ବନ୍ୟପ୍ରାଣୀଙ୍କ ପାଇଁ ଜଙ୍ଗଲରେ ଲଗାଯିବ ଫଳନ୍ତି ଗଛ, ଆଉ ହେବ ନାହିଁ ମଣିଷ-ବନ୍ୟପ୍ରାଣୀ ଲଢେଇ

ଭଞ୍ଜନଗର,୬ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଲାଲସିଂ ନର୍ସରୀ ପରିସରରେ ସୋମବାର ୭୧ ତମ ବନ୍ୟପ୍ରାଣୀ ସପ୍ତାହ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ ଡିଏଫ୍‌ଓ ହିମାଂଶୁ ଶେଖର ମହାନ୍ତି ଅଧ୍ୟକ୍ଷତା କରିଥିଲେ। ବୈଠକରେ ଅତିଥିମାନେ ଯୋଗଦେଇ ଆମେ ବଞ୍ଚିବା, ବନ୍ୟପ୍ରାଣୀ ମଧ୍ୟ ବଞ୍ଚିବ ବୋଲି ମତବ୍ୟକ୍ତ କରିଥିଲେ। ବର୍ତ୍ତମାନ ହାତୀମାନେ ବର୍ଷ ବର୍ଷ ଧରି ଆମ ବନଖଣ୍ଡରେ ସୁରକ୍ଷିତ ଭାବେ ବସବାସ କରୁଛନ୍ତି। ଜଙ୍ଗଲ ଅଞ୍ଚଳ ବୃଦ୍ଧି ସାଙ୍ଗକୁ ଲୋକଙ୍କ ମଧ୍ୟରେ ସଚେତନତା ବୃଦ୍ଧି ଯୋଗୁ ବନ୍ୟପ୍ରାଣୀ ଏହି ବନଖଣ୍ଡରେ ସୁରକ୍ଷିତ ଭାବେ ବସବାସ କରନ୍ତି ବୋଲି ବକ୍ତାମାନେ ମତବ୍ୟକ୍ତ କରିଥିଲେ।
୪୪ ବର୍ଗ କିଲୋମିଟର ଜଙ୍ଗଲ ଏହି ବନଖଣ୍ଡରେ ଇତିମଧ୍ୟରେ ବୃଦ୍ଧି ପାଇଛି। ପରିବେଶକୁ ସୁରକ୍ଷା ଦେବାରେ ଜଙ୍ଗଲର ଆବଶ୍ୟକତା ରହିଛି। ହାତୀ ସମେତ ଅନ୍ୟାନ୍ୟ ପ୍ରାଣୀ ଗ୍ରାମ ଅଭିମୁଖେ ଚାଲିଆସି ଲୋକଙ୍କ କଦଳୀ, ଧାନ ସମେତ ଅନ୍ୟାନ୍ୟ ଫସଲ କ୍ଷତି କରୁଛନ୍ତି। ତେଣୁ ଏହାକୁ ଆଖି ଆଗରେ ରଖି ବିଭାଗ ପକ୍ଷରୁ ଆଗାମୀ ଦିନରେ ଜଙ୍ଗଲରେ କଦଳୀ ଗଛ, ଧାନ ସମେତ ଅନ୍ୟାନ୍ୟ ଫସଲ ଲଗାଯିବ। ଫଳରେ ଖାଦ୍ୟ ଅନ୍ବେଷଣରେ ବନ୍ୟପ୍ରାଣୀ ଆଉ ଗ୍ରାମ ଅଭିମୁଖେ ଆସିବେ ନାହିଁ। ମଣିଷ ଆଉ ବନ୍ୟପ୍ରାଣୀ ଲଢେଇ ହେବ ନାହିଁ ବୋଲି ବକ୍ତାମାନେ କହିଥିଲେ। ଏହି ଅବସରରେ ଜଙ୍ଗଲ ନିଆଁ ରୋକିବା ପାଇଁ ବିଭିନ୍ନ ବନ ସୁରକ୍ଷା ସମିତି କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏଥିସହ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ନେଇ ହୋଇଥିବା ପ୍ରତିଯୋଗିତାର କୃତୀ ଛାତ୍ରୀଛାଙ୍କୁ ପୁରସ୍କୃତ କରାଯାଇଥିଲା। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ବନଖଣ୍ଡ ସ୍ତରରେ ଗଠିତ ହୋଇଥିବା କୋର୍‌ କମିଟି ସଭ୍ୟ ସଭ୍ୟ ରମେଶ ପାତ୍ର, କଣ୍ଟେଇ ପଲ୍ଲୀ ଭିଏସ୍‌ଏସ୍‌ ସଭାପତି ଶରତ କୁମାର ସାଇଁ, ପୂର୍ବତନ ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଶୁଳପାଣି ଶତପଥୀ, ସୁରେଶ ସାଇଁ, ଅନୁପମ ବାନାର୍ଜୀ, ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ କୃତିବାସ ବିଶାଳ,ବନ ସୁରକ୍ଷା ସମିତି କର୍ମକର୍ତ୍ତା ଲୋକନାଥ ଆଚାର୍ଯ୍ୟ, ଅବସରପ୍ରାପ୍ତ ସେନା ଅଧିକାରୀ ରଘୁନାଥ ଜେନା ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ନିଜର ମତ ରଖିଥିଲେ। ଏହି ଅବସରରେ ଏ ସି ଏଫ ବିବେକ କୁମାର ଦାସ, ବିମଳ ପ୍ରଧାନ, ରେଞ୍ଜର ବିମ୍ବାଧର ସାହୁ, ସୁଜାତା ରାଣୀ ପଣ୍ଡା,
ପୃଥିବୀରାଜ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ସଭାକୁ ସୁନୀଲ ପଣ୍ଡା ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ବନପାଳ ବବୁଲ ସେଠୀ, ଅନୁପ ବିଷୋୟୀ, ଡ. ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ, ଜୀବାନନ୍ଦ ତ୍ରିପାଠୀଙ୍କ ସମେତ ବିଭାଗୀୟ କର୍ମଚାରୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ଗଣେଶ ପୂଜା ପାଇଁ ଚଳଚଞ୍ଚଳ ଭଞ୍ଜନଗର: ମଣ୍ଡପରେ ଜମୁଛି ଭକ୍ତଙ୍କ ଭିଡ଼, ଉତ୍ସବମୁଖର …

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ପବିତ୍ର ଗଣେଶ ପୂଜା ଅବସରରେ ଭଞ୍ଜନଗର ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ଏକ ଆନନ୍ଦଉଲ୍ଲାସ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଗତ ଦୁଇଦିନ…

ପରିବାର ସହ ନୂଆଁଖାଇ ପାଳିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର; ନୂଆଁଖାଇ ଜୁହାର ଭେଟ ହୋଇ ଜଣାଇଲେ ଶୁଭେଚ୍ଛା

ବଲାଙ୍ଗୀର,୧୫ା୯ (ବୀରେନ୍ଦ୍ର କୁମାର ଝାଙ୍କର): ପବିତ୍ର ନୂଆଁଖାଇ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପରିବାର ସହ ନବାନ୍ନ ଭକ୍ଷଣ କରିବା ପରେ ନିଜ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ

କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ପ୍ରଫେସର କୃତ୍ତିବାସ ବିଶ୍ୱାଳଙ୍କୁ ‘ଭଞ୍ଜଶ୍ରୀ ଶ୍ରୀଧର ଶତପଥୀ ସ୍ମୃତି ସମ୍ମାନ’

ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?