାଘ ମେଳା ଉପଲକ୍ଷେ ମହିମାଗାଦି ଯୋରନ୍ଦାରେ ଉପଖଣ୍ଡସ୍ତରୀୟ ୫୦ଟି ଷ୍ଟଲକୁ ନେଇ ଏକ ପଲ୍ଲିଶ୍ରୀ ମେଳା ଅନୁଷ୍ଠିତ ହେଉଛି। ସେହିପରି ବିଭିନ୍ନ କିସମର ଦୋଳି ପଡିଥିବା ବେଳେ ଉଠା ଦୋକାନୀମାନେ ବ୍ୟବସାୟ ପାଇଁ ପସରା ମେଲାଇଛନ୍ତି। ମନୋରଞ୍ଜନ ପାଇଁ ଅପେରା ପାର୍ଟି ପଡିଛି। ଗାଦି ମନ୍ଦିର ଭିତରେ ଧାଡ଼ିରେ ପ୍ରବେଶ ପାଇଁ ବ୍ୟାରିକେଡ୍‌ ନିର୍ମାଣ କରାଯାଇଛି। ମେଳାକୁ ଶାନ୍ତିଶୃଙ୍ଖଳର ସହ ପରିଚାଳନା କରିବା ପାଇଁ ସାଧୁସନ୍ଥଙ୍କ ଉପସ୍ଥିତିରେ ଜିଲା ପ୍ରଶାସନ ପକ୍ଷରୁ ଜିଲାପାଳଙ୍କ ଅଧ୍ୟକ୍ଷତାରେ ୨ଟି ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇସାରିିଛି। ସେହିପରି ମେଳା ସମୟରେ ଲକ୍ଷାଧିକ ଲୋକଙ୍କ ସମାଗମକୁ ନଜରରେ ରଖି ପାନୀୟଜଳ, ଆଲୋକୀକରଣ, ଆଶୁ ଚିକିତ୍ସା, ଟ୍ରାଫିକ ନିୟନ୍ତ୍ରଣ, ପରିମଳ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେବା ସହ ଯାତ୍ରୀଙ୍କ ଠାରୁ ଅଧିକ ଗାଡ଼ି ଭଡ଼ା ଆଦାୟ ନ କରିବା ଆଦି ଉପରେ ଗୁରୁତ୍ୱ ପ୍ରଦାନ କରାଯାଇଛି। ଚଳିତବର୍ଷ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଏସ୍‌ପି ଅଭିନବ ସୋନକରଙ୍କ ନେତୃତ୍ୱରେ ଜଣେ ଅତିରିକ୍ତ ଏସ୍‌ପି, ୫ ଡିଏସ୍‌ପି, ୧୨ ଇନ୍ସପେକ୍ଟର, ୫୯ ଏସ୍‌ଆଇ ଓ ଏଏସ୍‌ଆଇଙ୍କ ସମେତ ୧୦ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି ବୋଲି ଅତିରିକ୍ତ ଏସ୍‌ପି ସୂର୍ଯ୍ୟମଣି ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri