ଏଣିକି ୮ ଟଙ୍କାରେ ମିଳିବ ପେଟପୁରା ସ୍ବାଦିଷ୍ଟ ଭୋଜନ

ଜୟପୁର,୧୯।୮: ବର୍ତ୍ତମାନ ରାଜ୍ୟରେ କେହି ଭୋକରେ ଶୋଇବେ ନାହିଁ। ଏହି ସଂକଳ୍ପ ନେଇ ଅଶୋକ ଗେହଲଟ ସରକାର ଏକ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ଗୁରୁବାରଠାରୁ ରାଜସ୍ଥାନରେ ଇନ୍ଦିରା ରୋଷଇ ଯୋଜନା ଆରମ୍ଭ ହେବ। ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ଏହି ଯୋଜନା ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ନିଷ୍ପତ୍ତି ନେଇଛନ୍ତି। ଏହି ଯୋଜନା ଅନୁସାରେ ଯେକୌଣସି ଅଭାବୀ ବ୍ୟକ୍ତି ମାତ୍ର ୮ଟଙ୍କାରେ ପୃଷ୍ଟିକର ଏବଂ ସ୍ବାଦିଷ୍ଟ ଖାଦ୍ୟର ଲାଭ ଉଠାଇପାରିବେ। ରାଜ୍ୟର ୨୧୩ ସହରଗୁଡ଼ିକରେ ୩୫୮ ରୋଷେଆଙ୍କ ମାଧ୍ୟମରେ ଲୋକଙ୍କୁ ବସାଇ ଭୋଜନ କରାଇବାର ବ୍ୟବସ୍ଥା କରାଯିବ। ଏହା ବିଭିନ୍ନ ସହରର ବସ୍‌ ଷ୍ଟାଣ୍ଡ, ରେଲଓ୍ବେ ଷ୍ଟେସନ ଓ ହସ୍ପିଟାଲ ଭଳି ପ୍ରମୁଖ ସ୍ଥାନରେ ଉପଲବ୍ଧ ରହିବ। ଖାଦ୍ୟରେ ମୁଖ୍ୟତଃ ଡାଲି, ରୁଟି, ତରକାରୀ ଓ ଆଚାର ଯୋଗାଇ ଦିଆଯିବ। ଏହି ରୋଷେଇ ଯୋଜନାରେ ଖାଦ୍ୟର ଗୁଣବତ୍ତାର ବିଶେଷ ଧ୍ୟାନ ଦିଆଯିବ। ଏଥିସହ ମଧ୍ୟାହ୍ନ ଓ ସନ୍ଧ୍ୟାରେ ଭୋଜନ ବ୍ୟବସ୍ଥା ରହିଥିବା ବେଳେ ଏହା ସକାଳ ସାଢ଼େ ୮ଟାରୁ ୧ଟା ଓ ସନ୍ଧ୍ୟା ୫ଟାରୁ ୮ଟା ପର୍ଯ୍ୟନ୍ତ ଖୋଲାରହିବ। ଏଥିପାଇଁ ରାଜ୍ୟ ସରକାର ଥାଳି ପିଛା ୧୨ ଟଙ୍କା ଅନୁଦାନ ପ୍ରଦାନ କରିବେ। ଯୋଜନାରେ ପ୍ରତିଦିନ ୧.୩୪ଲକ୍ଷ ଓ ପ୍ରତିବର୍ଷ ୪ କୋଟି ୮୭ଲକ୍ଷ ଲୋକଙ୍କୁ ଖାଦ୍ୟ ଯୋଗାଇବାକୁ ଲକ୍ଷ୍ୟ ରଖାଯାଇଛି। ଏହି ପୁରା ଯୋଜନାକୁ ଅନ୍‌ଲାଇନରେ ନଜର ରଖାଯିବ। ସେହିପରି ରୋଷେଇ ଯୋଜନାରେ ଯେପରି କରୋନା ନ ବ୍ୟାପେ ସେଥିପ୍ରତି ମଧ୍ୟ ଦୃଷ୍ଟି ଦିଆଯିବା ସହ ସମସ୍ତ ପଦକ୍ଷେପ ଗ୍ରହଣ କରାଯିବ।
ଏନେଇ ଜୟପୁର ଜିଲାପାଳ ଅନ୍ତର ସିଂହ ନେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri