ନିରାଶ ହୋଇ ଚାଷୀଙ୍କ ଆତ୍ମହତ୍ୟା ଉଦ୍ୟମ

ତରବୋଡ/ନୂଆପଡ଼ା ଅଫିସ/ଖଡ଼ିଆଳ,୨୦।୨: ଟୋକନ ଲାପ୍ସ ଓ ବିଦ୍ୟୁତ୍‌ ସଂଯୋଗ କାଟିବାରୁ ମାନସିକ ଭାରସାମ୍ୟ ହରାଇ ଶୁକ୍ରବାର ନୂଆପଡା ଜିଲା ସିନାପାଲି ବ୍ଲକ ଧିଙ୍ଗିଆମୁଣ୍ଡା ଗ୍ରାମର ଚାଷୀ ରୋମାଞ୍ଚଳ ଦଣ୍ଡସେନା (୩୨) ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡ଼ିଛି। ତାଙ୍କୁ ପ୍ରଥମେ ସିନାପାଲି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅବସ୍ଥା ସଙ୍କଟାପନ୍ନ ହେବାରୁ ଖଡିଆଳ ଉପସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସ୍ବାସ୍ଥ୍ୟାବସ୍ଥା ଅତିଗୁରୁତର ହେବାରୁ ଜିଲା ମୁଖ୍ୟ ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରିଥିବା ଡା. ଦୀନବନ୍ଧୁ ମହାନନ୍ଦ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ ଜାନୁୟାରୀ ୧୭ରେ ଧାନ ବିକ୍ରି ପାଇଁ ରୋମାଞ୍ଚଳଙ୍କ ଟୋକନ ରହିଥିଲା। ସ୍ଥାନୀୟ କେନ୍ଦୁମୁଣ୍ଡା ମଣ୍ଡିରେ ୮୫ ବସ୍ତା ଧାନ ପକାଇଥିଲେ । ଧାନ ନ ଉଠିବାରୁ ଗତ ୧୭ରେ ଟୋକନ୍‌ ଲାପ୍ସ ହୋଇଯାଇଥିଲା। ଅନ୍ୟପଟେ ଉଠାଜଳସେଚନ ମାଧ୍ୟମରେ ଚଳିତ ରବି ଚାଷ କରୁଥିବା ବେଳେ ବିଦ୍ୟୁତ୍‌ ବିଲ୍‌ ପୈଠ ନ କରି ପାରିବାରୁ ବିଭାଗୀୟ କର୍ମଚାରୀମାନେ ବିଦ୍ୟୁତ୍‌ ସଂଯୋଗ କାଟି ଦେଇଥିଲେ। ଏଭଳି ପରିସ୍ଥିତିରେ ମାନସିକ ଭାରସାମ୍ୟ ହରାଇ ବିଲରେ କୀଟନାଶକ ପିଇ ଦେଇଥିଲେ। ଜଣେ ଗୋରୁ ଚରାଳି ଏହା ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ। ପରିବାର ଲୋକେ ପହଞ୍ଚି ତାଙ୍କୁ ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri