ପେଟରୁ ୫୭ କେଜି ଟ୍ୟୁମର ବାହାରିବା ଘଟଣା: ସୁସ୍ଥ ହୋଇ ଫେରିଗଲେ ଫୁଲମତି

ଖୋର୍ଦ୍ଧା ଅଫିସ,୧୩ା୧୧: ଦୀର୍ଘ ୧୦ ବର୍ଷ ପେଟରେ ୫୭ କେଜି ଟ୍ୟୁମର ଧରି ଯନ୍ତ୍ରଣାରେ ଛଟପଟ ହେଉଥିଲେ ନବରଙ୍ଗପୁର ଜିଲା ପାଣ୍ଡ୍ରିପାଖନା କଚରପଡ଼ା ଗ୍ରାମର ଫୁଲମତି ଗଣ୍ଡ। ଖୋର୍ଦ୍ଧା ଜିଲା କୁହୁଡ଼ିସ୍ଥିତ ସାଇସେବା ସଦନ ମେଡିକାଲରେ ସଫଳ ଅପରେଶନ ପରେ ଏହି ଟ୍ୟୁମର ବାହାରିଥିଲା। ଏବେ ଫୁଲମତି ସୁସ୍ଥ ହୋଇଛନ୍ତି। ମଙ୍ଗଳବାର ସେ ତାଙ୍କ ମା’ ଓ ଭାଇଙ୍କ ସହ ନିଜ ଗ୍ରାମକୁ ଫେରିଯାଇଛନ୍ତି। ଫେରିବାବେଳେ ପରିବାର ଲୋକେ ଆନନ୍ଦାଶ୍ରୁ ଝରାଇ ମେଡିକାଲ ଟିମ୍‌, ସାଇସେବା ସଦନ କର୍ତ୍ତୃପକ୍ଷଙ୍କୁ କୃତଜ୍ଞତା ଜଣାଇଥିଲେ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କୃପା ଓ ସମସ୍ତଙ୍କ ସହଯୋଗ ଯୋଗୁ ଫୁଲମତି ନୂତନ ଜୀବନ ପାଇଛନ୍ତି ବୋଲି ତାଙ୍କ ମା’ ହାଲୁରୀ ଗଣ୍ଡ ଗଣମାଧ୍ୟମକୁ କହିଛନ୍ତି।
ସୂଚନାଯୋଗ୍ୟ, ଧନୀରାମ ଗଣ୍ଡ ଓ ହାଲୁରୀଙ୍କ ଝିଅ ଫୁଲମତିଙ୍କ ବୟସ ବଢିବା ସହିତ ତାଙ୍କ ପେଟରେ ଏକ ଟ୍ୟୁମର ବଢିଚାଲିଥିଲା। ଆର୍ଥତ୍କ ଅନଟନ ଯୋଗୁ ସେ ଏହାର ଚିକିତ୍ସା କରାଇପାରୁ ନ ଥିଲେ। ପରିବାରବର୍ଗ ଦୁଃଖରେ ଭାଙ୍ଗିପଡ଼ିଥିଲେ। ଯନ୍ତ୍ରଣା ଅସହ୍ୟ ହେବାରୁ ତାଙ୍କୁ କୋରାପୁଟ ସଦର ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଏହି ସମୟରେ ସୋସିଆଲ ମିଡିଆରୁ ତାଙ୍କ ସମ୍ପର୍କରେ ସାଇସେବା ସଦନ ମୁଖ୍ୟ ପରିଚାଳକ ଜଗନ୍ନାଥ ସାହୁ ଜାଣିବାକୁ ପାଇଲେ। ସେ ତାଙ୍କୁ ଏକ ସ୍ବତନ୍ତ୍ର ଆମ୍ବୁଲାନ୍ସରେ ନିଜ ମେଡିକାଲକୁ ଆଣିଲେ। ପବିତ୍ର ଦଶହରା ଅକ୍ଟୋବର ୨୬ରେ ଅପରେଶନ କରାଇଲେ। କୋରାପୁଟ ସଦର ଚିକିତ୍ସାଳୟର ଆସିଷ୍ଟାଣ୍ଟ ସର୍ଜନ ଡା. ଜଗଦୀଶ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ସାଇସେବା ସଦନ ମେଡିକାଲର ୫ଜଣିଆ ଟିମ୍‌ ଏହି ଅପରେଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri