‘ନାଗରିକଙ୍କ ସୁରକ୍ଷା କବଚ ଭାବେ କାର୍ଯ୍ୟ କରୁଛି ମୌଳିକ ଅଧିକାର’

ଦିଗପହଣ୍ଡି,୨୬ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ କମ୍ପ୍ଲେକ୍ସରେ ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ବୁଧବାର ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ଖେମୁଣ୍ଡି ଓକିଲ ସଂଘର ଉପସଭାପତି ସନ୍ତୋଷ କୁମାର ସାହୁଙ୍କ ସଂଯୋଜନାରେ ଆୟୋଜିତ ଆଲୋଚନା ସଭାରେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ନିଳିମା ଷଡ଼ଙ୍ଗୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଭାରତର ନାଗରିକଙ୍କ ମଧ୍ୟରେ ସାମ୍ବିଧାନିକ ମୂଲ୍ୟବୋଧକୁ ପ୍ରୋତ୍ସାହିତ କରିବା ପାଇଁ ଏହି ଦିବସ ପାଳନ କରାଯାଉଥିବା ପ୍ରକାଶ କରିଥିଲେ। ସମ୍ବିଧାନରେ ବର୍ଣ୍ଣିତ ମୌଳିକ କର୍ତ୍ତବ୍ୟ ନାଗରିକଙ୍କ ଦାୟତ୍ୱ ସମ୍ପର୍କରେ ସଚେତନ କରାଉଥିବା ସମୟରେ ମୌଳିକ ଅଧିକାରଗୁଡ଼ିକ ନାଗରିକଙ୍କ ସୁରକ୍ଷା କବଚ ଭାବେ କାର୍ଯ୍ୟ କରୁଥିବା ସେ କହିଥିଲେ।

ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥ, ରସାନନ୍ଦ ରାଉତ, ପରେଶ ଚନ୍ଦ୍ର ରଥ, ସମ୍ପାଦକ ପ୍ରଦୀପ କୁମାର ନାୟକ, ପୂର୍ବତନ ସମ୍ପାଦକ କୁରେଶୁ ପଣ୍ଡା, ବିଚାର ବିଭାଗୀୟ କର୍ମଚାରୀ ପ୍ରଦୀପ କୁମାର ଶତପଥୀ, ସସ୍ମିତା ମହାରଣା, ଅଶ୍ବିନୀ କୁମାର ପଟ୍ଟନାୟକ ପ୍ରମୁଖ ବକ୍ତବ୍ୟ ରଖିଥିଲେ। କୋର୍ଟର ଅନ୍ୟ ସମସ୍ତ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିବା ବେଳେ ଶେଷରେ ତାଲୁକ ଆଇନ ସହାୟତା କମିଟି ସମ୍ପାଦକ ତଥା କୋର୍ଟ କର୍ମଚାରୀ ପ୍ରଦୀପ କୁମାର ପୁରୋହିତ ଧନ୍ୟବାଦ ଅର୍ପଣ କରିଥିଲେ।

ସେହିପରି ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ ପରିସରରେ ଆୟୋଜିତ ସମ୍ବିଧାନ ଦିବସ ପାଳନ ଅବସରରେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ ଦୀପିକା ବଡ଼ମାଳି ସମ୍ବିଧାନର ମହତ୍ତ୍ୱ ସମ୍ପର୍କରେ ଆଲୋକପାତ କରିବା ସହ ସମସ୍ତେ ସମ୍ବିଧାନକୁ ସମ୍ମାନ ଦେବାକୁ ଶପଥ ପାଠ କରାଇଥିଲେ। ସରକାରୀ ଓକିଲ ସତ୍ୟନାରାୟଣ ରଥ, ଆଇନଜୀବୀ ସୁରେଶ ଚନ୍ଦ୍ର ସାହୁ, ରବୀନ୍ଦ୍ର କୁମାର ବେହେରା, ପ୍ରଶାନ୍ତ କୁମାର ଡାକୁଆ, ପ୍ରଶାନ୍ତ କୁମାର ବରାଡ଼, ବିଜୟ କୁମାର ପ୍ରଧାନଙ୍କ ସମେତ କୋର୍ଟ କର୍ମଚାରୀ ମୁକ୍ତିକାନ୍ତ ବେହେରା, ପ୍ରଜ୍ଞାଲିମା ବାରିସାଲ, ପି. ଶିବାନୀ, ସୁଶ୍ରୀ କୃତାଞ୍ଜଳି ମଲ୍ଲିକ, ସନ୍ତୋଷ କୁମାର ରାଉତ, ସିଏସଆଇ ଇନ୍ଦ୍ରମଣି ମଲ୍ଲିକ, ସୁଜିତ କୁମାର ବେହେରା, ସୁଭଦ୍ରା ପ୍ରଧାନ, ପ୍ରଫୁଲ ବେହେରା, ନର୍ମଦା ଦଳେଇ, ସମୀର ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପଡିବ ଶନିଙ୍କ ଭୟଙ୍କର ମହାଦଶା, ଏହି ରାଶି ଉପରେ ପଡିବ ଖରାପ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ “କର୍ମଦାତା” ଏବଂ “ବିଚାରକ” ଭାବରେ ଜଣାଯାଏ। ସେ ବ୍ୟକ୍ତିମାନଙ୍କୁ ସେମାନଙ୍କ କାର୍ଯ୍ୟ ଆଧାରରେ ଶୁଭ କିମ୍ୱା ଅଶୁଭ ଫଳ ପ୍ରଦାନ...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

ଲଣ୍ଡନଠାରୁ ବି ମହଙ୍ଗା ହେଲା ପାଟନା-କୋଲକାତା ବିମାନ ଟିକେଟ, ଇଣ୍ଡିଗୋ ସଙ୍କଟ ପରେ ଭାଙ୍ଗିଲା ଭଡ଼ା ରେକର୍ଡ

ନୂଆଦିଲ୍ଲୀ,୫।୧୨: ଭାରତରେ ଗତ ଚାରି ଦିନ ମଧ୍ୟରେ ବିମାନ ଯାତ୍ରା ସମସ୍ୟା ବୃଦ୍ଧି ପାଇଛି। ଇଣ୍ଡିଗୋ ଏୟାରଲାଇନ୍ସର ୧,୦୦୦ ରୁ ଅଧିକ ବିମାନ ବାତିଲ ହେବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri