ରାଗିଗଲେ ରୋହିତ ଶର୍ମା, କହିଦେଲେ ଏମିତି କଥା

ପୁଣେ,୭।୪: ଇଣ୍ଡିଆନ୍‌ ପ୍ରିମିୟମ ଲିଗ୍‌(ଆଇପିଏଲ୍‌) ଇତିହାସରେ ସବୁଠୁ ସଫଳ ଟିମ୍‌ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଚଳିତ ଆରପିଏଲ୍‌ ଭଲ ଚାଲିନାହିଁ। ଦଳ ପ୍ରଥମ ୩ଟି ମ୍ୟାଚ୍‌ରେ ପରାଜୟବରଣ କରିଛି। ତୃତୀୟ ମ୍ୟାଚ୍‌ରେ ଦଳ କୋଲକତାଠାରୁ ୫ ଉଇକେଟ୍‌ରେ ପରାଜିତ ହୋଇଛି। କୋଲକତାଠାରୁ ହାରିବା ପରେ ମୁମ୍ବାଇ ଅଧିନାୟକ ରୋହିତ ଶର୍ମା ରାଗିଯାଇଛନ୍ତି। ମ୍ୟାଚ୍‌ ପରେ ଆୟୋଜିତ ଖବରଦାତା ସମ୍ମିଳନୀରେ ତାଙ୍କ ରାଗ ଦେଖିବାକୁ ମିଳିଥିଲା। କ୍ୟାମେରା ସାମ୍ନାକୁ ଆସିବା ପରେ ଭାଷ୍ୟକାର ଡାନି ମୋରିସନ୍‌ ତାଙ୍କ ଏକ ପ୍ରଶ୍ନ ପଚାରିଥିଲେ। ବୋଧହୁଏ ରୋହିତ ପ୍ରଥମେ ତାଙ୍କ ପ୍ରଶ୍ନ ଶୁଣି ପାରି ନ ଥିଲେ, ଏଥିରେ ସେ ରାଗିଯାଇ କହିଥିଲେ ଆଉ ଟିକେ ସ୍ବର ବଢାଅ। ମୋରିସନଙ୍କ ଏହା ଶୁଣି ଭଲ ଲାଗି ନ ଥିଲା। ତଥାପି ସେ ନିଜ ପ୍ରଶ୍ନକୁ ଦୋହରାଇଥିଲେ।
ମ୍ୟାଚ ପରେ ରୋହିତ କହିଛନ୍ତି, ଆମେ ବ୍ୟାଟ ସହିତ ଭଲ ଆରମ୍ଭ କରି ନ ଥିଲୁ। ଯୋଜନା ଅନୁଯାୟୀ ଆମେ ବୋଲିଂ କରିନାହୁଁ। କମିନ୍ସ ଚମତ୍କାର ବ୍ୟାଟିଂ କରିଥିଲେ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ,ଏମସିଏସ ଷ୍ଟାଡିୟମ ପୁଣେରେ ଅନୁଷ୍ଠିତ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ମୁମ୍ବାଇ ୪ ଉଇକେଟ୍‌ ହରାଇ ୧୬୧ ସ୍କୋର କରିଥିଲା। ଟାର୍ଗେଟକୁ ପିଛା କରି କେକେଆର ଦଳ ୧୬ ତମ ଓଭରରେ ଲକ୍ଷ୍ୟ ହାସଲ କରିଥିଲା। କୋଲକାତା ମ୍ୟାଚ ଜିତିବାରେ ପ୍ୟାଟ କମିନ୍ସ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ଡାନିଏଲ ସାମସଙ୍କ ଏକ ଓଭର୍‌ରେ ୩୫ ରନ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ  ଶିଶୁପୁତ୍ର ଉଦ୍ଧାର

​ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ  ଶୁକ୍ରବାର ସନ୍ଧ୍ୟାରେ ଏକ…

ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ

ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି।…

ପରିବାରର ବିରୋଧ ସତ୍ତ୍ୱେ ପ୍ରେମୀ ଯୁଗଳଙ୍କ ହେଲା ବିବାହ; ନିରାଶ ହୋଇ ଫେରିଲେ ଝିଅ ଘର ଲୋକ

ହାଟଡିହୀ, ୨୬/୬ (ଶୁଭକାନ୍ତ ନାୟକ): ପରିବାର ଲୋକଙ୍କ ପ୍ରବଳ ବିରୋଧ ସତ୍ତ୍ୱେ ଜଣେ ପ୍ରେମୀ ଯୁଗଳ ନିଜ ଇଚ୍ଛାରେ ବିବାହ କରିଛନ୍ତି। ଝିଅକୁ ଫେରାଇ ନେବାକୁ ଆସିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri