ବାଙ୍କସାହି ରେବ ସେତୁ ପାଇଁ ଅର୍ଥ ମଞ୍ଜୁର

ଧାମନଗର,୨୩ା୩(ଡି.ଏନ.ଏ): ଜରାଜୀର୍ଣ୍ଣ ଅବସ୍ଥାରେ ଥିବା ଭଦ୍ରକ ଜିଲା ଧାମନଗର ବ୍ଲକ୍‌ କୋଠାର ପଞ୍ଚାୟତର ବାଙ୍କସାହି ରେବ ସେତୁ ନିର୍ମାଣ ପାଇଁ କେନ୍ଦ୍ର ସରକାର ଅର୍ଥ ମଞ୍ଜୁର କରିଛନ୍ତି। ପ୍ରସ୍ତାବିତ ନୂତନ ସେତୁ ପାଇଁ କେନ୍ଦ୍ର ସରକାର ୪୧ ଲକ୍ଷ ଟଙ୍କା ମଞ୍ଜୁର କରିଥିବା ବିଧାୟକ ସୂର୍ଯ୍ୟବଂଶୀ ସୂରଜ ପ୍ରକାଶ କରିବା ସହ ଦୁଇ କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ ଓ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତି କୃତଜ୍ଞତା ଜଣାଇଛନ୍ତି।
ଧାମନଗର ବ୍ଲକ୍‌ ଫତେପୁର ପଞ୍ଚାୟତସ୍ଥିତ ଶ୍ରୀରାମପୁର ଛକଠାରୁ ପତ୍ରିସାହି ପର୍ଯ୍ୟନ୍ତ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ସଡ଼କର ବାଙ୍କସାହିଠାରେ ରେବ ନଦୀରେ ପୋଲଟି ଏବେ ଭାଙ୍ଗି ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ୨୦୦୭ରେ ଧାମନଗର ପଞ୍ଚାୟତ ସମିତି ଅନୁଦାନରେ ୨୨ ଲକ୍ଷ ଟଙ୍କା ବ୍ୟୟରେ ଉକ୍ତ ପୋଲ ଏକ ଫୁଟବ୍ରିଜ ଭଳି ନିର୍ମାଣ ହୋଇଥିଲା। ପୋଲଟି ଅଣଓସାରିଆ ଯୋଗୁ ଏହା ଉପରେ ବଡ଼ ଗାଡି ଯିବା ସମ୍ଭବ ହେଉନାହିଁ। ପୋଲ ଦୁର୍ବଳ ହୋଇପଡ଼ିବା ଯୋଗୁ ପ୍ରତ୍ୟେହ ଶତାଧିକ ଛାତ୍ରୀଛାତ୍ର ବିପଦଜନକ ଭାବେ ସ୍କୁଲ, କଲେଜ ଭାବେ ଯାତାୟାତ କରୁଛନ୍ତି। ନିକଟରେ ଧାମନଗର ବିଧାୟକ ସୂର୍ଯ୍ୟବଂଶୀ ସୂରଜ ଏହି ଅଞ୍ଚଳକୁ ଗ୍ରସ୍ତ କରିଥିବା ବେଳେ ସ୍ଥାନୀୟ ଲୋକେ ନୂଆ ପୋଲ ନିର୍ମାଣ ପାଇଁ ଅନୁରୋଧ କରିଥିଲେ। ବିଧାୟକ ଏନେଇ ଗତ ଫେବୃୟାରୀରେ କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖି ସମସ୍ୟା ସମ୍ପର୍କରେ ଅବଗତ କରାଇଥିଲେ। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଏ ବିଷୟରେ କେନ୍ଦ୍ର ସରକାରଙ୍କ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ଚିଠି ଲେଖି ଧାମନଗର ବିଧାୟକଙ୍କର ଦାବି ଜଣାଇଥିଲେ। ପଞ୍ଚାୟତରାଜ ମନ୍ତ୍ରୀ ଗିରିରାଜ ସିଂହ ଏହାକୁ ଗ୍ରହଣ କରି ନିକଟରେ ଓଡ଼ିଶାରେ ହେବାକୁ ଥିବା ପ୍ରସ୍ତାବିତ ୫୭ଟି ପୋଲ ତାଲିକାରେ ସାମିଲ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri