ବାଙ୍କସାହି ରେବ ସେତୁ ପାଇଁ ଅର୍ଥ ମଞ୍ଜୁର

ଧାମନଗର,୨୩ା୩(ଡି.ଏନ.ଏ): ଜରାଜୀର୍ଣ୍ଣ ଅବସ୍ଥାରେ ଥିବା ଭଦ୍ରକ ଜିଲା ଧାମନଗର ବ୍ଲକ୍‌ କୋଠାର ପଞ୍ଚାୟତର ବାଙ୍କସାହି ରେବ ସେତୁ ନିର୍ମାଣ ପାଇଁ କେନ୍ଦ୍ର ସରକାର ଅର୍ଥ ମଞ୍ଜୁର କରିଛନ୍ତି। ପ୍ରସ୍ତାବିତ ନୂତନ ସେତୁ ପାଇଁ କେନ୍ଦ୍ର ସରକାର ୪୧ ଲକ୍ଷ ଟଙ୍କା ମଞ୍ଜୁର କରିଥିବା ବିଧାୟକ ସୂର୍ଯ୍ୟବଂଶୀ ସୂରଜ ପ୍ରକାଶ କରିବା ସହ ଦୁଇ କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ ଓ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତି କୃତଜ୍ଞତା ଜଣାଇଛନ୍ତି।
ଧାମନଗର ବ୍ଲକ୍‌ ଫତେପୁର ପଞ୍ଚାୟତସ୍ଥିତ ଶ୍ରୀରାମପୁର ଛକଠାରୁ ପତ୍ରିସାହି ପର୍ଯ୍ୟନ୍ତ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ସଡ଼କର ବାଙ୍କସାହିଠାରେ ରେବ ନଦୀରେ ପୋଲଟି ଏବେ ଭାଙ୍ଗି ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ୨୦୦୭ରେ ଧାମନଗର ପଞ୍ଚାୟତ ସମିତି ଅନୁଦାନରେ ୨୨ ଲକ୍ଷ ଟଙ୍କା ବ୍ୟୟରେ ଉକ୍ତ ପୋଲ ଏକ ଫୁଟବ୍ରିଜ ଭଳି ନିର୍ମାଣ ହୋଇଥିଲା। ପୋଲଟି ଅଣଓସାରିଆ ଯୋଗୁ ଏହା ଉପରେ ବଡ଼ ଗାଡି ଯିବା ସମ୍ଭବ ହେଉନାହିଁ। ପୋଲ ଦୁର୍ବଳ ହୋଇପଡ଼ିବା ଯୋଗୁ ପ୍ରତ୍ୟେହ ଶତାଧିକ ଛାତ୍ରୀଛାତ୍ର ବିପଦଜନକ ଭାବେ ସ୍କୁଲ, କଲେଜ ଭାବେ ଯାତାୟାତ କରୁଛନ୍ତି। ନିକଟରେ ଧାମନଗର ବିଧାୟକ ସୂର୍ଯ୍ୟବଂଶୀ ସୂରଜ ଏହି ଅଞ୍ଚଳକୁ ଗ୍ରସ୍ତ କରିଥିବା ବେଳେ ସ୍ଥାନୀୟ ଲୋକେ ନୂଆ ପୋଲ ନିର୍ମାଣ ପାଇଁ ଅନୁରୋଧ କରିଥିଲେ। ବିଧାୟକ ଏନେଇ ଗତ ଫେବୃୟାରୀରେ କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖି ସମସ୍ୟା ସମ୍ପର୍କରେ ଅବଗତ କରାଇଥିଲେ। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଏ ବିଷୟରେ କେନ୍ଦ୍ର ସରକାରଙ୍କ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ଚିଠି ଲେଖି ଧାମନଗର ବିଧାୟକଙ୍କର ଦାବି ଜଣାଇଥିଲେ। ପଞ୍ଚାୟତରାଜ ମନ୍ତ୍ରୀ ଗିରିରାଜ ସିଂହ ଏହାକୁ ଗ୍ରହଣ କରି ନିକଟରେ ଓଡ଼ିଶାରେ ହେବାକୁ ଥିବା ପ୍ରସ୍ତାବିତ ୫୭ଟି ପୋଲ ତାଲିକାରେ ସାମିଲ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ...

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri