ରେକର୍ଡ ଭାଙ୍ଗି ଚାଲିଛି ତେଲ ଦର

ଭୁବନେଶ୍ୱର: ତେଲ ଦରରେ ଲଗାତର ବୃଦ୍ଧି ଖାଉଟିଙ୍କ ଚିନ୍ତା ବଢ଼ାଇ ଚାଲିଛି। ପେଟ୍ରୋଲ ଏବଂ ଡିଜେଲ ଦର କମିବା ଦେଖାଯାଉନାହିଁ। ଗତ ସପ୍ତାହରେ ଇନ୍ଧନ ଦର ୪ଥର ବଢ଼ିଥିଲା। ସେହିଭଳି ଜାନୁୟାରୀରେ ତେଲ ଦର ମୋଟ ୯ଥର ବୃଦ୍ଧି ପାଇବା ଅସହ୍ୟ ହେଲାଣି। ରାଷ୍ଟ୍ରାୟତ୍ତ ତୈଳ ବିପଣନ କମ୍ପାନୀଗୁଡ଼ିକ ଶନିବାର ଲଗାତର ଦ୍ୱିତୀୟ ଦିନ ଲାଗି ତେଲ ଦର ବଢ଼ାଇଥିଲେ। ଶନିବାର ପରେ ବୁଧବାର ପୁଣି ଥରେ ଦର ବଢ଼ିବା ଯୋଗୁ ତେଲ ଦର ଲଗାତର ରେକର୍ଡ ଭାଙ୍ଗି ଚାଲିଛି। ଭୁବନେଶ୍ୱରରେ ଉଭୟ ପେଟ୍ରୋଲ ଏବଂ ଡିଜେଲ ଲାଗି ଖାଉଟିଙ୍କୁ ଦିଲ୍ଲୀ ତୁଳନାରେ ଅଧିକ ଦାମ୍‌ ଦେବାକୁ ପଡୁଛି। ବୁଧବାର ଏଠାରେ ପେଟ୍ରୋଲ ଲିଟର ପିଛା ୨୫ ପଇସା ବଢି ୮୬.୯୮ ଟଙ୍କା ଛୁଇଁଛି। ସେହିଭଳି ଡିଜେଲ ୨୮ ପଇସା ବଢ଼ି ୮୩.୩୪ ଟଙ୍କା ହୋଇଛି।
ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକ ପକ୍ଷରୁ ମିଳିଥିବା ସୂଚନା ମୁତାବକ, ବୁଧବାର ରାଜସ୍ଥାନର ଶ୍ରୀଗଙ୍ଗାନଗର ସହରରେ ବ୍ରାଣ୍ଡେଡ ବା ପ୍ରିମିୟମ ପେଟ୍ରୋଲର ଲିଟର ପିଛା ଦର ୧୦୦ ଟଙ୍କା ଟପିଛି। ସେହିଭଳି ନୂଆଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ସର୍ବକାଳୀନ ରେକର୍ଡ ସ୍ତର ଛୁଇଁଛି। ପେଟ୍ରୋଲ ଦର ୨୫ ପଇସା ବଢ଼ି ୮୬.୩୦ଟଙ୍କା ରହିଛି। ଡିଜେଲ ମଧ୍ୟ ୨୫ ପଇସା ବୃଦ୍ଧି ହେବା ଫଳରେ ୭୬.୪୬ ଟଙ୍କାକୁ ବୃଦ୍ଧି ପାଇଛି। ସେହିଭଳି ମୁମ୍ବାଇରେ ପେଟ୍ରୋଲ ଏବଂ ଡିଜେଲ ଦର ଯଥାକ୍ରମେ ୯୨.୮୬ ଟଙ୍କା ଓ ୮୩.୦୩ ଟଙ୍କାରେ ବିକ୍ରି ହେଉଛି। ଜାନୁୟାରୀରେ ପେଟ୍ରୋଲ ନୂଆଦିଲ୍ଲୀରେ ୨.୫୯ ଟଙ୍କା ଏବଂ ଡିଜେଲ ୨.୬୧ ଟଙ୍କା ବଢିଛି। ଜାନୁୟାରୀ ୬ ପରଠାରୁ ତେଲ ଦର ଲଗାତର ବଢ଼ିବା ଯୋଗୁ ଦର ରେକର୍ଡ ଭାଙ୍ଗି ଚାଲିଛି। ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲ ଦର ବଢ଼ିବା ଫଳରେ ଭାରତରେ ବଢ଼ିଚାଲିଛି। ବିଦେଶୀ ବିନିମୟ ମୂଲ୍ୟ ପରେ ତେଲ କମ୍ପାନୀ ଦର ନିର୍ଦ୍ଧାରଣ କରିଥାନ୍ତି। ଅପରପକ୍ଷରେ କେନ୍ଦ୍ର ଏବଂ ରାଜ୍ୟ ସରକାର ତେଲ ଉପରେ ବର୍ଦ୍ଧିତ ଟିକସ ଲଗାଇବା ଯୋଗୁ ଇନ୍ଧନ ଦର ହ୍ରାସ ହେଉନାହିଁ। ତେଲ ଟିକସ କମାଇବା ଲାଗି ଦାବି ହୋଇ ଆସୁଥିବା ବେଳେ ସରକାର ଏ ନେଇ କର୍ଣ୍ଣପାତ କରୁନାହାନ୍ତି। ଫଳରେ ଖାଉଟିଙ୍କୁ ଦର ବୃଦ୍ଧିଜନିତ ସମସ୍ୟା ଦେଇ ଗତି କରିବାକୁ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ…

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚହଳ ପକାଇଲା ଅଭିଜିତ ଦୀପକେଙ୍କ ଚିଠି: ସରକାରଙ୍କଠୁ ମାଗିଲେ ୬ଟି ଗୁରୁତ୍ୱପୂର୍ଣ୍ଣ ତଥ୍ୟ, ଛାନିଆ ହେଲେ…

ନୂଆଦିଲ୍ଲୀ,୨୪।୮:କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦେଶର ସମସ୍ତ ରାଜ୍ୟର ଶିକ୍ଷାମନ୍ତ୍ରୀଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ରାଜ୍ୟର ସରକାରୀ ସ୍କୁଲଗୁଡ଼ିକ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri