Posted inଜାତୀୟ

ଆର୍‌ଟିପିସିଆର୍ ନେଗେଟିଭ ରିପୋର୍ଟ ବିନା ପଞ୍ଜାବରେ ପ୍ରବେଶ ମନା

ଚଣ୍ଡିଗଡ଼,୧୪ ।୮: ବାହାର ରାଜ୍ୟରୁ ଏବେ ପଞ୍ଜାବ ଯାଉଥିବା ଲୋକଙ୍କ ପାଇଁ ବଡ ସୂଚନା । କରୋନାର ଦୁଇଟି ଯାକ ଟିକା ଅଥବା କରୋନା ଆର୍‌ଟିପିସିଆର୍ ନେଗେଟିଭ୍ ରିପୋର୍ଟ ଧରିଥିଲେ ଯାଇ ଜଣେ ବ୍ୟକ୍ତି ବାହାର ରାଜ୍ୟରୁ ପଞ୍ଜାବ ଭିତରକୁ ପ୍ରବେଶ କରି ପାରିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ । ସୋମବାରଠାରୁ ଏହି ନିୟମ ଲାଗୁ କରାଯିବ । ତେବେ ହିମାଚଳ ପ୍ରଦେଶ ଓ ଜମ୍ମୁରୁ ଆସୁଥିବା ଲୋକଙ୍କ ଉପରେ ବିଶେଷ ଦୃଷ୍ଟି ଦେବାକୁ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି । କାରଣ ସେଠାରେ ଏହି ନିକଟରେ ପୁଣିଥରେ କରୋନା ସଂକ୍ରମଣ ବୃଦ୍ଧି ପାଇଥିଲା । ଅନ୍ୟପଟେ ସ୍କୁଲ ଖୋଲିବା ପରେ ପୁଣିଥରେ ସଂକ୍ରମଣ ବଢି ଯାଇଥିବାରୁ ଯେଉଁ ଶିକ୍ଷୟିତ୍ରୀ/ଶିକ୍ଷକ ତଥା ନନ୍ ଟିଚିଙ୍ଗ ଷ୍ଟାଫ କରୋନାର ଦୁଇଟି ଯାକ ଡୋଜ ଟିକା ନେଇଛନ୍ତି ବା ଯେଉଁମାନେ କରୋନାରୁ ସୁସ୍ଥ ହୋଇଛନ୍ତି ସେମାନଙ୍କୁ ସ୍କୁଲ ଯିବାଲାଗି ଅନୁମତି ମିଳିଛି । ଅନ୍ୟମାନଙ୍କ ପାଇଁ ଅନଲାଇନ୍ ଭଳି ବିକଳ୍ପ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସେହିପରି ସାରା ରାଜ୍ୟରେ ସ୍କୁଲର ସମସ୍ତ କର୍ମଚାରୀ ଓ ଶିକ୍ଷୟିତ୍ରୀ/ଶିକ୍ଷକଙ୍କୁ ପ୍ରାଥମିକତା ଭାବେ ଟିକା ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri