ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର ପଞ୍ଚାୟତଗୁଡ଼ିକରେ କାର୍ଯ୍ୟରତ ପାଖାପାଖି ୨୩୦ ଜଣ ଯୋଗାଣ ସହାୟକ ମଧ୍ୟ ଏହି ଆନ୍ଦୋଳନରେ ସାମିଲ ହୋଇ ନିଜର ନ୍ୟାଯ୍ୟ ଦାବି ସରକାରଙ୍କ ସମ୍ମୁଖରେ ରଖିଛନ୍ତି। ଯୋଗାଣ ସହାୟକଙ୍କ ମୁଖ୍ୟ ଦାବି ହେଉଛି ସେମାନଙ୍କ ମାସିକ ପାରିଶ୍ରମିକ ବୃଦ୍ଧି କରାଯାଉ, କାରଣ ବର୍ତ୍ତମାନ ମିଳୁଥିବା ମାତ୍ର ୮,୦୦୦ ଟଙ୍କା ସରକାରଙ୍କ ଦ୍ୱାରା ଘୋଷିତ ସର୍ବନିମ୍ନ ମଜୁରିଠାରୁ ମଧ୍ୟ ବହୁତ କମ୍‌। ନିଜ ଆବାସିକ କାର୍ଯ୍ୟାଳୟରେ ବଲାଙ୍ଗିରର ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ଦାବି ଶୁଣିବା ପରେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ଗଣମାଧ୍ୟମକୁ ନିଜର ପ୍ରତିକ୍ରିୟା ଦେଇ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।

ନରସିଂହ କହିଛନ୍ତି ଯେ, ସରକାର ଚାକିରି ପ୍ରଦାନ କ୍ଷେତ୍ରରେ ଜନମଙ୍ଗଳକାରୀ ପଦକ୍ଷେପ ନେବା ପରିବର୍ତ୍ତେ ଏପରି କମ୍ ପାରିଶ୍ରମିକ ଦେଇ ଲୋକଙ୍କ ଜୀବନ ଜିଇଁବାର ଅଧିକାରକୁ କ୍ଷୁର୍ଣ୍ଣ କରୁଛନ୍ତି। ମାତ୍ର ୮ ହଜାର ଟଙ୍କାରେ ଜଣେ ଯୋଗାଣ ସହାୟକ ନିଜ ପରିବାର ଚଳାଇବା ଅସମ୍ଭବ। ତେଣୁ ସରକାର ଯଥାଶୀଘ୍ର ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସହ ଆଲୋଚନା କରି ତାଙ୍କ ଦାବିଗୁଡ଼ିକୁ ପୂରଣ କରିବାକୁ ସେ ଦାବି କରିଛନ୍ତି।

ଜିଲା ଯୋଗାଣ ସହାୟକ ସଂଘର ସଭାପତି ଅମୁଲ୍ୟ ବାରିକଙ୍କ ନେତୃତ୍ୱରେ ଆସିଥିବା ପ୍ରତିନିଧି ଦଳ ସହ ଆଲୋଚନା କରିବା ପରେ ନରସିଂହ ଟେଲିଫୋନ୍ ଯୋଗେ ଜିଲା ଯୋଗାଣ ଅଧିକାରୀ ଓ ବଲାଙ୍ଗୀର ଜିଲାପାଳଙ୍କ ସହ କଥା ହୋଇଥିଲେ। ଏହି ସମସ୍ୟା ସାରା ରାଜ୍ୟରେ ଦେଖାଦେଇଥିବାରୁ ଶ୍ରୀ ମିଶ୍ର ସିଧାସଳଖ ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ସହ ଫୋନ୍‌ରେ ଆଲୋଚନା କରିଥିଲେ। ଏହି ଆଲୋଚନା ସକରାତ୍ମକ ରହିଥିବା ବେଳେ ଏହି ସମସ୍ୟାର ସମାଧାନ ପାଇଁ ସମ୍ଭାବ୍ୟ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟ ଶାସନ ସଚିବ ଆଶ୍ୱାସନା ଦେଇଥିବା ନରସିଂହ ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନ୍ୟୁଜିଲାଣ୍ଡ ସିରିଜରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୬ା୯: ଭାରତର ସିନିୟର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆଘାତପ୍ରାପ୍ତ ହୋଇଛନ୍ତି। ତାଙ୍କ ଆଣ୍ଡୁ ତଳ ଭାଗରେ ଆଘାତ ଲାଗିଛି । ଫଳରେ ସେ ନ୍ୟୁଜିଲାଣ୍ଡ ହ୍ବାଇଟ୍‌…

ଗଞ୍ଜାମ ଜଳବନ୍ଦୀ ଅଞ୍ଚଳରେ ବିଧାୟକ: ଲୋକଙ୍କ ଦୁଃଖ ଶୁଣିଲେ, ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ

ଗଞ୍ଜାମ,୨୬।୯(ଅନାଥ ତରାଇ): ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଏନ୍‌ଏସି ଅଞ୍ଚଳର ବିଭିନ୍ନ ୱାର୍ଡରେ ସୃଷ୍ଟି ହୋଇଥିବା ଜଳବନ୍ଦୀ ଓ ରାସ୍ତାଘାଟ ସମସ୍ୟାର ସ୍ଥିତି ଶନିବାର ସକାଳେ ସ୍ଥାନୀୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?