ପିଲାଙ୍କୁ ଫୁଲ୍‌ ମାର୍କ

ଭୁବନେଶ୍ୱର, ୧୬।୩(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ)ର ଦଶମ ଶ୍ରେଣୀ ଟର୍ମ-୧ ଓଡ଼ିଆ ପରୀକ୍ଷା ମୂଲ୍ୟାୟନ ତ୍ରୁଟି ଅଭିଯୋଗ ଘଟଣାରେ ୨୪ ଘଣ୍ଟା ଭିତରେ ପଦକ୍ଷେପ ନେଇଛି ବୋର୍ଡ। ତ୍ରୁଟି ରହିଥିବା ପ୍ରଶ୍ନ ପାଇଁ ପିଲାଙ୍କୁ ଫୁଲ୍‌ ମାର୍କ ଦିଆଯାଇଛି। ଏହି ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ତୁରନ୍ତ ହସ୍ତକ୍ଷେପ ପରେ ସିବିଏସ୍‌ଇ ପକ୍ଷରୁ ଏହାକୁ ଗୁରୁତ୍ୱର ସହ ନେଇ ସମାଧାନ କରାଯାଇଛି। ଫଳରେ ୨୮ ହଜାର ୩୧୦ ଜଣ ଛାତ୍ରୀଛାତ୍ର ଉପକୃତ ହୋଇଛନ୍ତି ବୋଲି ମଙ୍ଗଳବାର ସିବିଏସ୍‌ଇ ପକ୍ଷରୁ ପ୍ରେସ୍‌ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି।
ସୂଚନାନୁସାରେ, ଗତ ୧୧ତାରିଖରେ ସିବିଏସ୍‌ଇ ଦଶମ ଶ୍ରେଣୀ ଟର୍ମ-୧ ପରୀକ୍ଷାର ଓଡ଼ିଆ ବିଷୟରେ ଛାତ୍ରୀଛାତ୍ରଙ୍କୁ କମ୍‌ ମାର୍କ ମିଳିବା ନେଇ ଅସନ୍ତୋଷ ପ୍ରକାଶ ପାଇଥିଲା। ଓଡ଼ିଆ ପରୀକ୍ଷାରେ ପ୍ରଶ୍ନ ଓ ଉତ୍ତରରେ ସାମଞ୍ଜସ୍ୟ ନ ଥିବା ଅଭିଯୋଗ ହୋଇଥିଲା। କେନ୍ଦ୍ର ଶିକ୍ଷାମନ୍ତ୍ରୀ ୨୪ଘଣ୍ଟା ମଧ୍ୟରେ ଛାତ୍ରୀଛାତ୍ରଙ୍କ ଅଭିଯୋଗର ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶକ୍ରମେ ସିବିଏସ୍‌ଇ ବାସ୍ତବ ସ୍ଥିତି ଅନୁଧ୍ୟାନ ପାଇଁ ଏକ ବିଶେଷଜ୍ଞ କମିଟି ଗଠନ କରିଥିଲା। ଏହି କମିଟି ପରୀକ୍ଷାର ତ୍ରୁଟିକୁ ଅନୁଧ୍ୟାନ କରିବା ପରେ ସୋମବାର ସନ୍ଧ୍ୟା ୬ଟାରେ ରିପୋର୍ଟ ପ୍ରଦାନ କରିଥିଲା। କମିଟି ରିପୋର୍ଟ ଆଧାରରେ ସିବିଏସ୍‌ଇ ଦଶମ ଶ୍ରେଣୀ ଓଡ଼ିଆ ବିଷୟର ଓଏମ୍‌ଆରଗୁଡ଼ିକୁ ବିଶେଷଜ୍ଞ କମିଟି ଦ୍ୱାରା ଅନୁମୋଦିତ ହୋଇଥିବା ଠିକ୍‌ ଉତ୍ତର ସହ ମୂଲ୍ୟାଙ୍କନ କରିଥିଲା। ଏହାପରେ ଛାତ୍ରୀଛାତ୍ରଙ୍କ ସଂଶୋଧିତ ମୂଲ୍ୟାଙ୍କନ ମାର୍କକୁ ସମ୍ପୃକ୍ତ ବିଦ୍ୟାଳୟକୁ ପଠାଇ ଦିଆଯାଇଛି। ଏହା ଦ୍ୱାରା ୨୮ ହଜାର ୩୧୦ ଛାତ୍ରୀଛାତ୍ର ଉପକୃତ ହୋଇଛନ୍ତି ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।
ସୂଚନାଯୋଗ୍ୟ, ଦଶମ ଶ୍ରେଣୀ ଟର୍ମ-୧ ପରୀକ୍ଷା ଫଳ ପ୍ରଦାନରେ ଗୁରୁତର ତ୍ରୁଟି ଯୋଗୁ ଓଡ଼ିଆ ବିଷୟରେ ଛାତ୍ରୀଛାତ୍ରଙ୍କୁ କମ୍‌ ମାର୍କ ମିଳିଥିବା ଅଭିଯୋଗ ହୋଇଥିଲା। ଓଡ଼ିଆ ବିଷୟରେ ୧୭ ମାର୍କର ତ୍ରୁଟି ରହିଥିଲା। ଓଏମ୍‌ଆର୍‌ରେ ପ୍ରଶ୍ନ ଓ ଉତ୍ତର ସହିତ କୌଣସି ସାମଞ୍ଜସ୍ୟ ନ ଥିଲା। ଫଳରେ ପିଲାମାନେ ଅଭିଯୋଗ ଆଣିବା ସହ ପୂର୍ଣ୍ଣ ମାର୍କ ଦେବା ପାଇଁ ଦାବି କରିଥିଲେ। ଏପରିକି ଓଡ଼ିଶା ଅଭିଭାବକ ମହାସଂଘ କର୍ମକର୍ତ୍ତା ଭୁବନେଶ୍ୱରସ୍ଥିତ ସିବିଏସ୍‌ଇ ଆଞ୍ଚଳିକ କାର୍ଯ୍ୟାଳୟରେ ଆଞ୍ଚଳିକ ଅଧିକାରୀ ଆର୍‌. ଶ୍ରୀନିବାସନଙ୍କୁ ଭେଟି ତ୍ରୁଟି ସମାଧାନ ପାଇଁ ଦାବିପତ୍ର ଦେଇଥିଲେ। କିନ୍ତୁ ବୋର୍ଡ ଏ ଦିଗରେ କୌଣସି ପଦକ୍ଷେପ ନେଇ ନ ଥିଲା। ଗତ ୧୧ ତାରିଖରେ ରେଜଲ୍ଟ ବାହାରିଲା ପରେ ପିଲାମାନେ ଚିନ୍ତାରେ ପଡ଼ିଯାଇଥିଲେ। କାରଣ ସେହି ୧୭ମାର୍କ କଟିଯାଇଥିଲା। ଏହାକୁ ନେଇ ସାରା ଓଡ଼ିଶାର ଛାତ୍ରୀଛାତ୍ର, ଅଭିଭାବକ ଅସନ୍ତୋଷ ବ୍ୟକ୍ତ କରିବା ସହିତ ଅଭିଯୋଗ ଆଣିଥିଲେ। ଏହାକୁ ନେଇ ଅଭିଭାବକ ମହାସଂଘ ସୋମବାର ଆଞ୍ଚଳିକ ଅଧିକାରୀଙ୍କୁ ଭେଟି ତ୍ରୁଟି ସମାଧାନ ପାଇଁ ଦାବି କରିବା ସହ ୭ଦିନ ସମୟ ଦେଇଥିଲେ। ମହାସଂଘ ଏ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ ମଧ୍ୟ କରିଥିଲା। ଏହାପରେ ବୋର୍ଡ ଏହାକୁ ଗୁରୁତ୍ୱର ସହ ନେଇ ୨୪ ଘଣ୍ଟାରେ ସମାଧାନ ହୋଇଯିବ ବୋଲି ଟୁଇଟ୍‌ କରି ସୂଚନା ଦେଇଥିଲା। ତାହା ହିଁ ହେଲା। ୨୪ ଘଣ୍ଟା ନ ପୂରୁଣୁ ସମସ୍ୟାର ସମାଧାନ କରିଥିଲା ବୋର୍ଡ। ଓଡ଼ିଆ ପିଲାଙ୍କ ଏହି ଗୁରୁତ୍ୱପୂର୍ଣ୍ଣ ଅଭିଯୋଗର ସମାଧାନ ପାଇଁ ତ୍ୱରିତ ପଦକ୍ଷେପ ନେଇଥିବାରୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଏବଂ ସିବିଏସ୍‌ଇ ଆଞ୍ଚଳିକ ଅଧିକାରୀଙ୍କୁ ଅଭିଭାବକ ମହାସଂଘ ଧନ୍ୟବାଦ ଜଣାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri