‘ଫୁଲ ହାଉସ’ ଫେମ୍ କମେଡିଆନ୍ ବବ ସଗେଟଙ୍କ ପରଲୋକ: ସନ୍ଦିଗ୍ଧ ଅବସ୍ଥାରେ ହୋଟେଲରୁ ମିଳିଲା ମୃତଦେହ

ଫ୍ଲୋରିଡା,୧୦ ।୧: ଆମେରିକା ଟେଲିଭିଜନରେ ୯୦ ଦଶକରେ ପ୍ରସାରିତ କମେଡି ଶୋ’ ‘ଫୁଲ ହାଉସ’ରେ ଅଭିନୟ କରି ବିଶ୍ୱବାସୀଙ୍କ ହୃଦୟରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତା ବବ ସଗେଟଙ୍କର ପରଲୋକ ହୋଇଛି । ୬୫ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତେବେ ଫ୍ଲୋରିଡାର ଏକ ହୋଟେଲରୁ ତାଙ୍କର ମୃତଦେହ ସନ୍ଦିଗ୍ଧ ଅବସ୍ଥାରେ ମିଳିଥିବା ସୂଚନା ରହିଛି । ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ଜଣାପଡି ନ ଥିବା ବେଳେ ତାଙ୍କ ରୁମରୁ ସେଭଳି କୌଣସି ସନ୍ଦେହ କରିବା ଭଳି ଜିନିଷ ବି ମିଳିନାହିଁ । ତେବେ ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ଏହା ସ୍ପଷ୍ଟ ହେବ ବୋଲି କୁହାଯାଇଛି । ସୂଚନାଯୋଗ୍ୟ, ଜାନୁୟାରୀ ୯ରେ ବବଙ୍କ ମୃତ୍ୟୁ ହୋଇଛି । ସେ ‘ଆଇ ଡୋଣ୍ଟ ଡୁ ନେଗେଟିଭ କମେଡି ଟୁର’ ପାଇଁ ଫ୍ଲୋରିଡାରେ ଥିଲେ । ଏହାର ସିଡ୍ୟୁଲ ଆସନ୍ତା ଜୁନ ପର୍ଯ୍ୟନ୍ତ ରହିଥିଲା । ବବଙ୍କ ପରଲୋକରେ ହଲିଉଡ ଜଗତରେ ଶୋକର ଛାୟା ଖେଳିଯାଇଥିବା ବେଳେ ପ୍ରିୟଙ୍କା ଚୋପ୍ରାଙ୍କ ସମେତ ଆଉ କେତେଜଣ କଳାକାର ଶୋକ ପ୍ରକାଶ କରିଛନ୍ତି । ଆଉ ସାରା ବିଶ୍ୱରେ ଥିବା ତାଙ୍କ ପ୍ରଶଂସକ ସହଜରେ ବବଙ୍କ ମୃତ୍ୟୁକୁ ଗ୍ରହଣ କରିପାରୁ ନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମୋ ଭାଇ ଡାକୁଛି, ମୁଁ ପଳେଇବି…୬ ମାସ ଭିତରେ ଡକାଡକି ହୋଇ ଚାଲିଗଲେ ୩ ଭାଇ, ଜାଣନ୍ତୁ ଚାଞ୍ଚଲ୍ୟକର ଘଟଣା

କାନପୁର,୧୩।୧୦: ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମାତ୍ର ୬ ମାସ ମଧ୍ୟରେ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌: ଭାଙ୍ଗିଲେ କୋହଲିଙ୍କ ରେକର୍ଡ

ନୂଆଦିଲ୍ଲୀ,୧୩।୧୦: କୌଣସି ଖେଳାଳିଙ୍କ ପାଇଁ ପ୍ରଥମ ଥର ଟେଷ୍ଟ ଦଳର ଅଧିନାୟକ ହେବା ଏକ ବଡ଼ ଆହ୍ବାନ। କିନ୍ତୁ ଆଫଗାନିସ୍ତାନର ରହମତ ଶାହ ଏହି ଦାୟିତ୍ୱକୁ ସ୍ମରଣୀୟ…

ଅକ୍ଟୋବର ୨୯ ପର୍ଯ୍ୟନ୍ତ ସାବଧାନ: ମେଷ ସମେତ ୩ ରାଶିଙ୍କ ଉପରେ ମାଡିଆସୁଛି ବଡ଼ ବିପଦ! ପାଖରୁ ପଳାଇବ ଧନ

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହଙ୍କୁ ପ୍ରେମ, ସୁଖ-ସମୃଦ୍ଧି, ଐଶ୍ୱର୍ଯ୍ୟ ଓ ଆର୍ଥିକ ସ୍ଥିତିର କାରକ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ଶୁକ୍ର ନିଜ ରାଶି ତୁଳାରେ…

୭୭ ବର୍ଷରେ ହେମାଙ୍କ ଜବରଦସ୍ତ ଡ୍ୟାନ୍ସ! ମନ ଜିଣିଲେ ଡ୍ରିମ୍‌ ଗର୍ଲ

ମୁମ୍ବାଇ,୧୩।୧୦: ବୟସ ମାତ୍ର ଏକ ସଂଖ୍ୟା! ୭୭ ବର୍ଷ ବୟସରେ ବି ନିଜ ନୃତ୍ୟର ଯାଦୁରେ ଦର୍ଶକଙ୍କ ହୃଦୟ ଜିଣୁଛନ୍ତି ବଲିଉଡ୍‌ର ଡ୍ରିମ୍‌ ଗର୍ଲ ହେମା ମାଳିନୀ…

ବୈଭବଙ୍କ ରହସ୍ୟମୟ ପୋଷ୍ଟକୁ ନେଇ ହଇଚଇ: ଦେଲେ ଏଭଳି ସଙ୍କେତ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୩।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ T20I ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ଖେଳିବାର ସୁଯୋଗ ମିଳିନାହିଁ। ଟିମ ଇଣ୍ଡିଆର ମ୍ୟାନେଜମେଣ୍ଟ ସଞ୍ଜୁ ସାମସନଙ୍କ ଉପରେ ଭରସା ଦେଖାଇଛି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?