ଏଣିକି ୮ ଟଙ୍କାରେ ମିଳିବ ପେଟପୁରା ସ୍ବାଦିଷ୍ଟ ଭୋଜନ

ଜୟପୁର,୧୯।୮: ବର୍ତ୍ତମାନ ରାଜ୍ୟରେ କେହି ଭୋକରେ ଶୋଇବେ ନାହିଁ। ଏହି ସଂକଳ୍ପ ନେଇ ଅଶୋକ ଗେହଲଟ ସରକାର ଏକ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ଗୁରୁବାରଠାରୁ ରାଜସ୍ଥାନରେ ଇନ୍ଦିରା ରୋଷଇ ଯୋଜନା ଆରମ୍ଭ ହେବ। ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ଏହି ଯୋଜନା ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ନିଷ୍ପତ୍ତି ନେଇଛନ୍ତି। ଏହି ଯୋଜନା ଅନୁସାରେ ଯେକୌଣସି ଅଭାବୀ ବ୍ୟକ୍ତି ମାତ୍ର ୮ଟଙ୍କାରେ ପୃଷ୍ଟିକର ଏବଂ ସ୍ବାଦିଷ୍ଟ ଖାଦ୍ୟର ଲାଭ ଉଠାଇପାରିବେ। ରାଜ୍ୟର ୨୧୩ ସହରଗୁଡ଼ିକରେ ୩୫୮ ରୋଷେଆଙ୍କ ମାଧ୍ୟମରେ ଲୋକଙ୍କୁ ବସାଇ ଭୋଜନ କରାଇବାର ବ୍ୟବସ୍ଥା କରାଯିବ। ଏହା ବିଭିନ୍ନ ସହରର ବସ୍‌ ଷ୍ଟାଣ୍ଡ, ରେଲଓ୍ବେ ଷ୍ଟେସନ ଓ ହସ୍ପିଟାଲ ଭଳି ପ୍ରମୁଖ ସ୍ଥାନରେ ଉପଲବ୍ଧ ରହିବ। ଖାଦ୍ୟରେ ମୁଖ୍ୟତଃ ଡାଲି, ରୁଟି, ତରକାରୀ ଓ ଆଚାର ଯୋଗାଇ ଦିଆଯିବ। ଏହି ରୋଷେଇ ଯୋଜନାରେ ଖାଦ୍ୟର ଗୁଣବତ୍ତାର ବିଶେଷ ଧ୍ୟାନ ଦିଆଯିବ। ଏଥିସହ ମଧ୍ୟାହ୍ନ ଓ ସନ୍ଧ୍ୟାରେ ଭୋଜନ ବ୍ୟବସ୍ଥା ରହିଥିବା ବେଳେ ଏହା ସକାଳ ସାଢ଼େ ୮ଟାରୁ ୧ଟା ଓ ସନ୍ଧ୍ୟା ୫ଟାରୁ ୮ଟା ପର୍ଯ୍ୟନ୍ତ ଖୋଲାରହିବ। ଏଥିପାଇଁ ରାଜ୍ୟ ସରକାର ଥାଳି ପିଛା ୧୨ ଟଙ୍କା ଅନୁଦାନ ପ୍ରଦାନ କରିବେ। ଯୋଜନାରେ ପ୍ରତିଦିନ ୧.୩୪ଲକ୍ଷ ଓ ପ୍ରତିବର୍ଷ ୪ କୋଟି ୮୭ଲକ୍ଷ ଲୋକଙ୍କୁ ଖାଦ୍ୟ ଯୋଗାଇବାକୁ ଲକ୍ଷ୍ୟ ରଖାଯାଇଛି। ଏହି ପୁରା ଯୋଜନାକୁ ଅନ୍‌ଲାଇନରେ ନଜର ରଖାଯିବ। ସେହିପରି ରୋଷେଇ ଯୋଜନାରେ ଯେପରି କରୋନା ନ ବ୍ୟାପେ ସେଥିପ୍ରତି ମଧ୍ୟ ଦୃଷ୍ଟି ଦିଆଯିବା ସହ ସମସ୍ତ ପଦକ୍ଷେପ ଗ୍ରହଣ କରାଯିବ।
ଏନେଇ ଜୟପୁର ଜିଲାପାଳ ଅନ୍ତର ସିଂହ ନେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri