ନିରାଶ ହୋଇ ଚାଷୀଙ୍କ ଆତ୍ମହତ୍ୟା ଉଦ୍ୟମ

ତରବୋଡ/ନୂଆପଡ଼ା ଅଫିସ/ଖଡ଼ିଆଳ,୨୦।୨: ଟୋକନ ଲାପ୍ସ ଓ ବିଦ୍ୟୁତ୍‌ ସଂଯୋଗ କାଟିବାରୁ ମାନସିକ ଭାରସାମ୍ୟ ହରାଇ ଶୁକ୍ରବାର ନୂଆପଡା ଜିଲା ସିନାପାଲି ବ୍ଲକ ଧିଙ୍ଗିଆମୁଣ୍ଡା ଗ୍ରାମର ଚାଷୀ ରୋମାଞ୍ଚଳ ଦଣ୍ଡସେନା (୩୨) ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡ଼ିଛି। ତାଙ୍କୁ ପ୍ରଥମେ ସିନାପାଲି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅବସ୍ଥା ସଙ୍କଟାପନ୍ନ ହେବାରୁ ଖଡିଆଳ ଉପସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସ୍ବାସ୍ଥ୍ୟାବସ୍ଥା ଅତିଗୁରୁତର ହେବାରୁ ଜିଲା ମୁଖ୍ୟ ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରିଥିବା ଡା. ଦୀନବନ୍ଧୁ ମହାନନ୍ଦ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ ଜାନୁୟାରୀ ୧୭ରେ ଧାନ ବିକ୍ରି ପାଇଁ ରୋମାଞ୍ଚଳଙ୍କ ଟୋକନ ରହିଥିଲା। ସ୍ଥାନୀୟ କେନ୍ଦୁମୁଣ୍ଡା ମଣ୍ଡିରେ ୮୫ ବସ୍ତା ଧାନ ପକାଇଥିଲେ । ଧାନ ନ ଉଠିବାରୁ ଗତ ୧୭ରେ ଟୋକନ୍‌ ଲାପ୍ସ ହୋଇଯାଇଥିଲା। ଅନ୍ୟପଟେ ଉଠାଜଳସେଚନ ମାଧ୍ୟମରେ ଚଳିତ ରବି ଚାଷ କରୁଥିବା ବେଳେ ବିଦ୍ୟୁତ୍‌ ବିଲ୍‌ ପୈଠ ନ କରି ପାରିବାରୁ ବିଭାଗୀୟ କର୍ମଚାରୀମାନେ ବିଦ୍ୟୁତ୍‌ ସଂଯୋଗ କାଟି ଦେଇଥିଲେ। ଏଭଳି ପରିସ୍ଥିତିରେ ମାନସିକ ଭାରସାମ୍ୟ ହରାଇ ବିଲରେ କୀଟନାଶକ ପିଇ ଦେଇଥିଲେ। ଜଣେ ଗୋରୁ ଚରାଳି ଏହା ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ। ପରିବାର ଲୋକେ ପହଞ୍ଚି ତାଙ୍କୁ ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri