ବନ୍ୟପ୍ରାଣୀଙ୍କ ପାଇଁ ଜଙ୍ଗଲରେ ଲଗାଯିବ ଫଳନ୍ତି ଗଛ, ଆଉ ହେବ ନାହିଁ ମଣିଷ-ବନ୍ୟପ୍ରାଣୀ ଲଢେଇ

ଭଞ୍ଜନଗର,୬ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଲାଲସିଂ ନର୍ସରୀ ପରିସରରେ ସୋମବାର ୭୧ ତମ ବନ୍ୟପ୍ରାଣୀ ସପ୍ତାହ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ ଡିଏଫ୍‌ଓ ହିମାଂଶୁ ଶେଖର ମହାନ୍ତି ଅଧ୍ୟକ୍ଷତା କରିଥିଲେ। ବୈଠକରେ ଅତିଥିମାନେ ଯୋଗଦେଇ ଆମେ ବଞ୍ଚିବା, ବନ୍ୟପ୍ରାଣୀ ମଧ୍ୟ ବଞ୍ଚିବ ବୋଲି ମତବ୍ୟକ୍ତ କରିଥିଲେ। ବର୍ତ୍ତମାନ ହାତୀମାନେ ବର୍ଷ ବର୍ଷ ଧରି ଆମ ବନଖଣ୍ଡରେ ସୁରକ୍ଷିତ ଭାବେ ବସବାସ କରୁଛନ୍ତି। ଜଙ୍ଗଲ ଅଞ୍ଚଳ ବୃଦ୍ଧି ସାଙ୍ଗକୁ ଲୋକଙ୍କ ମଧ୍ୟରେ ସଚେତନତା ବୃଦ୍ଧି ଯୋଗୁ ବନ୍ୟପ୍ରାଣୀ ଏହି ବନଖଣ୍ଡରେ ସୁରକ୍ଷିତ ଭାବେ ବସବାସ କରନ୍ତି ବୋଲି ବକ୍ତାମାନେ ମତବ୍ୟକ୍ତ କରିଥିଲେ।
୪୪ ବର୍ଗ କିଲୋମିଟର ଜଙ୍ଗଲ ଏହି ବନଖଣ୍ଡରେ ଇତିମଧ୍ୟରେ ବୃଦ୍ଧି ପାଇଛି। ପରିବେଶକୁ ସୁରକ୍ଷା ଦେବାରେ ଜଙ୍ଗଲର ଆବଶ୍ୟକତା ରହିଛି। ହାତୀ ସମେତ ଅନ୍ୟାନ୍ୟ ପ୍ରାଣୀ ଗ୍ରାମ ଅଭିମୁଖେ ଚାଲିଆସି ଲୋକଙ୍କ କଦଳୀ, ଧାନ ସମେତ ଅନ୍ୟାନ୍ୟ ଫସଲ କ୍ଷତି କରୁଛନ୍ତି। ତେଣୁ ଏହାକୁ ଆଖି ଆଗରେ ରଖି ବିଭାଗ ପକ୍ଷରୁ ଆଗାମୀ ଦିନରେ ଜଙ୍ଗଲରେ କଦଳୀ ଗଛ, ଧାନ ସମେତ ଅନ୍ୟାନ୍ୟ ଫସଲ ଲଗାଯିବ। ଫଳରେ ଖାଦ୍ୟ ଅନ୍ବେଷଣରେ ବନ୍ୟପ୍ରାଣୀ ଆଉ ଗ୍ରାମ ଅଭିମୁଖେ ଆସିବେ ନାହିଁ। ମଣିଷ ଆଉ ବନ୍ୟପ୍ରାଣୀ ଲଢେଇ ହେବ ନାହିଁ ବୋଲି ବକ୍ତାମାନେ କହିଥିଲେ। ଏହି ଅବସରରେ ଜଙ୍ଗଲ ନିଆଁ ରୋକିବା ପାଇଁ ବିଭିନ୍ନ ବନ ସୁରକ୍ଷା ସମିତି କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏଥିସହ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ନେଇ ହୋଇଥିବା ପ୍ରତିଯୋଗିତାର କୃତୀ ଛାତ୍ରୀଛାଙ୍କୁ ପୁରସ୍କୃତ କରାଯାଇଥିଲା। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ବନଖଣ୍ଡ ସ୍ତରରେ ଗଠିତ ହୋଇଥିବା କୋର୍‌ କମିଟି ସଭ୍ୟ ସଭ୍ୟ ରମେଶ ପାତ୍ର, କଣ୍ଟେଇ ପଲ୍ଲୀ ଭିଏସ୍‌ଏସ୍‌ ସଭାପତି ଶରତ କୁମାର ସାଇଁ, ପୂର୍ବତନ ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଶୁଳପାଣି ଶତପଥୀ, ସୁରେଶ ସାଇଁ, ଅନୁପମ ବାନାର୍ଜୀ, ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ କୃତିବାସ ବିଶାଳ,ବନ ସୁରକ୍ଷା ସମିତି କର୍ମକର୍ତ୍ତା ଲୋକନାଥ ଆଚାର୍ଯ୍ୟ, ଅବସରପ୍ରାପ୍ତ ସେନା ଅଧିକାରୀ ରଘୁନାଥ ଜେନା ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ନିଜର ମତ ରଖିଥିଲେ। ଏହି ଅବସରରେ ଏ ସି ଏଫ ବିବେକ କୁମାର ଦାସ, ବିମଳ ପ୍ରଧାନ, ରେଞ୍ଜର ବିମ୍ବାଧର ସାହୁ, ସୁଜାତା ରାଣୀ ପଣ୍ଡା,
ପୃଥିବୀରାଜ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ସଭାକୁ ସୁନୀଲ ପଣ୍ଡା ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ବନପାଳ ବବୁଲ ସେଠୀ, ଅନୁପ ବିଷୋୟୀ, ଡ. ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ, ଜୀବାନନ୍ଦ ତ୍ରିପାଠୀଙ୍କ ସମେତ ବିଭାଗୀୟ କର୍ମଚାରୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri